ଆଜି ୧ କି.ମି ଲମ୍ବ ତ୍ରିରଙ୍ଗା ପତାକା ଶୋଭାଯାତ୍ରା

ବରଗଡ଼ ଅଫିସ,୯।୮: ସ୍ବାଧୀନତାର ୭୫ବର୍ଷ ଉପଲକ୍ଷେ ସମଗ୍ର ଭାରତବର୍ଷ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରୁଛି। ଏହି ଅବସରରେ ମଙ୍ଗଳବାର କ୍ରାନ୍ତି ଦିବସରେ ବରଗଡ଼ର ବିକାଶ ଗ୍ରୁପ୍‌ ତ୍ରିରଙ୍ଗା ଶୋଭାଯାତ୍ରା କରିବାକୁ ନିଷ୍ପତ୍ତି ନେଇଛି। ବିକାଶ ଅଡ଼ିଟୋରିୟମରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବିକାଶ ଗ୍ରୁପ୍‌ର ଡାଇରେକ୍ଟର ଡଃ ସମରେନ୍ଦ୍ର ନାଥ ପଣ୍ଡା ସୂଚନା ଦେଇ କହିଥିଲେ, ସ୍ବାଧୀନତାର ମହନୀୟ ସ୍ବାଦକୁ ଆବାଳ ବୃଦ୍ଧ ବନିତାଙ୍କ ହୃଦୟ ପଟ୍ଟରେ ପ୍ରସ୍ଫୁଟିତ କରିବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ଶୋଭାଯାତ୍ରାରେ ବରଗଡ଼ ବିକାଶ ଗ୍ରୁପ୍‌ର ଶିକ୍ଷାନୁଷ୍ଠାନ ଗୁଡ଼ିକର ଛାତ୍ରୀଛାତ୍ର, ଅଭିଭାବକ, ବିକାଶ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲ କର୍ମଚାରୀଙ୍କ ସହିତ ସହରର ସମସ୍ତ ସ୍ବେଚ୍ଛାସେବୀ ସଙ୍ଗଠନ ସାମିଲ ହେବେ ବୋଲି ବିକାଶ ଗ୍ରୁପ୍‌ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର ଡି. ନାଗେଶ୍ୱର ରାଓ ସୂଚନା ଦେଇଥିଲେ। ବରଗଡ଼ ଲେଙ୍ଗୁ ମିଶ୍ର ଛକରୁ ଶୋଭାଯାତ୍ରା ଆରମ୍ଭ ହୋଇ ବରାହଗୁଡ଼ା ଛକ ପର୍ଯ୍ୟନ୍ତ ଯିବ ଏବଂ ଏଥିରେ ସ୍ବେଚ୍ଛାକୃତ ଭାବେ ସହସ୍ରାଧିକ ଜନତା ଭାଗ ନେଇ ତ୍ରିରଙ୍ଗା ଶୋଭାଯାତ୍ରାର ମହାନ ଉଦ୍ଦେଶ୍ୟକୁ ସଫଳ କରିବେ ବୋଲି ବିକାଶ ଗ୍ରୁପ୍‌ର ଚେୟାରମ୍ୟାନ ଡି. ମୁରଲି କ୍ରିଷ୍ଣା କହିଥିଲେ। ବରଗଡ଼ ସହରରେ ପ୍ରଥମଥର ପାଇଁ ୧ କି.ମି ଲମ୍ବ ତ୍ରିରଙ୍ଗା ପତାକା ଶୋଭାଯାତ୍ରା ସହିତ ବିକାଶ ଛାତ୍ରୀଛାତ୍ରଙ୍କ ଦ୍ୱାରା ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ ବୋଲି ସେ ସୂଚନା ଦେଇଥିଲେ। ମ୍ୟାନେଜିଂ ଡାଇରେକ୍ଟର ଜି. ଭାସ୍କର ରାଓ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri