ଖାଉଟି ଫୋରମ୍‌ର ହସ୍ତକ୍ଷେପ, ମିଳିଲା ୧କୋଟି ବୀମା ଟଙ୍କା

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ): କରୋନାରେ ମୃତ୍ୟୁବରଣ କରିଥିବା ଜଣେ ବ୍ୟାଙ୍କ କର୍ମଚାରୀଙ୍କ ପରିବାରବର୍ଗଙ୍କୁ ବୀମା କମ୍ପାନୀ ମୃତ୍ୟୁକାଳୀନ କ୍ଷତିପୂରଣ ଟଙ୍କା ପ୍ରଦାନ କରିବାରେ ଟାଳଟୂଳ ନୀତି ଅବଲମ୍ବନ କରିଥିବା ଅଭିଯୋଗର ବିଚାର କରି ବରଗଡ଼ ଖାଉଟି ସୁରକ୍ଷା ଫୋରମ ମୃତକଙ୍କ ସ୍ତ୍ରୀଙ୍କୁ ୧କୋଟି ଟଙ୍କା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଫୋରମର ନିର୍ଦ୍ଦେଶ ପରେ ବୀମା କମ୍ପାନୀ କ୍ଷତିପୂରଣ ବାବଦକୁ ମୃତକଙ୍କ ସ୍ତ୍ରୀଙ୍କୁ ୧କୋଟି ଟଙ୍କା ଚେକ୍‌ ଆକାରରେ ପ୍ରଦାନ କରିଥିବା ସୂଚନା ମିଳିଛି । ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଜଗଦଲପୁର ଥାନା ଅନ୍ତର୍ଗତ ବୈତାଲଭଟା ଗ୍ରାମର ଆଦିତ୍ୟ କୁମାର ବେହେରା ଇଣ୍ଡିଆନ ବ୍ୟାଙ୍କରେ କାମ କରୁଥିଲେ। ଆସାମର ଗୌହାଟିରେ ତାଙ୍କର ପୋଷ୍ଟିଂ ହୋଇଥିବାବେଳେ ସେଠାରେ ସେ କରୋନାରେ ଆକ୍ରାନ୍ତ ହେବା ସହିତ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା। ସେ ମୃତ୍ୟୁ ପୂର୍ବରୁ ଏକ ବୀମା କମ୍ପାନୀରେ ୧କୋଟି ଟଙ୍କାର ଏକ ଟର୍ମ ପଲିସି କରିଥିଲେ ଏବଂ ବାର୍ଷିକ ୨୪ହଜାର ୧୦୧ଟଙ୍କା ୫୦ପଇସା ପ୍ରିମିୟମ ଜମା କରୁଥିଲେ। ମୃତ୍ୟୁ ପରେ ତାଙ୍କ ସ୍ତ୍ରୀ ପୁଷ୍ପାଞ୍ଜଳି ବୀମା ଟଙ୍କା ପାଇଁ ସମ୍ପୃକ୍ତ କମ୍ପାନୀରେ ସମସ୍ତ ଆବଶ୍ୟକ କାଗଜାତ୍‌ ଦାଖଲ କରିଥିଲେ। ଏହାସତ୍ତ୍ବେ ବୀମା କମ୍ପାନୀ ତାଙ୍କୁ ବୀମା ଟଙ୍କା ଦେଉ ନ ଥିଲା। ଫଳରେ ସେ ବରଗଡ଼ ଖାଉଟି ସୁରକ୍ଷା ଫୋରମର ଦ୍ୱାରସ୍ଥ ହୋଇଥିଲେ। ଆଡ଼ଭୋକେଟ୍‌ ଦ୍ୟୁତିଶ ଆଚାର୍ଯ୍ୟ, ପ୍ରଦୀପ କୁମାର ମହାପାତ୍ର, ବିବେକାନନ୍ଦ ସାହୁ, ମନୋଜ କୁମାର ସାହୁ, ଦେବବ୍ରତ ଆଚାର୍ଯ୍ୟ ପ୍ରମୁଖ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ ବୀମା ଯୋଜନାର ପରିବର୍ତ୍ତନକୁ ନେଇ ତେଜିଲା ବିରୋଧ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଛତ୍ରପୁର,୧୧।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ପରିବର୍ତ୍ତନ କରିବା ପ୍ରକ୍ରିୟାକୁ ବିରୋଧ କରିଛି ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ)…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିସ୍ଫୋରକ ବୟାନ, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ସେ….କାହାକୁ କହିଲେ ଏମିତି

ନୂଆଦିଲ୍ଲୀ, ୧୧।୮: ସଂସଦରେ ମୌସୁମୀ ଅଧିବେଶନ ଚାଲିଛି। ସଂସଦ ମାର୍ଚ୍ଚ ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ଦିଲ୍ଲୀ ପୋଲିସର ଲାଠିଚାର୍ଜକୁ ନେଇ ବିରୋଧୀ ଦଳଗୁଡ଼ିକ କ୍ରମାଗତ ଭାବେ କେନ୍ଦ୍ର…

ବାଙ୍କୀ-ଡମପଡ଼ା ବ୍ଲକରେ ଲାଗିଲା ୧୬୩ ଧାରା

ବାଙ୍କୀ,୧୧।୮: ବାଙ୍କୀ-ଡମପଡ଼ା ବ୍ଲକ ପରିସରରେ ମଙ୍ଗଳବାର BNSS ୧୬୩ ଧାରା ଲାଗୁ କରାଯାଇଛି। ବିଧାୟକ ଏବଂ ଭାଜପା ବିଧାୟକ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତ ହେବା…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର, ବଡ଼ ଦୁର୍ଘଟଣାରୁ….

କୋଲକାତା,୧୧।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ପୂର୍ବ ମେଦିନୀପୁରର କୋଲାଘାଟରେ ଜରୁରୀ ଅବତରଣ କରୁଛି । ସେ ଖୁଦିରାମ ବୋଷଙ୍କ ଶ୍ରାଦ୍ଧ…

‘ଜନ୍ତର ମନ୍ତର ଭଳି ଝାଡ଼ଖଣ୍ଡରେ ମଧ୍ୟ…’, ଛାତ୍ର ଆନ୍ଦୋଳନକୁ ନେଇ ଅଭିଜିତଙ୍କ ବଡ଼ ବୟାନ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୧।୮: ଝାଡ଼ଖଣ୍ଡରେ ନିଯୁକ୍ତି ପରୀକ୍ଷାରେ କଥିତ ଅନିୟମିତତା ବିରୋଧରେ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା…

ଟ୍ରାଞ୍ଜିଷ୍ଟ ହାଉସ ଭାଙ୍ଗିବା ବେଳେ ଉତ୍ତେଜନା

ଭୁବନେଶ୍ୱର,୧୧।୮: ଭୁବନେଶ୍ୱର ନିଳାଦ୍ରୀ ବିହାର ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ଧରଣର ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ବିଏମ୍‌ସି ଏବଂ ବିଡିଏ ପକ୍ଷରୁ ନିଳାଦ୍ରୀ ବିହାର ଅଞ୍ଚଳରେ ଥିବା…

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri