ପାଣି ପାଇଁ ୧ କି.ମି.

ବାରିପଦା ଅଫିସ,୧୮।୧ ମୟୂରଭଞ୍ଜ ଜିଲା କୁଳିଅଣା ପଞ୍ଚାୟତ ପାଣିଜିଆ ଗ୍ରାମବାସୀ ଜଳକଷ୍ଟ ଭୋଗୁଛନ୍ତି। ୧ କି.ମି ଦୂର ବିଲ ମଧ୍ୟରେ ଥିବା ପରିତ୍ୟକ୍ତ କୂଅରୁ ମହିଳାମାନେ ପିଇବା ପାଣି ସଂଗ୍ରହ କରୁଛନ୍ତି। ପ୍ରତି ଘରକୁ ପାନୀୟ ଜଳ ଯୋଗାଣ ଲାଗି ସରକାର ଘୋଷଣା କରିଥିଲେ ହେଁ ଉକ୍ତ ଗ୍ରାମରେ ତାହା ଅପହଞ୍ଚ ହୋଇପଡ଼ିଛି। ମୌଳିକ ସୁବିଧା ନ ପାଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରୁଛନ୍ତି।
ଗଁାରେ ୪୦ରୁ ଊର୍ଦ୍ଧ୍ୱ ପରିବାରର ୨ଶହରୁ ଅଧିକ ଲୋକ ବସବାସ କରନ୍ତି। ଗ୍ରାମରେ ଥିବା ଗୋଟିଏ ନଳକୂପରୁ ସମସ୍ତେ ପାନୀୟ ଜଳ ସଂଗ୍ରହ କରିବା ସହିତ ଆନୁସଙ୍ଗିକ ବ୍ୟବହାର କରିଥାନ୍ତି। ମାତ୍ର ଦୀର୍ଘ ଦିନ ହେଲା ଉକ୍ତ ନଳକୂଅରୁ ଅପରିଷ୍କାର ପାଣି ବାହାରୁଥିବାରୁ ତାହା ବ୍ୟବହାର ଅନୁପଯୋଗୀ ହୋଇପଡ଼ିଛି। ଗ୍ରାମର ମହିଳାମାନେ ବଣଜଙ୍ଗଲ ପାର ହୋଇ ଖାଲ ଢ଼ିପ ରାସ୍ତାରେ ୧ କି,ମି ଦୂରକୁ ଯାଇ ପରିତ୍ୟକ୍ତ କୂଅରୁ ପାନୀୟ ଜଳ ସଂଗ୍ରହ କରୁଛନ୍ତି। ଗ୍ରାମରେ ଥିବା ନଳକୂଅକୁ ସଜାଡ଼ିବା ପାଇଁ ବାରମ୍ବାର ବିଡିଓଙ୍କ ନିକଟରେ ଅଭିଯୋଗ କରାଯାଇଛି। ମାତ୍ର ବ୍ଲକ ପ୍ରଶାସନ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବା ଗ୍ରାମର ସୁକାନ୍ତୀ ନାଏକ, ସୁଭଦ୍ରା ନାୟକ ପ୍ରକାଶ କରିଛନ୍ତି। ସେହିପରି ହାଡିବନ୍ଧୁ ନାୟକ, ବାସନ୍ତୀ ନାଏକ ଓ ଗୋପବନ୍ଧୁ ସିଂ କୁହନ୍ତି ଗ୍ରାମରେ ଏକ ନୂତନ ନଳକୂପ ଖୋଳିବା ପାଇଁ ସରପଞ୍ଚ ଓ ୱାର୍ଡସଭ୍ୟଙ୍କୁ କହିବା ପରେ ମଧ୍ୟ ସେଥି ପ୍ରତି ଗୁରୁତ୍ୱ ଦିଆଯାଇ ନାହିଁ। ବାଧ୍ୟ ହୋଇ ଗଁାଲୋକେ ଚୁଆ ପାଣିକୁ ଭରସା କରି ଜୀବନ ବଞ୍ଚାଉଛନ୍ତି। ଏହି ଗଁାରେ ୨୦ ବର୍ଷ ହେଲା ପାନୀୟ ଜଳ ସଙ୍କଟ ଲାଗି ରହିଥିଲେ ହେଁ ବିଭାଗୀୟ ଅଧିକାରୀ କିମ୍ବା ଲୋକ ପ୍ରତିନିଧିମାନେ ସମସ୍ୟା ପ୍ରତି ଧ୍ୟାନ ଦେଉନାହାନ୍ତି। ଫଳରେ ପିଇବା ଅନୁପଯୋଗୀ ପାଣିକୁ ବ୍ୟବହାର କରି ଶିଶୁ ଓ ବୃଦ୍ଧାବୃଦ୍ଧ ବିଭିନ୍ନ ରୋଗରେ ଆକ୍ରାନ୍ତ ହେଉଛନ୍ତି। ଏ ସଂକ୍ରାନ୍ତରେ କୁଳିଅଣା ବିଡିଓ ଦେବାଶିଷ ମହାପାତ୍ରଙ୍କୁ ପଚାରିବାରୁ ଗ୍ରାମବାସୀଙ୍କ ନିମନ୍ତେ ପାନୀୟ ଜଳର ବ୍ୟବସ୍ଥା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଖୁବ୍‌ଶୀଘ୍ର ଲୋକଙ୍କୁ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି। ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଯନ୍ତ୍ରୀ ଶମ୍ଭୁନାଥ ପାଣିଗ୍ରାହୀ କୁହନ୍ତିି, ପୂର୍ବରୁ ନଳକୂଅ ମରାମତି କରାଯାଇଥିଲା। ନିର୍ବାଚନ ପରେ ପୁଣି ମରାମତି କରାଯିବ ବୋଲି କହିଛନ୍ତି। ତେବେ ନିର୍ବାଚନ ସରିବା ପର୍ଯ୍ୟନ୍ତ ଜଳ କଷ୍ଟ ଭୋଗିବାକୁ ପଡ଼ିବ ବୋଲି ଗଁା ଲୋକେ କ୍ଷୋଭର ସହ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri