Posted inଫୁରସତ

ପ୍ରତି ୯ରୁ ଜଣଙ୍କୁ ହୋଇପାରେ କ୍ୟାନ୍‌ସର

ନୂଆଦିଲ୍ଲୀ, ୧୮।୧୨: ଭାରତରେ ପ୍ରତିବର୍ଷ କ୍ୟାନ୍‌ସର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରତି ୯ ଜଣଙ୍କ ମଧ୍ୟରୁ ଜଣେ ଭାରତୀୟଙ୍କ ଶରୀରରେ କ୍ୟାନ୍‌ସର ବିକଶିତ ହେଉଥିବା ନ୍ୟାଶନାଲ ସେଣ୍ଟର ଫର୍‌ ଡିଜିଜ୍‌ ଇନ୍‌ଫରମେଟିକ୍ସ ଆଣ୍ଡ୍‌ ରିସର୍ଚ୍ଚ (ଏନ୍‌ସିଡିଆଇଆର୍‌) ଏବଂ ଆଇସିଏମ୍‌ଆର୍‌ ପକ୍ଷରୁ କରାଯାଇଥିବା ମିଳିତ ଅଧ୍ୟୟନ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଦେଶରେ ଦେଖାଯାଇଥିବା ନୂଆ କ୍ୟାନ୍‌ସର ମାମଲା ସାଙ୍ଗକୁ ମୋଟ ଜନସଂଖ୍ୟା ଭିତ୍ତିରେ ରିପୋର୍ଟ ଇଣ୍ଡିଆନ୍‌ ଜର୍ନାଲ ଅଫ୍‌ ମେଡିକାଲ ରସର୍ଚ୍ଚ (ଆଇଜେଏମ୍‌ଆର୍‌)ରେ ଏହା ପ୍ରକାଶ ପାଇଛି। ନବଜାତଠାରୁ ୭୪ ବର୍ଷ ବୟସ ବର୍ଗଙ୍କ କ୍ଷେତ୍ରରେ ପ୍ରତି ୬୭ ପୁରୁଷଙ୍କ ମଧ୍ୟରୁ ଜଣଙ୍କଠାରେ ଫୁସ୍‌ଫୁସ୍‌ କ୍ୟାନ୍‌ସର ହେବାର ଆଶଙ୍କା ରହିଛି। ସେହିପରି ପ୍ରତି ୨୯ ମହିଳାଙ୍କ ମଧ୍ୟରୁ ଜଣଙ୍କ ଶରୀରରେ ସ୍ତନ କର୍କଟର ଡର ଥିବା ରିପୋର୍ଟରେ ଦର୍ଶାଯାଇଛି।

ଚଳିତବର୍ଷ ଦେଶରେ ମୋଟ ୧୪.୬ ଲକ୍ଷ ଲୋକ କର୍କଟ ରୋଗ ଦ୍ୱାରା ପ୍ରଭାବିତ ହୋଇଛନ୍ତି। ତେବେ ସବୁଠାରୁ ଅଧିକ ଲୋକ ଫୁସ୍‌ଫୁସ୍‌ ଏବଂ ବ୍ରେଷ୍ଟ କ୍ୟାନ୍‌ସରରେ ଆକ୍ରାନ୍ତ ହେଉଥିବା ଜଣାପଡ଼ିଛି। ଅନ୍ୟପକ୍ଷେ ନବଜାତ ଶିଶୁଙ୍କଠୁ ଆରମ୍ଭ କରି ୧୪ ବର୍ଷ ବୟସ ବର୍ଗ ଲିମ୍ଫୋଏଡ୍‌ ଲ୍ୟୁକେମିଆ (ଅସ୍ଥିମଜ୍ଜା କର୍କଟ) କ୍ୟାନ୍‌ସରରେ ଅଧିକମାତ୍ରାରେ ଆକ୍ରାନ୍ତ ହେଉଥିବାବେଳେ ସେମାନଙ୍କ ମଧ୍ୟରେ ୨୯.୨% ପୁଅ ଓ ୨୪.୨% ଝିଅ ରହିଛନ୍ତି। ୨୦୨୦ ତୁଳନାରେ ୨୦୨୫ ବେଳକୁ ଆକ୍ରାନ୍ତଙ୍କ ସଂଖ୍ୟା ୧୨.୮% ବୃଦ୍ଧି ପାଇବ ବୋଲି ରିପୋର୍ଟରେ କୁହାଯାଇଛି।

ଦେଶରେ କର୍କଟଜନିତ ମୃତ୍ୟୁ ସଂଖ୍ୟା ୨୦୨୦ ଅନୁସାରେ ଚଳିତବର୍ଷ ବୃଦ୍ଧି ପାଇଥିବା କେନ୍ଦ୍ରିୟ ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ରାଜ୍ୟ ସଭାରେ କହିଛନ୍ତି। କ୍ୟାନ୍‌ସର, ମଧୁମେହ ଏବଂ ହୃଦ୍‌ଜନିତ ରୋଗର ନିରାକରଣ ପାଇଁ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଆବଶ୍ୟକ ଚିକିତ୍ସା ବ୍ୟବସ୍ଥା ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସବୁଠୁ ମହଙ୍ଗା ଫଳ: ମୂଲ୍ୟ ଜାଣିଲେ ଉଡିଯିବ ହୋଶ୍‌

ସାଧାରଣତଃ ମହଙ୍ଗା ଜିନିଷ କିଣିବାକୁ ହେଲେ ଲୋକେ ବିଳାସପୂର୍ଣ୍ଣ କାର, ସୁନା ଏବଂ ହୀରା ବିଷୟରେ ଚିନ୍ତା କରନ୍ତି। କିନ୍ତୁ ଜାପାନରେ ଏକ ତରଭୁଜ ଅଛି,...

ଏପରି ଗାଁ, ଯେଉଁଠି କାହା ଘରେ ନାହିଁ ରୋଷେଇ ଘର: ଖାଇବା ଶୈଳୀ ଜାଣିଲେ ଉଡ଼ିଯିବ ହୋଶ୍‌

ଶତାବ୍ଦୀ ଧରି ଭାରତୀୟ ଗ୍ରାମଗୁଡ଼ିକ ସେମାନଙ୍କର ସରଳତା ଏବଂ ପରମ୍ପରା ପାଇଁ ଜଣାଶୁଣା। ସମୟ ବଦଳିଛି ଏବଂ ସୁବିଧାସୁଯୋଗ ବୃଦ୍ଧି ପାଇଛି। କିନ୍ତୁ ଆଜି ମଧ୍ୟ...

Post Officeର ଜବରଦସ୍ତ ସ୍କିମ୍‌: ମାସିକ ୫୫୫୦ ଟଙ୍କା ରୋଜଗାର ଗ୍ୟାରେଣ୍ଟି

ପୋଷ୍ଟ ଅଫିସ ଗ୍ରାହକମାନଙ୍କ ପାଇଁ ବିଭିନ୍ନ ପ୍ରକାରର ସଞ୍ଚୟ ଯୋଜନା ପ୍ରଦାନ କରେ। ପୋଷ୍ଟ ଅଫିସ ଏକ ଉଲ୍ଲେଖନୀୟ ଯୋଜନା ହେଉଛି, ମାସିକ ଆୟ ଯୋଜନା...

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ମାତ୍ର ୫ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ: ପ୍ରଥମ ଦିନରୁ ଲାଭ ହିଁ ଲାଭ…

ନୂଆଦିଲ୍ଲୀ,୧୨।୧୨: ଅନେକ ଲୋକ ଚାକିରି ଛାଡି ନିଜର ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ତଥାପି, ଅନେକ ଲୋକ ପାଣ୍ଠି ଅଭାବରୁ ଏହା କରିପାରୁ ନାହାଁନ୍ତି।...

କିଏ ଅଧିକ ପଢିଛନ୍ତି ରାହୁଲ ନା ପ୍ରିୟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୧୨: ଗାନ୍ଧୀ ପରିବାର ଭାରତୀୟ ରାଜନୀତିରେ ସବୁଠାରୁ ଚର୍ଚ୍ଚିତ ପରିବାର ମଧ୍ୟରୁ ଗୋଟିଏ। ବର୍ତ୍ତମାନ ଏହି ପରିବାରର ଦୁଇ ପ୍ରମୁଖ ବ୍ୟକ୍ତି, ରାହୁଲ ଗାନ୍ଧୀ ଏବଂ...

ଫ୍ରିଜ୍‌ରେ ଅଣ୍ଡା ରଖିଲେ ପଚିଯାଏ ନା ସତେଜ ରହେ, ପ୍ରକୃତ ଉତ୍ତର ଜାଣିଲେ…

ଅଣ୍ଡା ପୁଷ୍ଟିସାରର ଏକ ବଡ଼ ଉତ୍ସ, ତେଣୁ ଏହାକୁ ଅଧିକାଂଶ ଘରେ ରଖାଯାଇଥାଏ। କିନ୍ତୁ ଏହାକୁ କେଉଁଠାରେ ରଖିବେ ସେନେଇ ଚିନ୍ତାରେ ଥାନ୍ତି ଗୃହିଣୀମାନେ। ଫ୍ରିଜ୍‌ରେ...

୨୦୨୬ଆରମ୍ଭରୁ ଯୁଦ୍ଧ ନୁହେଁ ହେବ ପ୍ରଳୟ! ସଙ୍କେତ ଦେଲାଣି ଗ୍ରହ ଚଳନ, ଭାରତରେ ପଡିବ ପଡ଼ ପ୍ରଭାବ

ନୂଆଦିଲ୍ଲୀ,୧୧।୧୨: ୨୦୨୬ ହେଉଛି ଏପରି ଏକ ବର୍ଷ ଯାହାକୁ ବିଶ୍ୱ ଅଣଦେଖା କରିପାରିବ ନାହିଁ। ଅନେକ ସୀମା ଏପରି ଏକ ସମୟରେ ଆସିବ ଯେଉଁଠାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri