Posted inଜାତୀୟ

ବୋଟ୍‌ ଦୁର୍ଘଟଣା, ୩୦ ନିଖୋଜ

ଗୁଆହାଟି,୯।୯: ଆସାମର ଜୋର୍ହାଟଠାରେ ବ୍ରହ୍ମପୁତ୍ର ନଦୀରେ ଦୁଇଟି ଯାତ୍ରୀବାହି ବୋଟ ପରସ୍ପରକୁ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ୩୦ ଜଣ ଏବେ ମଧ୍ୟ ନିଖୋଜ ଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ। ଦୁର୍ଘଟଣା ବେଳେ ଉଭୟ ବୋଟରେ ପ୍ରାୟ ୨୦୦ ଯାତ୍ରୀ ଥିଲେ। ଆସାମର ରାଜଧାନୀ ଗୁଆହାଟିଠାରୁ ୩୫୦ କିମି ଦୂରରେ ଥିବା ଜୋର୍ହାଟର ନିମାଟି ଘାଟରେ ଅପରାହ୍ନ ୪ଟା ବେଳେ ଏହି ଦୁର୍ଘଟଣା ଘଟିଛି।

ଘଟଣା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ଆସାମରେ ଘଟିଥିବା ବୋଟ ଦୁର୍ଘଟଣାରେ ମର୍ମାହତ। ଯାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ଯଥା ସମ୍ଭବ ପ୍ରାୟାସ ଚାଲିଛି। ମୁଁ ସମସ୍ତଙ୍କ ସୁରକ୍ଷା ପାଇଁ ପ୍ରାର୍ଥନା କରୁଛି। ଏଥି ସହିତ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱା ଶର୍ମାଙ୍କୁ ବୋଟ୍‌ ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

ଗୋଟିଏ ବୋଟ ମାଜୁଲି (ବ୍ରହ୍ମପୁତ୍ର ନଦୀରେ ଥିବା ଦୀପ)ରୁ ୧୨୦ ଯାତ୍ରୀଙ୍କ ସହ ନିମାଟି ଘାଟକୁ ଆସୁଥିବା ବେଳେ ବିପରିତ ଦିଗରୁ ଆସୁଥିବା ଅନ୍ୟ ଏକ ବୋଟ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ଗୋଟେ ବୋଟ୍‌ ବୁଡ଼ି ଯାଇଥିଲା। ଭାଇରାଲ ହେଉଥିବା ଭିଡିଓରେ ବୁଡୁଥିବା ଡଙ୍ଗାରୁ ଜୀବନ ବଞ୍ଚାଇବା ପାଇଁ ପାଣିକୁ ଡେଉଁ ଥିବା ଦେଖିବାକୁ ମିଳିଛି। ବୋଟ୍‌ ସହ ଯାତ୍ରୀଙ୍କ ବାଇକ୍‌, କାର ଭାସି ଯାଇଛି। ଦୁର୍ଘଟଣାସ୍ଥଳରେ ଏନ୍‌ଡିଆରଏଫ୍‌ ଓ ଏସ୍‌ଡିଆରଏଫ୍‌ ଯବାନ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ରିପୋର୍ଟ ଲେଖା ହେବା ସୁଦ୍ଧା ଜଣେ ଶିଶୁ ସମେତ ୪୨ ଜଣଙ୍କୁ ଉଦ୍ଧାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri