୧ ଲକ୍ଷ ୭୦ ହଜାର ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

ଢେଙ୍କାନାଳ ଅଫିସ,୧୦।୬: ଢେଙ୍କାନାଳ ସହର ରାମେଶ୍ୱରପୁର ରେଳଧାରଣା ନିକଟରୁ ଶୁକ୍ରବାର ଟାଉନ ଥାନା ପୋଲିସ ୧୬ ଗ୍ରାମ୍‌ ୭୦୦ ମିଲିଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି।
ପୋଲିସ ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରିଥିବା ବେଳେ ତାଙ୍କଠାରୁ ନଗଦ ୪୦ ହଜାର ଟଙ୍କା, ୫ଟି ମୋବାଇଲ ଫୋନ୍‌, ୨ ଭରି ଓଜନର ଏକ ସୁନାଚେନ, ଗୋଟିଏ ସୁନାମୁଦି, ସୁନା ବ୍ରେସ୍‌ଲେଟ ସହ ଏକ କାର ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଢେଙ୍କାନାଳ ସହର ବାଜିଚୌକ ଜୟଗୋପାଳ ସାହିର ଜଗନ ଓରଫ ରାହୁଲ କୁମାର ରାଉତ, ରଗଡ଼ି ସାହିର ଗଣେଶ ନାଥ, ମୋଟଙ୍ଗା ଥାନା ବୁଢ଼ାପଙ୍କ ଗ୍ରାମର ସମୀର ଓରଫ ସୌମ୍ୟରଞ୍ଜନ ଦାସ। ଏନେଇ ପୋଲିସ ଟାଉନ ଥାନାରେ ଏକ ମାମଲା(ନଂ .୩୪୫/୨୨) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଏସ୍‌ପି ଲୋଗାନୟାଗୀ ଦିବ୍ୟା ଭିଙ୍କ ନିର୍ଦ୍ଦେଶକ୍ରମେ ଥାନା ଅଧିକାରୀ ରାଜେନ୍ଦ୍ର ମହାପାତ୍ର ସହ ପୋଲିସ କର୍ମଚାରୀ ବ୍ରାଉନସୁଗାର ଜବତ କରି ୩ ଜଣଙ୍କୁ ଧରିବାରେ ସଫଳ ହୋଇଥିଲେ। ଜବତ ବ୍ରାଉନ ସୁଗାର ମୂଲ୍ୟ ୧ ଲକ୍ଷ ୭୦ ହଜାର ଟଙ୍କା ହେବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri