Posted inଭଦ୍ରକ

୧ କି.ମି. ଷ୍ଟ୍ରେଚରରେ ବୁହାହେଲେ ରୋଗୀ

ଭଦ୍ରକ ଅଫିସ,୩୦।୬: ଝାଡ଼ାବାନ୍ତି ହେଉଥିବା ଜଣେ ବୃଦ୍ଧାଙ୍କୁ ଡାକ୍ତରଖାନା ନେବାକୁ ୧୦୮ ଆମ୍ବୁଲାନ୍ସ ଆସିଥିଲା। ହେଲେ ରାସ୍ତା ଖରାପ ଯୋଗୁ ଗଁାକୁ ଯାଇ ନ ପାରି ୧ କି.ମି. ପୂର୍ବରୁ ଆମ୍ବୁଲାନ୍ସ ଅଟକି ରହିଥିଲା। ଫଳରେ ଷ୍ଟ୍ରେଚରରେ ଉକ୍ତ ବୃଦ୍ଧାଙ୍କୁ ୧ କି.ମି. ବୋହି ନେବାକୁ ପଡ଼ିଥିଲା। ଭଦ୍ରକ ଜିଲା ବନ୍ତ ବ୍ଲକ ରାମପୁର ପଞ୍ଚାୟତର କାଜିପୋଖରୀ ଚାରିତିରା ଗ୍ରାମରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।
ଅନୁଯାୟୀ, ଉକ୍ତ ଗ୍ରାମର ଖଗେଶ୍ୱର ନାୟକଙ୍କ ସ୍ତ୍ରୀ କନକଲତା(୬୫)ଙ୍କର ମଙ୍ଗଳବାର ଅପରାହ୍ନରେ ଝାଡ଼ାବାନ୍ତି ହେବାରୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେବା ପାଇଁ ଆମ୍ବୁଲାନ୍ସକୁ ଯୋଗାଯୋଗ କରାଯାଇଥିଲା। ଆମ୍ବୁଲାନ୍ସ ଆସି ଅଧାରେ ଅଟକି ରହିବାରୁ ଗ୍ରାମର ସନ୍ଦୀପ ମହାପାତ୍ର, ଗୋବିନ୍ଦ ମଲ୍ଲିକ, ପୁପୁନା ସାମଲ, ବୁଟୁ ନାୟକ, ସନ୍ତୋଷ ନାୟକ ପ୍ରମୁଖ ଯୁବକମାନେ ଆମ୍ବୁଲାନ୍ସରେ ଥିବା ଷ୍ଟ୍ରେଚରରେ କନକଲତାଙ୍କୁ ବୋହି ଗାଡ଼ି ପର୍ଯ୍ୟନ୍ତ ନେଇଥିଲେ। ଉକ୍ତ ଗ୍ରାମର ଯୁବକ ତାପସ କୁମାର ମହାପାତ୍ର ଖରାପ ରାସ୍ତାର ଫଟୋ ମୁଖ୍ୟମନ୍ତ୍ରୀ, ଭଦ୍ରକ ଏମ୍‌ପି, ଜିଲାପାଳ, ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଓ ବନ୍ତ ବିଡିଓଙ୍କୁ ଟୁଇଟ୍‌ କରିଛନ୍ତି।
ଏହି ଭଦ୍ରକ-ଆନନ୍ଦପୁର ରାସ୍ତାର ବରପଦା ହନୁମାନ ଛକଠାରୁ ମିଟୁଆଣୀ, ଭାୟା କାଜିପୋଖରୀ ୩ କି.ମି.ରୁ ଅଧିକ ରାସ୍ତା ଦୀର୍ଘବର୍ଷ ଧରି ମରାମତି ହୋଇ ନ ଥିବାରୁ ଶୋଚନୀୟ ହୋଇପଡ଼ିଛି। ବର୍ଷାଦିନେ ଆମ୍ବୁଲାନ୍ସ, ଦମକଳ ଓ ପୋଲିସ ଭ୍ୟାନ୍‌ ପରି ଅତ୍ୟାବଶ୍ୟକ ଗାଡ଼ିଗୁଡ଼ିକ ଉକ୍ତ ଗ୍ରାମକୁ ଯାଇପାରୁ ନ ଥିବାରୁ ଗ୍ରାମବାସୀ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ପୂର୍ବରୁ ବହୁବାର ଜିଲାପାଳଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ଲିଖିତ ଅଭିଯୋଗ ଓ ଟୁଇଟ୍‌ ମାଧ୍ୟମରେ ଅବଗତ କରାଯାଇଥିଲେ ମଧ୍ୟ ରାସ୍ତାର ଅବସ୍ଥା ବଦଳି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri