ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ କୋଟି ୨୧ ଲକ୍ଷ ଦାନ

ଭୁବନେଶ୍ୱର,୪।୫(ବ୍ୟୁରୋ): ଓଡ଼ିଶା ଶକ୍ତି ଉତ୍ପାଦନ ନିଗମ (ଓପିଜିସି) ଏବଂ ଓଡ଼ିଶା ଜଳବିଦ୍ୟୁତ୍‌ ନିଗମ (ଓଏଚ୍‌ପିସି) ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ କୋଭିଡ୍‌-୧୯ ନିମନ୍ତେ ୩ କୋଟି ୨୧ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଏଥିରେ ଓପିଜିସି ୧ କୋଟି ଟଙ୍କା ଏବଂ ଓଏଚ୍‌ପିସି ୨ କୋଟି ଟଙ୍କା ପ୍ରଦାନ କରିଛନ୍ତି। ବ୍ୟାଙ୍କ ଆର୍‌ଟିଜିଏସ୍‌ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଏହି ଅର୍ଥ ପ୍ରଦାନ କରାଯାଇଛି। ସେହିପରି ରାଜ୍ୟର କୋଭିଡ୍‌ ଲଢ଼େଇରେ ନିଜର ଯୋଗଦାନ ସ୍ବରୂପ ଓଡ଼ିଶା ରାଜ୍ୟ ଗୃହନିର୍ମାଣ ସଂସ୍ଥା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୦ ଲକ୍ଷ ଟଙ୍କା ଦାନ କରିଛନ୍ତି। ସୋମବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଲୋକସେବା ଭବନଠାରେ ବୋର୍ଡର ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ର ଓ ବିତ୍ତୀୟ ଉପଦେଷ୍ଟା ତେଜରାଜ ପ୍ରଧାନଙ୍କଠାରୁ ଏହି ରାଶିର ଚେକ୍‌ ଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରିୟଦର୍ଶୀ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱ ଓ ଦୂରଦର୍ଶୀ କୋଭିଡ୍‌ ପରିଚାଳନା ଯୋଗୁ ଓଡ଼ିଶାରେ ମହାମାରୀ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି। କୋଭିଡ୍‌ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଅନ୍ୟ ରାଜ୍ୟଠାରୁ ଭଲ ସ୍ଥିତିରେ ଅଛି। ଜନସାଧାରଣଙ୍କ ସହଯୋଗରେ ରାଜ୍ୟ ଅଧିକ ସଫଳତା ହାସଲ କରିବ। ଏତାଦୃଶ ସହଯୋଗ ପାଇଁ ମୁଖ୍ୟ ଶାସନ ସଚିବ ହାଉସିଂ ବୋର୍ଡ କର୍ତ୍ତୃପକ୍ଷଙ୍କୁ ସାଧୁବାଦ ଜଣାଇଛନ୍ତି। ରାଜ୍ୟର କୋଭିଡ୍‌ ଲଢ଼େଇରେ ନିଜର ଯୋଗଦାନ ସ୍ବରୂପ ଲାଲ୍‌ଚାନ୍ଦ ମାହେଶ୍ୱରୀ ଶ୍ରୀ ମାର୍ବଲ୍ସ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ ଲକ୍ଷ ୧୧ ହଜାର ଟଙ୍କା ଦାନ କରିଛନ୍ତି। ମୁଖ୍ୟ ଶାସନ ସଚିବ ମହାପାତ୍ର ରାଜ୍ୟ ଲୋକସେବା ଭବନଠାରେ କମ୍ପାନୀ ପ୍ରୋପ୍ରାଇଟର ଲାଲ୍‌ଚାନ୍ଦ୍‌ ମାହେଶ୍ୱରୀଙ୍କ ଠାରୁ ଏହି ରାଶିର ଚେକ୍‌ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲଟିଂ ହେଉଥିବା ଅଞ୍ଚଳରେ ଲାଗୁଛି ଷ୍ଟ୍ରିଟ୍ ଲାଇଟ୍‌: ଆବଶ୍ୟକ ସ୍ଥାନରେ ନାହିଁ, ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ହଟାଇବାକୁ….

ପୁରୁଷୋତ୍ତମପୁର, ୨୧।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ସହରରେ ଆବଶ୍ୟକ ସ୍ଥାନରେ ଷ୍ଟ୍ରିଟ୍ ଲାଇଟ୍ ଲଗାଇବା ଦାବିରେ ଦିବ୍ୟାଙ୍ଗ ଯୁବ ଆଇନଜୀବୀ ସନ୍ତୋଷ…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

କଲ୍ୟାଣସିଂହପୁର ସେରିଗୁମାଠାରେ ଭାଜପାର ମିଶ୍ରଣ ପର୍ବ: ବିଭିନ୍ନ ଦଳ ଛାଡ଼ି ପଦ୍ମ ଧରିଲେ ୨୦୦ କର୍ମୀ

କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

CJP ଆନ୍ଦୋଳନକୁ ନେଇ ମମତାଙ୍କ ବଡ଼ ଘୋଷଣା, ବିରୋଧୀ ହେଲେ କାବା!

ନୂଆଦିଲ୍ଲୀ,୨୧।୭: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (TMC) ପ୍ରମୁଖ ମମତା ବାନାର୍ଜୀ ଦଳର ବିଦ୍ରୋହୀ ନେତାମାନଙ୍କ ଉପରେ ଏପର୍ଯ୍ୟନ୍ତର ସବୁଠାରୁ କଡ଼ା ଆକ୍ରମଣ କରିଛନ୍ତି। ସେ ସ୍ପଷ୍ଟ ଶବ୍ଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri