ସାମାନ୍ୟ ବଚସାରୁ ଟାଙ୍ଗିଆରେ ହାଣିଦେଲେ, ଚାଲିଗଲା ଦିଲ୍ଲୀପଙ୍କ ଜୀବନ…

ଲାଞ୍ଜିଗଡ଼,୧୫ା୧୦(ରମେଶ ଚନ୍ଦ୍ର ନାୟକ) : କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ବଳଭଦ୍ରପୁର ଗ୍ରାମର ଜଣେ ଯୁବକଙ୍କୁ ସାମାନ୍ୟ ବଚସାକୁ ନେଇ ମଙ୍ଗଳବାର ରାତିରେ ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଥିବା ଯୁବକ ହେଲେ ଦିଲ୍ଲୀପ ଲୋହରା (୨୮)। ସୂଚନାନୁସାରେ ବଳଭଦ୍ରପୁର ଗ୍ରାମର ୪ ଯୁବକ କୁନିଲ ଲୋହାରା, ଲଳିତ ମାଝୀ, ଦିଲୀପ ଲୋହାରା, କୁଣୁଯା ମାଝୀ ଗତମାସ ୧୪ ତାରିଖରେ ରାୟଗଡା ଜିଲା ବିଷମକଟକ ବ୍ଲକ ଭାଟଗୁଡା ଗ୍ରାମରେ ମେଗା ପାନୀୟ ଜଳ ପ୍ରକଳ୍ପର ପାଣି ଟାଙ୍କି ନିର୍ମାଣ କାମରେ ଶ୍ରମିକ ଭାବେ ନିୟୋଜିତ ଥିଲେ। ଏପରିସ୍ଥଳେ ମଙ୍ଗଳବାର ରାତିରେ କୌଣସି କାରଣକୁ ନେଇ ସେମାନଙ୍କ ମଧ୍ୟରେ ବଚସା ହୋଇ ଗଣ୍ଡଗୋଳ ଆରମ୍ଭ ହୋଇଯାଇଥିଲା। ଏହି ସମୟରେ କୁନିଲ ଏକ ଟାଙ୍ଗିଆରେ ଆକ୍ରମଣ କରିବାରୁ ଦିଲ୍ଲୀପଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଆକ୍ରମଣରେ ଲଲିତ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଖବରପାଇ ବିଷମକଟକ ପୋଲିସ ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ହତ୍ୟାକାରୀ କୁନିଲଙ୍କୁ ପୋଲିସ ଅଟକ ରଖି ଅଧିକ ତଦନ୍ତ ଚଳାଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ବୁଧବାର ସାରେ ବଳଭଦ୍ରପୁର ଗ୍ରାମରେ ଶୋକାକୁଳ ପରିବେଶରେ ଶବଦାହ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri