ଖାଲି ପାଦରେ ୧ କି.ମି. ଦୌଡ଼ିଥିଲେ ଜାହ୍ନବୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁରଙ୍କ ‘ଉଲଝ୍‌ ’ ଚଳଚ୍ଚିତ୍ର ଶୁକ୍ରବାର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି। ଏହି ଚଳଚ୍ଚିତ୍ରରେ ଜାହ୍ନବୀଙ୍କ ସହ ରୋଶନ୍‌ ମାଥ୍ୟୁ ଓ ଗୁଲ୍‌ଶାନ ଦେବେୟା ମୁଖ୍ୟ ଭୂମିକାରେ ନଜର ଆସିଛନ୍ତି। ବିନୀତ ଜୈନଙ୍କ ଦ୍ୱାରା ନିର୍ମିତ ଏହି ଫିଲ୍ମର ନିର୍ଦ୍ଦେଶନା ସୁଧାଂଶୁ ସାରିଆ ଦେଇଛନ୍ତି। ଫିଲ୍ମରେ ଜାହ୍ନବୀ ଜଣେ ଆଇଏଫ୍‌ଏସ୍‌ ଅଧିକାରୀଙ୍କ ଭୂମିକାରେ ଅଭିନୟ କରିଛନ୍ତି। ତେବେ ଫିଲ୍ମର କ୍ଲାଇମାକ୍ସ ଦୃଶ୍ୟକୁ ନେଇ ନିର୍ଦ୍ଦେଶକ ସୁଧାଂଶୁ ସାରିଆ ଏକ ରୋଚକ ତଥ୍ୟ ରଖିଛନ୍ତି।
ସାକ୍ଷାତ୍‌କାରରେ ସୁଧାଂଶୁ କହିଛନ୍ତି, ଉଲଝ୍‌ ଚଳଚ୍ଚିତ୍ରର ଅଧିକାଂଶ ଦୃଶ୍ୟ ଲଣ୍ଡନରେ ଶୁଟିଂ କରାଯାଇଛି। ତେବେ ଫିଲ୍ମର କ୍ଲାଇମାକ୍ସ ଦୃଶ୍ୟ ଭୋପାଳରେ ଶୁଟିଂ ହୋଇଥିଲା। କ୍ଲାଇମାକ୍ସ ଦୃଶ୍ୟର ଶୁଟିଂ ପୂର୍ବ ରାତିରେ ଭୋପାଳରେ ପ୍ରବଳ ବର୍ଷା ହୋଇଥିଲା। ବର୍ଷା ଯୋଗୁଁ ସେଟ୍‌ ନଷ୍ଟ ହେବା ସହ ସହରର ରାସ୍ତାଘାଟ କାଦୁଅରେ ପରିପୂର୍ଣ୍ଣ ହୋଇଯାଇଥିଲା। ତେବେ ସିନ୍‌ ଅନୁଯାୟୀ ଜାହ୍ନବୀଙ୍କୁ ଭୋପାଳର ଏକ ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଖାଲି ପାଦରେ ପ୍ରାୟ ୧ କି.ମି. ପର୍ଯ୍ୟନ୍ତ ଦୌଡ଼ିବାକୁ ପଡ଼ିଥିଲା। ତେବେ ଉକ୍ତ ରାସ୍ତାରେ ଦୌଡ଼ିବା ସମୟରେ ଜାହ୍ନବୀଙ୍କୁ କିଛି ସମସ୍ୟା ହୋଇଥିବା ସୁଧାଂଶୁ କହିଛନ୍ତି। ତେଣୁ ଏହି ଦୃଶ୍ୟ ପାଇଁ ତାଙ୍କୁ ଅନେକବାର ଟେକ୍‌ ନେବାକୁ ପଡ଼ିଥିଲା। ଏହି ସିନ୍‌ର ଶୁଟିଂ ବେଳେ ଜାହ୍ନବୀ ସାମାନ୍ୟ ଆହତ ମଧ୍ୟ ହୋଇଥିଲେ। ତେବେ ଫିଲ୍ମ ସେଟ୍‌ରେ ସମସ୍ତେ ଜାହ୍ନବୀଙ୍କ କାର୍ଯ୍ୟକୁ ବହୁତ ପସନ୍ଦ କରିଥିବା ସୁଧାଂଶୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri