Posted inରାଜ୍ୟ

ଭିତରକନିକାରେ ୧ ଲକ୍ଷ ୩୦ ହଜାର ୧୨୩ ଦେଶୀୟ ପକ୍ଷୀ

ରାଜନଗର,୧୫ା୯(ଭାସ୍କର ରାଉତରାୟ): ପକ୍ଷୀବିହାର ରୂପେ ପରିଚିତ ଭିତରକନିକା ଜାତୀୟ ଉଦ୍ୟାନରେ ଆଗନ୍ତୁକ ଦେଶୀୟ ପକ୍ଷୀଙ୍କ ଗଣନା ଶେଷ ହୋଇଛି। ଚଳିତବର୍ଷ ଦେଶୀୟ ପକ୍ଷୀଙ୍କ ସଂଖ୍ୟା ଗତ ବର୍ଷଠାରୁ ବୃଦ୍ଧି ପାଇଛି। ଗତବର୍ଷ ଭିତରକନିକାରେ ୧,୨୩,୮୬୭ ଦେଶୀୟ ପକ୍ଷୀ ଭିଡ଼ ଜମାଇଥିବା ବେଳେ ଚଳିତ ବର୍ଷ ଏହିସଂଖ୍ୟା ୧,୩୦,୧୨୩କୁ ବୃଦ୍ଧି ପାଇଛି। ଅର୍ଥାତ୍‌ ଗତ ବର୍ଷଠାରୁ ଚଳିତ ବର୍ଷ ୬୨୫୬ ଅଧିକ ସଂଖ୍ୟକ ପକ୍ଷୀ ଆସିଛନ୍ତି। ଚଳିତ ବର୍ଷ ୧୩୦୦ ଗଛରେ, ୨୭୨୮୨ ବସାରେ ଏହି ପକ୍ଷୀଙ୍କୁ ଗଣନା କରାଯାଇଛି ବୋଲି ରାଜନଗର ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି। ଗତ ୯ ତାରିଖରୁ ୧୩ ଯାଏ ଭିତରକନିକାର ମଠଆଡିଆ, ଲକ୍ଷ୍ମୀପ୍ରସାଦଡିଆ, ଦୁର୍ଗାପ୍ରସାଦଡିଆ ସମେତ ରାଜନଗର ରେଞ୍ଜର ବ୍ରାହ୍ମଣୀ ନଦୀ ମଧ୍ୟରେ ଥିବା ବାଲିଡିଆ ଆଇଲ୍ୟାଣ୍ଡରେ ପକ୍ଷୀ ଗଣନା କରାଯାଇଥିଲା। ଭିତରକନିକା ଇତିହାସରେ ଦ୍ୱିତୀୟ ଥର ପାଇଁ ଜାତୀୟ ଉଦ୍ୟାନ ବାହାରେ ଦେଶୀୟ ପକ୍ଷୀଙ୍କ ଠିକଣା ଠାବ ସହ ତା’ର ଗଣନା କରାଯାଇଛି। ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ବନ ବିଭାଗର ୪ଟି ଟିମ୍‌ ପକ୍ଷୀ ଗଣନା କରିଥିବାବେଳେ ଭିତରକନିକା ଜାତୀୟ ଉଦ୍ୟାନ ବାହାରେ ଗୋଟିଏ ଟିମ୍‌ ପକ୍ଷୀ ଗଣନା କରିଥିଲେ। ଚଳିତ ବର୍ଷ ଭିତରକନିକା ଜାତୀୟ ଉଦ୍ୟାନରେ, ଗେଣ୍ଡାଳିଆ, ରାଣୀବଗ, ମଝିଆବଗ, ଛୋଟବଗ, ଖଇରା ବଗ, ମାଟିଆ ବଗ, ପାଣିକୁଆ, ଅନ୍ଧାରିଆ ବଗ, କାପରଖାଇ, ଦା ବେଣ୍ଟିଆ ଆଦି ପକ୍ଷୀଙ୍କ ଚିହ୍ନଟ କରାଯାଇଛି। ୨୦୧୬ ମସିହାରୁ ମଠଆଡିଆରେ ଦେଶୀୟ ପକ୍ଷୀ ଭିଡ଼ ଜମାଇଥିଲେ। ଗତ ୩ ବର୍ଷ ହେଲା ମଠଆଡିଆ ସହିତ ଲକ୍ଷ୍ମୀପ୍ରସାଦଡିଆ ଓ ଦୁର୍ଗାପ୍ରସାଦଡିଆରେ ଦେଶୀୟ ପକ୍ଷୀମାନେ ବସା ବାନ୍ଧି ଆସୁଥିଲେ। ମାତ୍ର ଜଳବାୟୁ ପରିବର୍ତ୍ତନ ଏବଂ ବିଶ୍ୱତାପନର ପ୍ରଭାବରେ ଦେଶୀୟ ପକ୍ଷୀମାନଙ୍କର ଖାଦ୍ୟ ଏବଂ ବାସସ୍ଥାନ ଉପଯୁକ୍ତ ନ ହେବାରୁ ଚଳିତ ବର୍ଷ ଭିତରକନିକା ଜାତୀୟ ଉଦ୍ୟାନ ବାହାରେ ପ୍ରଥମ ଥର ପାଇଁ ଦେଶୀୟ ପକ୍ଷୀଙ୍କ ନୂଆ ଠିକଣା ଠାବ କରାଯାଇଛି। ରାଜନଗର ବ୍ଲକ ଓ ଆଳି ବ୍ଲକର ମଧ୍ୟସ୍ଥଳୀ ବ୍ରାହ୍ମଣୀ ନଦୀର ଏକମାଣିଆଠାରେ ନଦୀ ଭିତରେ ଗତ କିଛିବର୍ଷ ଭିତରେ ସୃଷ୍ଟି ହୋଇଥିବା ବାଲିଡିଆ ଆଇଲ୍ୟାଣ୍ଡରେ ଏବେ ଦେଶୀୟ ପକ୍ଷୀଙ୍କ କାକଳି ଶୁଭୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri