Posted inଖେଳ

ଗୁର୍‌ବାଜଙ୍କୁ ଭର୍ତ୍ସନା ସହ ୧ ଡିମେରିଟ୍‌ ପଏଣ୍ଟ

ନୂଆଦିଲ୍ଲୀ, ୧୮ା୧୦(ପି.ଟି.): ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପ୍‌ରେ ଇଂଲଣ୍ଡ ବିପକ୍ଷ ମ୍ୟାଚ ବେଳେ ଆଫଗାନିସ୍ତାନ ବ୍ୟାଟର ରହମାନୁଲ୍ଲା ଗୁର୍‌ବାଜ ଆଉଟ ହେବା ପରେ ବିରକ୍ତି ପ୍ରକାଶ କରି ବାଉଣ୍ଡାରି ଦଉଡ଼ି ଓ ଏକ ଚେୟାରକୁ ତାଙ୍କ ବ୍ୟାଟ୍‌ରେ ପ୍ରହାର କରିଥିଲେ। ଫଳତଃ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ଆଚରଣବିଧି ଉଲ୍ଲଂଘନ କରିଥିବା ଅଭିଯୋଗରେ ତାଙ୍କୁ ବିଧିବଦ୍ଧ ଭାବେ ଭର୍ତ୍ସନା କରାଯାଇଛି। ଏହାଛଡ଼ା ତାଙ୍କ ଶୃଙ୍ଖଳା ରେକର୍ଡରେ ଗୋଟିଏ ଡିମେରିଟ୍‌ ପଏଣ୍ଟ ଯୋଗ କରାଯାଇଛି। ୨୪ ମାସ ମଧ୍ୟରେ ଏହା ହେଉଛି ତାଙ୍କର ପ୍ରଥମ ଅପରାଧ। ଆଫଗାନିସ୍ତାନ ଇନିଂସର ୧୯ତମ ଓଭରରେ ଗୁର୍‌ବାଜ ଆଉଟ ହେବାପରେ ଏହି ଘଟଣା ଘଟିଥିଲା। ଗୁର୍‌ବାଜ ତାଙ୍କ ଦୋଷ ସ୍ବୀକାର କରିବା ସହ ଆଇସିସି ଏଲିଟ୍‌ ପ୍ୟାନେଲ ଅଫ୍‌ ମ୍ୟାଚ ରେଫରିଜ୍‌ର ଜେଫ୍‌ କ୍ରୋଙ୍କ ଦ୍ୱାରା ହୋଇଥିବା ଦଣ୍ଡବିଧାନକୁ ଗ୍ରହଣ କରିନେବାରୁ ଆନୁଷ୍ଠାନିକ ଶୁଣାଣିର ଆବଶ୍ୟକ ପଡ଼ି ନ ଥିଲା। ଦୁଇ ଫିଲ୍ଡ ଅମ୍ପାୟର ରଡ୍‌ ଟକର ଓ ଶାର୍ଫୁଦୋଲ୍ଲା ଇବ୍‌ନେ ଶାହିଦ, ତୃତୀୟ ଅମ୍ପାୟର ପଲ୍‌ ରିଫେଲ ଓ ଚତୁର୍ଥ ଅମ୍ପାୟର ପଲ୍‌ ଓ୍ବିଲସନ ଗୁରୁବାଜଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ। ଆଚରଣବିଧିର ଧାରା-୧ ଉଲ୍ଲଂଘନ କଲେ ଏକ ବିଧିବଦ୍ଧ ଭର୍ତ୍ସନା, ସମ୍ପୃକ୍ତ ଖେଳାଳିଙ୍କ ମ୍ୟାଚ ଫି’ର ସର୍ବାଧିକ ୫୦ ପ୍ରତିଶତ ଜରିମାନା ଏବଂ ଏକ କିମ୍ବା ଦୁଇ ଡିମେରିଟ୍‌ ପଏଣ୍ଟରେ ଦଣ୍ଡର ବ୍ୟବସ୍ଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri