ସୁଭଦ୍ରା ଟଙ୍କା ପାଇଁ କୋଟିଏ ମହିଳା କଲେଣି ଆବେଦନ

ଭୁବନେଶ୍ୱର,୭।୧୦: ସୋମବାର ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିବା “ସୁଭଦ୍ରା” ଯୋଜନାରେ ଏକ କୋଟିରୁ ଅଧିକା ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ ଉପଲବ୍ଧି ହେବ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି।

ଆସନ୍ତା ଅକ୍ଟୋବର ୯ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦା ଠାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବେ । ଏହା ସହ ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତା ସଚଳ ଅଛି କି ନାହିଁ ତାହା ପରୀକ୍ଷା କରିବା ସହ ସ୍ଵଚ୍ଛତା ଅନୁଧ୍ୟାନ କରିବା ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହୋଇଥିବା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଏକ ଟଙ୍କା ପଠାଇଯିବାର ବ୍ୟବସ୍ଥା କରାଯାଇଥିଲା।

କିନ୍ତୁ ଦ୍ଵିତୀୟ ପର୍ଯ୍ୟାୟ ନିମନ୍ତେ ଏପରି କିଛି ବ୍ୟବସ୍ଥା ଏଯାବତ ଆରମ୍ଭ କରାଯାଇନାହିଁ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ସୋସିଆଲ ମିଡିଆରେ ଚାଲୁଥିବା ଏହି ମିଥ୍ୟା ଖବର ଦ୍ଵାରା ଭ୍ରମିତ ନ ହେବା ପାଇଁ ବିଭାଗ ତରଫରୁ ଅନୁରୋଧ କରାଯାଉଛି। “ସୁଭଦ୍ରା” ଯୋଜନା ସମ୍ବନ୍ଧୀୟ ସମସ୍ତ ଅପଡେଟ ଖବର ପାଇଁ “ସୁଭଦ୍ରା”ର ଅଫିସିଆଲ ୱେବସାଇଟ କିମ୍ବା ଅଫିସିଆଲ ସୋସିଆଲ ମିଡିଆକୁ ଅନୁସରଣ କରନ୍ତୁ ଅବା ଟୋଲ ଫ୍ରୀ ନମ୍ବର(୧୪୬୭୮)କୁ କଲ କରନ୍ତୁ ବୋଲି ବିଭାଗ ପକ୍ଷରୁ ସୂଚିତ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?