ଜିଲାରେ ୧ଲକ୍ଷ ୨୯ହଜାର ୧୪୮ ନିର୍ମାଣ ଶ୍ରମିକ ପଞ୍ଜୀକୃତ

ବାରିପଦା ଅଫିସ,୧ା୫: ମୟୂରଭଞ୍ଜ ଜିଲା ପ୍ରଶାସନ ଓ ଜିଲା ଶ୍ରମ କାର୍ଯ୍ୟାଳୟ ଓଟଦ ଆନୁକୂଲ୍ୟରେ ବାରିପଦା ମୁର୍ଗାବାଡିସ୍ଥିତ ପ୍ରୟାସ ସମ୍ମିଳନୀ କକ୍ଷରେ ଜିଲା ସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ ହୋଇଛି । ମୁଖ୍ୟ ଅତିଥି ଭାବେ ମହିଳା ଓ ଶିଶୁ ବିକାଶ ତଥା ମିଶନଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ସମ୍ମାନିତ ଅତିଥି ଭାବେ ଜିଲା ପରିଷଦ ଅଧ୍ୟକ୍ଷା ଭାରତୀ ହାଁସଦା, ସାରସକଣା ବିଧାୟକ ଡା ବୁଢାନ ମୁର୍ମୁ, ମୋରଡ଼ା ବିଧାୟକ ରାଜ କିଶୋର ଦାସ, ଜିଲା ଆଇନ ସେବା ପ୍ରାଧିକରଣର ସଚିବ ଓ ଜିଲା ଶିଶୁ ସୁରକ୍ଷା ଅଧିକାରିଣୀ ମମତାମୟୀ ବିଶ୍ବାଳ ପ୍ରମୁଖ ଉପସ୍ଥିତ ଥିଲେ। ଜିଲାରେ କୋଠାବାଡ଼ି ଓ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ୧ଲକ୍ଷ ୨୯ହଜାର ୧୪୮ ନିର୍ମାଣ ଶ୍ରମିକଙ୍କୁ ପଞ୍ଜୀକୃତ କରି ମୋଟ୍‌ ୫୭ହଜାର ୭୭୩ ଜଣଙ୍କୁ ୩୫କୋଟି ୧୭ଲକ୍ଷ ୬୮ହଜାର ୩୪୦ଟଙ୍କା ସହାୟତା ରାଶି ଯୋଗାଇ ଦିଆଯାଇଛି। ଚଳିତ ବର୍ଷ ଅନ୍‌ଲାଇନ ଯୋଗେ ୨୧୩୯ ନିର୍ମାଣ ଶ୍ରମିକଙ୍କୁ ପଞ୍ଜୀକୃତ,୧୯୧୦ ନବୀକରଣ ଓ ୧୯୩୬ଜଣ ହିତାଧିକାରୀଙ୍କୁ ମୋଟ୍‌ ୭୧କୋଟି ୪୬ ଲକ୍ଷ୧୮ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ଏହି ଅବସରରେ ୧୦୦ ହିତାଧିକାରୀଙ୍କୁ ଶ୍ରମିକ ପଞ୍ଜୀକରଣ ପତ୍ର ଓ ମୋଟ ଏକ ହଜାର ପଞ୍ଜୀକୃତ ହିତାଧିକାରୀଙ୍କୁ ମୋଟ ୩ କୋଟି ୭ଲକ୍ଷ ୮୨ ହଜାର ଟଙ୍କା ପ୍ରଦାନ କରାଯାଇଛି। ବିଗତ ବର୍ଷରେ ଜିଲା ପ୍ରଶାସନ ପକ୍ଷରୁ ଟାସ୍କଫୋର୍ସ ଗଠନ କରାଯାଇ ୧୧ ଶିଶୁ ଶ୍ରମିକ ଓ ଜଣେ କିଶୋର ଶ୍ରମିକଙ୍କୁ ଉଦ୍ଧାର କରାଯାଇ ସେମାନଙ୍କୁ ସାମାଜିକ, ଅର୍ଥନୈତିକ, ଶିକ୍ଷାଗତ ଥଇଥାନ କରାଯାଇଛି । ଏହା ସହିତ ସେମାନଙ୍କ ପରିବାରକୁ ବିଭିନ୍ନ ପ୍ରକାର ସରକାରୀ ସାହାଯ୍ୟ ଯୋଗାଇ ଦାରିଦ୍ର୍ୟତା ଦୂରୀକରଣ କରାଯାଇଛି ବୋଲି ସୂଚନା ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

କେବଳ ଆନ୍ଦୋଳନ ପାଇଁ ଲାଠିଚାଳନା କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୭: କେବଳ ଆନ୍ଦୋଳନ ଚାଲିବାକୁ ନେଇ ପୋଲିସ ମାତ୍ରାଧିକ ବଳପ୍ରୟୋଗ କିମ୍ବା ହିଂସା କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି । ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଜ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ଏନ୍‌ଇଇଟି ପରେ ସରକାରଙ୍କ ଚିନ୍ତା ବଢ଼ାଇଛି ଇ-୨୦ ଅସନ୍ତୋଷ: ଅଗଷ୍ଟ ୪ରେ…

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଏନ୍‌ଇଇଟି ବିବାଦ ପରେ ଏବେ ୨୦% ଇଥାନଲ୍‌-ମିଶ୍ରିତ ପେଟ୍ରୋଲ (ଇ-୨୦)କୁ ନେଇ କେନ୍ଦ୍ର ସରକାରଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀର କେତେକ ପ୍ରମୁଖ…

ଇରାନକୁ ସହାୟତା କରୁଛି ରୁଷିଆ! ଜେଲେନସ୍କିଙ୍କ ଦାବି ଉପରେ ଟ୍ରମ୍ପଙ୍କ ବଡ଼ ବୟାନ

ଓ୍ବାଶିିଂଟନ,୨୮।୭: ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ଦ୍ୱାରା କରାଯାଇଥିବା ଏକ ଦାବିର ଜବାବ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଜେଲେନସ୍କି କହିଥିଲେ ଯେ ରୁଷିଆ ଆମେରିକା…

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri