Posted inଜାତୀୟ

କିଛିଦିନ ମଧ୍ୟରେ ପଶ୍ଚିମବଙ୍ଗ ଆସିବେ ୧ କୋଟି ଶରଣାର୍ଥୀ: ଶୁଭେନ୍ଦୁ ଅଧିକାରୀଙ୍କ ଦାବି

କୋଲକାତା,୫।୮: ବାଂଲାଦେଶରେ ହିଂସା ଜାରି ରହିଛି। ଲକ୍ଷ ଲକ୍ଷ ବିକ୍ଷୋଭକାରୀ ସଂରକ୍ଷଣ ନାମରେ ହିଂସାତ୍ମକ ମନୋଭାବ ଗ୍ରହଣ କରିଥିଲେ। ଏହାରି ଭିତରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଦେଶ ଛାଡିଛନ୍ତି। ଏହି ସମୟ ମଧ୍ୟରେ ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀଦଳର ନେତା ସୁଭେନ୍ଦୁ ଅଧିକାରୀ ସୋମବାର ଏକ ବଡ଼ ବିବୃତ୍ତି ଦେଇଛନ୍ତି। ଶୁଭେନ୍ଦୁ ଅଧିକାରୀ କହିଛନ୍ତି, କିଛି ଦିନ ମଧ୍ୟରେ ଏକ କୋଟି ହିନ୍ଦୁ ଶରଣାର୍ଥୀ ପଶ୍ଚିମବଙ୍ଗକୁ ଆସିବାକୁ ଯାଉଛନ୍ତି। ତେଣୁ ତୁମେ ପ୍ରସ୍ତୁତ ହେବା ଉଚିତ୍‌।
ପଶ୍ଚିମବଙ୍ଗ ବିଧାନସଭାର ମୌସୁମୀ ଅଧିବେଶନରେ ବିରୋଧୀଦଳ ନେତା ଶୁଭେନ୍ଦୁ ଆଦିକାରୀ କହିଛନ୍ତି, ବାଂଲାଦେଶରେ ହିନ୍ଦୁମାନଙ୍କର ହତ୍ୟାକାଣ୍ଡ ଘଟୁଛି। ରଙ୍ଗପୁରରେ ନଗର ପରିଷଦ କାଉନସିଲର ହରଧନ ନାୟକଙ୍କୁ ହତ୍ୟା କରାଯାଇଥିଲା। ସିରାଜଗଞ୍ଜ ପୋଲିସ ଷ୍ଟେଶନରେ ୧୩ଜଣ ପୋଲିସ କର୍ମଚାରୀଙ୍କୁ ହତ୍ୟା କରାଯାଇଥିଲା। ସେଥିମଧ୍ୟରୁ ୯ଜଣ ହିନ୍ଦୁ ଅଟନ୍ତି। ଏଥି ସହିତ ନୋହାଲିରେ ହିନ୍ଦୁମାନଙ୍କ ଘର ପୋଡି ପାଉଁଶ ହୋଇଯାଇଥିଲା। ମୁଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ରାଜ୍ୟପାଳଙ୍କୁ ଏହି ବିଷୟରେ ତୁରନ୍ତ ଭାରତ ସରକାରଙ୍କ ସହ କଥାବାର୍ତ୍ତା କରିବାକୁ କହିବି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?