ଭାଜପା ପକ୍ଷରୁ ୧ କି.ମି.ର ତ୍ରିରଙ୍ଗା ଯାତ୍ରା

ଭୁବନେଶ୍ୱର, ୨୮।୭(ଅସମାପିକା ସାହୁ): କାର୍‌ଗିଲ ଯୁଦ୍ଧରେ ଶହୀଦ ହୋଇଥିବା ବୀର ସୈନିକଙ୍କ ସ୍ମୃତିରେ ଶୁକ୍ରବାର ଦେଶବ୍ୟାପୀ ୨୫ତମ କାର୍‌ଗିଲ ବିଜୟ ଦିବସ ପାଳନ କରାଯାଇଥିବାବେଳେ ଶନିବାର ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ରାଜଧାନୀ ଭୁବନେଶ୍ୱରରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ୩ ହଜାରରୁ ଊର୍ଦ୍ଧ୍ୱ ଯୁବପିଢ଼ି ୧୦୦୦ ମିଟର (୧କି.ମି.) ଲମ୍ବର ତ୍ରିରଙ୍ଗା ପତାକାକୁ ଧରି ପୁରୁଣା ଭୁବନେଶ୍ୱରର ବଢ଼େଇବାଙ୍କ ଛକରୁ ମାଷ୍ଟରକ୍ୟାଣ୍ଟିନ ପର୍ଯ୍ୟନ୍ତ ପଦଯାତ୍ରା କରିଥିଲେ। ଏହି ତ୍ରିରଙ୍ଗା ଯାତ୍ରାରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ବିଧାୟକ ବାବୁ ସିଂ ଓ ଇରାଶିଷ ଆଚାର୍ଯ୍ୟ, ରାଜ୍ୟ ସାଧାରଣ ସମ୍ପାଦକ ଶାରଦା ପ୍ରସାଦ ଶତପଥୀ, ରାଜ୍ୟ ଉପସଭାପତି ତଥା ଯୁବମୋର୍ଚ୍ଚାର ପ୍ରଭାରୀ ବିରଞ୍ଚତ୍ ତ୍ରିପାଠୀ, ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା, ରାଜ୍ୟ ମୁଖପାତ୍ର ସୁଦୀପ୍ତ ରାୟ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ଜିଲା କାର୍ଯ୍ୟକାରୀ ସଭାପତି ନିରଞ୍ଜନ ମିଶ୍ର, ଯୁବମୋର୍ଚ୍ଚା ରାଜ୍ୟ ସମ୍ପାଦକ ପ୍ରଶାନ୍ତ ପାଇକରାୟ, ସୁବ୍ରତ ବିଶ୍ୱାଳଙ୍କ ସମେତ ବହୁ ବରିଷ୍ଠ ନେତା ଏବଂ ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତା ସାମିଲ ହୋଇଥିଲେ।
ଯାତ୍ରା ପୂର୍ବରୁ ଲିଙ୍ଗରାଜମନ୍ଦିର ନିକଟ ବଢ଼େଇବାଙ୍କଠାରେ ଆୟୋଜିତ ସଭାରେ ଭାଜପା ରାଜ୍ୟ ସଭାପତି ସାମଲ କହିଲେ, କାର୍‌ଗିଲ ଯୁଦ୍ଧରେ ଶହୀଦ ହୋଇଥିବା ବୀର ସୈନିକଙ୍କ ବଳିଦାନ ବ୍ୟର୍ଥ ଯିବନାହିଁ। ସେମାନଙ୍କ ବୀରତ୍ୱ ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ଏହି କାର୍ଯ୍ୟକ୍ରମର ମୂଳଲକ୍ଷ୍ୟ। ତ୍ରିରଙ୍ଗା ମାଧ୍ୟମରେ ଜାତୀୟବାଦ, ରାଷ୍ଟ୍ରବାଦର ପ୍ରଚାର କରିବା ସହ ଜନସାଧାରଣଙ୍କ ମଧ୍ୟରେ ଦେଶପ୍ରେମ ଜାଗ୍ରତ କରାଇବା ଭାଜପାର ଉଦ୍ଦେଶ୍ୟ ବୋଲି ସାମଲ କହିଛନ୍ତି। ରାଜ୍ୟ ଯୁବମୋର୍ଚ୍ଚା ସଭାପତି ପଣ୍ଡା କହିଲେ, ଆଜିର ନୂତନ ଯୁବପିଢ଼ି କାର୍‌ଗିଲ ଯୁଦ୍ଧ ସମ୍ପର୍କରେ ଅବଗତ ନାହାନ୍ତି। ସେହି ଇତିହାସ ସହ ଯୁବପିଢ଼ିଙ୍କୁ ପରିଚିତ କରାଇବା ସହ ବଳିଦାନ ଦେଇଥିବା ସୈନିକଙ୍କ ପରିବାରକୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ ଯୁବମୋର୍ଚ୍ଚା ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜନ କରାଯାଇଛି। ଯେଉଁ ଜାତି ନିଜ ଇତିହାସକୁ ଭୁଲିଯାଏ, ତାହା ଇତିହାସ ହୋଇଯାଏ ବୋଲି ପଣ୍ଡା କହିଛନ୍ତି। ଏହି ଅବସରରେ ଦେଶ ମାତୃକା ପାଇଁ ବଳିଦାନ ଦେଇଥିବା ଶହୀଦ ସଚ୍ଚିଦାନନ୍ଦ ମଲ୍ଲିକଙ୍କ ସ୍ତ୍ରୀ ନିବେଦିତା ମଲ୍ଲିକ ଏବଂ ଶହୀଦ ଗୋପୀନାଥ ମହାରଣାଙ୍କ ଭାଇ ଲକ୍ଷ୍ମଣ ମହାରାଣାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶୋଭଯାତ୍ରା ପରେ ଦେବଜ୍ୟୋତି ପାତ୍ରଙ୍କ ନେତୃତ୍ୱରେ ମ୍ୟାଷ୍ଟରକ୍ୟାଣ୍ଟିନ ଛକ ନିକଟରେ ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କ ଦ୍ୱାରା ଏକ ପଥପ୍ରାନ୍ତ ନାଟକ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?