ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଲା କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ହେଲେ ଭୁବନେଶ୍ୱରର ୮୧ ବର୍ଷିୟ ବ୍ୟକ୍ତି। ସେ ଡାଇବେଟିସ, ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ।