Posted inଖେଳ

ପ୍ରମୋଦଙ୍କୁ ୧ ସ୍ବର୍ଣ୍ଣ, ୨ ରୌପ୍ୟ

ଭୁବନେଶ୍ୱର, ୭।୮ (ତପନ ସ୍ବାଇଁ): ଇଂଲଣ୍ଡର ଶେଫିଲ୍ଡଠାରେ ଅନୁଷ୍ଠିତ ଚତୁଃରାଷ୍ଟ୍ରୀୟ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଓଡ଼ିଶାର ପ୍ରମୋଦ ଭଗତ ଗୋଟିଏ ସ୍ବର୍ଣ୍ଣ ଓ ୨ଟି ରୌପ୍ୟ ପଦକ ହାସଲ କରିଛନ୍ତି। ସେ ପୁରୁଷ ଡବଲ୍ସରେ ସ୍ବର୍ଣ୍ଣ ଏବଂ ସିଙ୍ଗଲ୍ସ ଓ ମିକ୍ସଡ ଡବଲ୍ସରେ ରୌପ୍ୟ ପାଇଛନ୍ତି।
ପ୍ରମୋଦ ଓ ସୁକାନ୍ତ କଦମ ଯୋଡି ଡବଲ୍ସ ଫାଇନାଲରେ ନିଜ ଦେଶର ଦୀପ ରଞ୍ଜନ ବିଷୋଇ ଓ ମନୋଜ ସରକାରଙ୍କୁ ସିଧସଳଖ ୧୭-୨୧, ୧୭-୨୧ରେ ପରାସ୍ତ କରିଛନ୍ତି। ଫଳରେ ଓଡ଼ିଶାର ଦୀପ ରଞ୍ଜନ ଓ ମନୋଜ ରୌପ୍ୟ ପଦକରେ ସନ୍ତୁଷ୍ଟ ହୋଇଛନ୍ତି। ମିକ୍ସଡ ଡବଲ୍ସ ଫାଇନାଲରେ
ପ୍ରମୋଦ ଓ ମନିଷା ରାମଦାସ ଯୋଡ଼ି ଇଣ୍ଡୋନେସିଆର ହିକମତ ରାମଦାନି ଓ ଲିଆନି ରାଟ୍ରି ଓକ୍‌ଟିଲାଙ୍କଠାରୁ ୧୭-୨୧, ୧୭-୨୧ରେ ହାରି ଯାଇଛନ୍ତି। ସେହିପରି
ସିଙ୍ଗଲ୍ସ ଫାଇନାଲରେ ପ୍ରମୋଦ ପାରମ୍ପରିକ ପ୍ରତିଦ୍ୱନ୍ଦୀ ଇଂଲଣ୍ଡର ଡାନିଏଲ ବେଥେଲଙ୍କଠାରୁ ୮-୨୧,୧୦-୨୧ରେ ପରାସ୍ତ ହୋଇଛନ୍ତି। ଓଡ଼ିଶାର ଅନ୍ୟ ୨ ଖେଳାଳି ଦିଲେଶ୍ୱର ରାଓ ଓ ଶୁଭ୍ରଜିତ ମହାରଣା ଡବଲ୍ସର ଗ୍ରପ୍‌ ପର୍ଯ୍ୟାୟରୁ ବିଦାୟ ନେଇଥିଲେ। ଓଡ଼ିଶାରୁ ୪ ଖେଳାଳିଙ୍କ ସହିତ କୋଚ୍‌ ଶିବ ପ୍ରସାଦ ଦାସ ଇଂଲଣ୍ଡ ଯାତ୍ରା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୂଳା ନାଳରେ ଭାସିଗଲେ ବୃଦ୍ଧ: ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ

ମହାକାଳପଡ଼ା, ୯।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଟିକରପଙ୍କା ପଞ୍ଚାୟତର ଟିକରପଙ୍କା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର…

ପିଣ୍ଡି ନିର୍ମାଣ ପ୍ରସଙ୍ଗ: ବିନା ସୂଚନା ଫଳକରେ ଚାଲିଛି କାମ, ସରପଞ୍ଚଙ୍କ ଭୂମିକାକୁ ନେଇ ପ୍ରଶ୍ନ

ରିଷିଡ଼ା, ୯।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅଧୀନ ହାଇସ୍କୁଲ ବଜାର ପଡ଼ିଆରେ ବିନା ସୂଚନା ଫଳକରେ ପିଣ୍ଡି ନିର୍ମାଣ କାମ…

ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା

ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ…

ଅଗଷ୍ଟ ୧୬ରୁ ୧୦୦୦ଟଙ୍କାର ସିଲିଣ୍ଡର ହୋଇଯିବ ୨୯୦୦! ତୁରନ୍ତ କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ, ୯।୮: ଯଦି ଆପଣଙ୍କର ଏଲପିଜି (LPG) ଗ୍ୟାସ ସଂଯୋଗ ଅଛି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୬ ଅଗଷ୍ଟ ସୁଦ୍ଧା ଇ-କେୱାଇସି…

ଚନ୍ଦ୍ରଙ୍କ ଉପରେ ଶନି-ରାହୁଙ୍କ ଛାୟା! ୨୮ ଅଗଷ୍ଟରୁ ୪ ରାଶିଙ୍କ ପାଇଁ ବଢ଼ିପାରେ ଅସୁବିଧା, ଲାଗିବ ବଡ଼ ଝଟକା…

ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରଗ୍ରହଣକୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ସମ୍ବେଦନଶୀଳ ଏବଂ ଜ୍ୟୋତିଷ ଦୃଷ୍ଟିରୁ ପ୍ରଭାବଶାଳୀ ଘଟଣା ଭାବରେ ବିବେଚନା କରାଯାଏ । ୨୦୨୬ ମସିହାର ଶେଷ ଚନ୍ଦ୍ରଗ୍ରହଣ…

ନିଶାମୁକ୍ତ ଯୁବସମାଜ

ଆଜିକାଲିର ଯୁବପିଢ଼ି ନିଶାଦ୍ରବ୍ୟକୁ ନିତ୍ୟବ୍ୟବହାର୍ଯ୍ୟ ଦ୍ରବ୍ୟ କରିସାରିଲେଣି। ଗ୍ଲୋବାଲ ୟୁଥ୍‌ ଟୋବାକୋ ସର୍ଭେ (ଜିୱାଇଟିଏସ୍‌) ୨୦୧୯ ଅନୁଯାୟୀ, ସାରା ଦେଶରେ ୧୩ରୁ ୧୫ ବର୍ଷ ବୟସର ୮.୫…

ବସ୍ତାନିରୁ ସ୍କୁଲ ବ୍ୟାଗ: ଭାରରୁ ବିଚାର ପର୍ଯ୍ୟନ୍ତ

ପିଲାବେଳେ କାନ୍ଧରେ ବସ୍ତାନି ପକେଇ ସ୍କୁଲ ଗଲାବେଳର ସ୍ମୃତି ନିଆରା। ଆଜିର ସ୍କୁଲ ବ୍ୟାଗକୁ ଦେଖିଲେ ଲାଗେ, ସେହି ବସ୍ତାନିର ସରଳତା ଓ ସ୍ନେହ ଏବେ ମଧ୍ୟ…

ପ୍ରତିବାଦରେ ବାଧା

ଚଳିତ ସପ୍ତାହରେ ଦିଲ୍ଲୀ ହାଇକୋର୍ଟରେ ଏକ ଅଦ୍ଭୁତ ବିତର୍କ ଦେଖିବାକୁ ମିଳିଥିଲା। ସରକାରଙ୍କୁ ପଚରାଯାଇଥିଲା, ପ୍ରତିବାଦ ପାଇଁ ଯନ୍ତରମନ୍ତର ଅଞ୍ଚଳକୁ ବ୍ୟବହାର କରିବାକୁ କାହିଁକି ବନ୍ଦ କରାଯାଉନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri