ଆଜି ୧ କି.ମି ଲମ୍ବ ତ୍ରିରଙ୍ଗା ପତାକା ଶୋଭାଯାତ୍ରା

ବରଗଡ଼ ଅଫିସ,୯।୮: ସ୍ବାଧୀନତାର ୭୫ବର୍ଷ ଉପଲକ୍ଷେ ସମଗ୍ର ଭାରତବର୍ଷ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରୁଛି। ଏହି ଅବସରରେ ମଙ୍ଗଳବାର କ୍ରାନ୍ତି ଦିବସରେ ବରଗଡ଼ର ବିକାଶ ଗ୍ରୁପ୍‌ ତ୍ରିରଙ୍ଗା ଶୋଭାଯାତ୍ରା କରିବାକୁ ନିଷ୍ପତ୍ତି ନେଇଛି। ବିକାଶ ଅଡ଼ିଟୋରିୟମରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବିକାଶ ଗ୍ରୁପ୍‌ର ଡାଇରେକ୍ଟର ଡଃ ସମରେନ୍ଦ୍ର ନାଥ ପଣ୍ଡା ସୂଚନା ଦେଇ କହିଥିଲେ, ସ୍ବାଧୀନତାର ମହନୀୟ ସ୍ବାଦକୁ ଆବାଳ ବୃଦ୍ଧ ବନିତାଙ୍କ ହୃଦୟ ପଟ୍ଟରେ ପ୍ରସ୍ଫୁଟିତ କରିବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ଶୋଭାଯାତ୍ରାରେ ବରଗଡ଼ ବିକାଶ ଗ୍ରୁପ୍‌ର ଶିକ୍ଷାନୁଷ୍ଠାନ ଗୁଡ଼ିକର ଛାତ୍ରୀଛାତ୍ର, ଅଭିଭାବକ, ବିକାଶ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲ କର୍ମଚାରୀଙ୍କ ସହିତ ସହରର ସମସ୍ତ ସ୍ବେଚ୍ଛାସେବୀ ସଙ୍ଗଠନ ସାମିଲ ହେବେ ବୋଲି ବିକାଶ ଗ୍ରୁପ୍‌ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର ଡି. ନାଗେଶ୍ୱର ରାଓ ସୂଚନା ଦେଇଥିଲେ। ବରଗଡ଼ ଲେଙ୍ଗୁ ମିଶ୍ର ଛକରୁ ଶୋଭାଯାତ୍ରା ଆରମ୍ଭ ହୋଇ ବରାହଗୁଡ଼ା ଛକ ପର୍ଯ୍ୟନ୍ତ ଯିବ ଏବଂ ଏଥିରେ ସ୍ବେଚ୍ଛାକୃତ ଭାବେ ସହସ୍ରାଧିକ ଜନତା ଭାଗ ନେଇ ତ୍ରିରଙ୍ଗା ଶୋଭାଯାତ୍ରାର ମହାନ ଉଦ୍ଦେଶ୍ୟକୁ ସଫଳ କରିବେ ବୋଲି ବିକାଶ ଗ୍ରୁପ୍‌ର ଚେୟାରମ୍ୟାନ ଡି. ମୁରଲି କ୍ରିଷ୍ଣା କହିଥିଲେ। ବରଗଡ଼ ସହରରେ ପ୍ରଥମଥର ପାଇଁ ୧ କି.ମି ଲମ୍ବ ତ୍ରିରଙ୍ଗା ପତାକା ଶୋଭାଯାତ୍ରା ସହିତ ବିକାଶ ଛାତ୍ରୀଛାତ୍ରଙ୍କ ଦ୍ୱାରା ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ ବୋଲି ସେ ସୂଚନା ଦେଇଥିଲେ। ମ୍ୟାନେଜିଂ ଡାଇରେକ୍ଟର ଜି. ଭାସ୍କର ରାଓ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ମଧୁବାବୁଙ୍କ ଜୟନ୍ତୀରେ ସ୍ମୃତିଚାରଣ କଲେ ଆଇନଜୀବୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଓକିଲ ସଂଘ କେନ୍ଦୁଝରର ସଭାଗୃହରେ ସଂଘର ସଭାପତି ଆଲୋକ ମହାନ୍ତଙ୍କ ଅଧ୍ୟକ୍ଷତାରେ ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜୟନ୍ତୀ ତଥା...

ପ୍ରଚଣ୍ଡ ଖରାକୁ ଖାତିର ନ କରି ପ୍ରଚାର ମଇଦାନରେ ପ୍ରାର୍ଥିନୀ

କେସିଙ୍ଗା,୨୮ା୪(ତୁମେଶ୍ୱର ସାହୁ): ସମଗ୍ର କେସିଙ୍ଗା ଅଞ୍ଚଳରେ କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏପରିକି ତାପମାତ୍ରା ୪୦ରୁ ୪୫ ଡିଗ୍ରୀରୁ ଅଧିକ ରହିଥିବାରୁ ଅଞ୍ଚଳବାସୀ...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri