Posted inଖେଳ

ଭାରତୀୟ ଫୁଟବଲ ଦଳକୁ ମିଳିଲା ୧ କୋଟି

ଭୁବନେଶ୍ୱର,୨୦ା୬ (ସରୋଜ ଜେନା): କଳିଙ୍ଗ ଷ୍ଟାଡିୟମରେ ଇଣ୍ଟରକଣ୍ଟିନେଣ୍ଟାଲ କପ ଚାମ୍ପିୟନ ଭାରତୀୟ ଦଳକୁ ଓଡ଼ିଶା ସରକାରଙ୍କ ପକ୍ଷରୁ ୧ କୋଟି ଟଙ୍କା ପ୍ରଦାନ କରାଯାଇଛି। ରବିବାର ଲେବାନନକୁ ୨-୦ରେ ପରାସ୍ତ କରି ଭାରତ ଚାମ୍ପିୟନ ଆଖ୍ୟା ଅର୍ଜନ କରିଥିଲା। ଏହାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳ ପାଇଁ ୧ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଥିଲେ। ସୋମବାର ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ କ୍ରୀଡ଼ା ଓ ଯୁବସେବା ବିଭାଗ ସଚିବ ଆର. ଭିନିଲ କ୍ରିଷ୍ଣା ଏହି ଚେକ୍‌ ପ୍ରଦାନ କରିଥିଲେ। ଭାରତୀୟ ଦଳର ଅଧିନାୟକ ସୁନୀଲ ଛେତ୍ରୀ, ମୁଖ୍ୟ କୋଚ୍‌ ଇଗୋର ଷ୍ଟିମାକ ଓ ସର୍ବ ଭାରତୀୟ ଫୁଟବଲ ଫେଡେରେଶନ ସମ୍ପାଦକ ଶାଜି ପ୍ରଭାକରନ ଏହି ପୁରସ୍କାର ରାଶି ଗ୍ରହଣ କରିଥିଲେ। ଆସନ୍ତା ସାଫ୍‌ ଚାମ୍ପିୟନଶିପ୍‌ ପାଇଁ ମୁଖ୍ୟମନ୍ତ୍ରୀ ଭାରତୀୟ ଦଳକୁ ଶୁଭେଚ୍ଛା ପ୍ରଦାନ କରିଥିଲେ। ଓଡ଼ିଶାରେ ମିଳିଥିବା ଆତିଥେୟତା ସହିତ ଅର୍ଥ ପୁରସ୍କାର ପାଇଁ ଖେଳାଳିମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ।
ବାହାନଗା ପାଇଁ ୨୦ ଲକ୍ଷ: ଭାରତୀୟ ଦଳକୁ ୧ କୋଟି ଟଙ୍କାର ପୁରସ୍କାର ମିଳିବା ପରେ ଏଥିରୁ ୨୦ ଲକ୍ଷ ଟଙ୍କାର ବାହାନଗାର ଦୁର୍ଘଟଣା ପୀଡିତଙ୍କୁ ଦାନ କରିବା ପାଇଁ ନିଷ୍ପତ୍ତି ନେଇଥିଲେ ସମସ୍ତ ଖେଳାଳି। ଉଦ୍ଧାର କାର୍ଯ୍ୟ ଓ ରିଲିଫ୍‌ କାର୍ଯ୍ୟରେ ଏହି ଅର୍ଥ ବ୍ୟବହୃତ ହେବ। ଆର୍ଥତ୍କ ସାହାଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ, ଫୁଟବଲ ଡ୍ରେସିଂରୁମ୍‌ ତୁରନ୍ତ ଏଥିରୁ ୨୦ ଲକ୍ଷ ଟଙ୍କା ଦାନ କରିବା ପାଇଁ ନିଷ୍ପତ୍ତି ନେବା ଅତ୍ୟନ୍ତ ସ୍ବାଗତଯୋଗ୍ୟ ବୋଲି ଭାରତୀୟ ଫୁଟବଲ ଦଳ ପକ୍ଷରୁ ଟୁଇଟ୍‌ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?