ରାଜ୍ୟରେ ୧ କୋଟି ଟପିଲା ଟିକାକରଣ

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ଓଡ଼ିଶାରେ ସୋମବାରଠାରୁ କ୍ୟାମ୍ପେନ୍‌ ମୋଡ଼ରେ ଟିକାଦାନ ଆରମ୍ଭ ହୋଇଛି। ଦୈନିକ ୩ଲକ୍ଷ ଟିକାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ଲକ୍ଷ୍ୟ ରଖିଥିବାବେଳେ ପ୍ରଥମ ଦିନରେ ୧,୬୧୩ ଟିକାକେନ୍ଦ୍ରରେ ୩,୩୨,୭୧୭ ଡୋଜ୍‌ ଟିକା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଟିକାକରଣ ୧ କୋଟି ଟପିଛି। ସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁସାରେ, ସୋମବାର ସୁଦ୍ଧା ସମସ୍ତ ବର୍ଗର ହିତାଧିକାରୀଙ୍କୁ ୧,୦୦,୨୫,୧୦୫ ଡୋଜ୍‌ ଟିକାକରଣ ହୋଇଛି। ୧୮,୯୫,୦୫୬ଜଣ ହିତାଧିକାରୀ ଦୁଇଟି ଡୋଜ୍‌ ଟିକା ନେଇସାରିଛନ୍ତି। ୪୫ରୁ ଉର୍ଦ୍ଧ୍ୱ ବୟସର ହିତାଧିକାରୀ ସର୍ବାଧିକ ୭୧,୬୩,୩୫୬ ଡୋଜ୍‌ ନେଇଥିବାବେଳେ ୧୮ରୁ ୪୪ବର୍ଷ ବୟସ ବର୍ଗରେ ୧୭,୫୮,୭୯୧ ଡୋଜ୍‌ ଟିକାକରଣ ହୋଇଛି। ସେହିପରି ସ୍ବାସ୍ଥ୍ୟକର୍ମୀଙ୍କୁ ୬,୧୩,୮୯୩ ଡୋଜ୍‌ ଓ ସମ୍ମୁଖ ଯୋଦ୍ଧାଙ୍କୁ ୪,୮୯,୫୮୯ ଡୋଜ୍‌ ଦିଆଯାଇଛି। ତେବେ ଟିକା ନେବା ପରେ ମାତ୍ର ୦.୦୦୪%ଙ୍କ ଶରୀରରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଇଥିବା ସୂଚନା ରହିଛି। ରାଜ୍ୟରେ ମୋଟ ଟିକାକରଣରେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୪,୦୦,୬୫୮ ଡୋଜ୍‌ ଟିକାକରଣ ହୋଇଛି। ଏହା ପରେ ଗଞ୍ଜାମରେ ୯,୨୮,୪୮୪, କଟକ ୭,୪୮,୮୫୯, ବାଲେଶ୍ୱର ୫,୪୭,୬୫୩, ସୁନ୍ଦରଗଡ଼ ୫,୩୦,୦୬୬, ପୁରୀ ୪,୫୮,୨୨୩, ମୟୂରଭଞ୍ଜ ୩,୯୧,୧୩୧, ସମ୍ବଲପୁର ୩,୭୯,୪୭୧, କୋରାପୁଟ ୩,୪୨,୦୭୩, କେନ୍ଦୁଝରରେ ୩,୨୬,୨୨୬, ଯାଜପୁର ୩,୧୩,୬୯୭, ଭଦ୍ରକ ୩,୦୩,୩୫୪, କେନ୍ଦ୍ରାପଡ଼ା ୩,୦୨,୪୪୦ ଓ କଳାହାଣ୍ଡିରେ ୩,୧୦,୦୨୬ ଡୋଜ୍‌ ଟିକାକରଣ ହୋଇଛି। ତେବେ ଦେବଗଡ଼ ଜିଲାରେ ସର୍ବନିମ୍ନ ୬୦,୪୯୨ଡୋଜ୍‌ ଟିକାକରଣ ହୋଇଥିବା ଜଣାପଡ଼ିଛି।
ରାଜ୍ୟ ଟିକାକରଣରେ ଏହି ସଫଳତା ମିଳିବା ପରେ ସ୍ବାସ୍ଥ୍ୟ ବିଭାଗ ଟୁଇଟ୍‌ କରି ସ୍ବାସ୍ଥ୍ୟକର୍ମୀଙ୍କୁ ପ୍ରଶଂସା କରିଛି। ଟିକାକରଣ ସୁପରିଚାଳନା ଯୋଗୁ ରାଜ୍ୟରେ ମାତ୍ର ୩% ଟିକା ନଷ୍ଟ ହୋଇଛି, ଯାହା ଦେଶରେ ସବୁଠାରୁ କମ୍‌। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଆଗଧାଡ଼ିର ଯୋଦ୍ଧାଙ୍କ ପାଇଁ ଓଡ଼ିଶା ୧ କୋଟି ଟିକାକରଣ କରି କୋଭିଡ୍‌-୧୯ ଲଢ଼େଇରେ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଅନେକ ଜୀବନ ବଞ୍ଚାଇବା ଉଦ୍ଦେଶ୍ୟରେ ତ୍ୱରିତ ଟିକାକରଣକୁ ସୁନିଶ୍ଚିତ କରିଥିବା ଆମର ସ୍ବାସ୍ଥ୍ୟକର୍ମୀଙ୍କ ନିଷ୍ଠାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି। ସେପଟେ ମଙ୍ଗଳବାର ରାଜ୍ୟର ୧,୨୨୨ ଟିକାକେନ୍ଦ୍ରରେ ଟିକାକରଣ ହେବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?