ରାତି ପାହିଲେ ନିର୍ବାଚନ: ପୁରୁଷୋତ୍ତମପୁରର ୧୪୭ ବୁଥ୍‌ରେ ୧ ଲକ୍ଷ ୪୧ ହଜାର ୭୬୬ ଜଣ କରିବେ ମତଦାନ

ପୁରୁଷୋତ୍ତମପୁର,୧୯ା୫(ସିମାଞ୍ଚଳ ମିଶ୍ର): ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ରବିବାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୋମବାର ସକାଳୁ ମତଦାନ ଆରମ୍ଭ ହେବ। ପୁରୁଷୋତ୍ତମପୁର ବ୍ଲକରେ ଯାଉଥିବା ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀରେ ୧୫ ପଞ୍ଚାୟତ ସମେତ ପୁରୁଷୋତ୍ତମପୁର ଏନ୍‌ଏସି ରହିଥିବା ବେଳେ ଏଥିରେ ୮୪,୩୬୯ ଜଣ ଭୋଟର ରହିଛନ୍ତି। ସେଥିରୁ ମହିଳା ୪୦,୪୦୬ ଜଣ ଓ ପୁରୁଷ ୪୩,୯୫୧ ଜଣ ଏମାନେ ଭୋଟ୍‌ ଦେବା ଲାଗି ୮୮ଟି ମତଦାନ କେନ୍ଦ୍ର ଖୋଲାଯାଇଛି। ସେହିପରି କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀରେ ଯାଉଥିବା ୧୧ଟି ପଞ୍ଚାୟତରେ ୫୭,୩୯୭ ଜଣ ଭୋଟର ରହିଥିବା ବେଳେ ମହିଳା ୨୭,୧୫୮ ଜଣ ଓ ପୁରୁଷ ୩୦,୨୩୬ଜଣ ରହିଛନ୍ତିା ଏମାନେ ଭୋଟ୍‌ ଦେବା ଲାଗି ୫୯ଟି ମତଦାନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ପୁରୁଷୋତ୍ତମପୁର ବ୍ଲକରେ ରହିଥିବା ସମୁଦାୟ ୧୪୭ଟି ବୁଥ୍‌ ରହିଥିବା ବେଳେ ଏଥି ମଧ୍ୟରୁ ୧୦ଟି ସଖୀ ବୁଥ୍‌, ୫ଟି ଆଦର୍ଶ ବୁଥ ଓ ଗୋଟିଏ ଇକୋ ଫ୍ରେଣ୍ଡଲି ବୁଥ୍‌ ରହିଛି। ଏହି ବୁଥ୍‌ମାନ ମାଧ୍ୟମରେ ସମୁଦାୟ ୧,୪୧,୭୬୬ ଜଣ ଭୋଟର ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ। ସେପଟେ ସମସ୍ତ ବୁଥ୍‌ରେ ପୋଲିଂ ପାର୍ଟି ପହଞ୍ଚି ନିର୍ବାଚନ ଲାଗି ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ଶେଷ କରିସାରିଛନ୍ତି। ଗୋଟିଏ ପୋଲିଂ ପାର୍ଟିରେ ଜଣେ ପ୍ରିଜାଇଡିଂ ଅଫିସର ଓ ୫ ପୋଲିଂ ଅଫିସର ରହିଛନ୍ତି। ସେପଟେ କିଭଳି ଶାନ୍ତିଶୃଙ୍ଖଳାର ସହ ମତଦାନ ଶେଷ ହେବ ସେ ନେଇ ପୁରୁଷୋତ୍ତମପୁର ଏସ୍‌ଡିପିଓ ରଜନୀକାନ୍ତ ସାମଲଙ୍କ ତତ୍ତ୍ୱାବଧାନରେ ଆଇଆଇସି ବିପିନ ବିହାରୀ ହୋତାଙ୍କ ସମେତ ପୋଲିସ ଅଫିସର ଓ କର୍ମଚାରୀମାନେ ପାଟ୍ରୋଲିଂ କରିବା ସହ ବିଭିନ୍ନ ସମ୍ବେଦନଶୀଳ ବୁଥ୍‌ଗୁଡ଼ିକ ପ୍ରତି କଡ଼ା ନଜର ରଖି ବିଭିନ୍ନ ବୁଥ୍‌ ବୁଲି ସ୍ଥିତିର ତଦାରଖ କରୁଥିବା ବେଳେ ବିଡିଓ ମନୋଜ କୁମାର ନାୟକ ଓ ତହସିଲଦାର ଲୋପାମୁଦ୍ରା ରଥ ମଧ୍ୟ ବୁଥ୍‌କୁ ବୁଥ୍‌ ବୁଲି ତଦାରଖ କରିବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?