ଚାକିରିରୁ ବଞ୍ଚିତ ପ୍ରାର୍ଥୀଙ୍କୁ ଓପିଏସ୍‌ସି ଦେବ ୧ ଲକ୍ଷ କ୍ଷତିପୂରଣ

କଟକ,୨୦ା୧୨ (କାର୍ତ୍ତିକ ସାହୁ):ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)ର ତ୍ରୁଟି ଯୋଗୁ ୫ ବର୍ଷ ଧରି ଓଏଏସ୍‌ ଚାକିରିରୁ ବଞ୍ଚତ୍ତ ଜଣେ ଯୋଗ୍ୟ ପ୍ରାର୍ଥୀଙ୍କୁ ତାଙ୍କର ପ୍ରାପ୍ୟ ଦେବା ନିମନ୍ତେ ସାଧାରଣ ପ୍ରଶାସନ ବିଭାଗ ତତ୍ପରତା ପ୍ରକାଶ କରିଛି। ନିଯୁକ୍ତି, ବରିଷ୍ଠତା ସମେତ ୧ ଲକ୍ଷ ଟଙ୍କା ଦୁଇମାସ ମଧ୍ୟରେ ଦେବା ପାଇଁ ହାଇକୋର୍ଟ ବର୍ଷେ ତଳେ ଦେଇଥିବା ନିର୍ଦ୍ଦେଶ ପାଳନ କରିବାକୁ ବୁଧବାର ନିର୍ଦ୍ଦେଶନାମା ଜାରି କରାଯାଇଛି। ସମ୍ପୃକ୍ତ ପ୍ରାର୍ଥୀ କୋରାପୁଟ ଜିଲା ବୋରିଗୁମ୍ମା ଅଞ୍ଚଳର ଅନୁଶ୍ରବ ଗନ୍ତାୟତଙ୍କୁ ୧ ଲକ୍ଷ ଟଙ୍କା ଦେବାର ବ୍ୟବସ୍ଥା କରିବାକୁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଓପିଏସ୍‌ସିକୁ ନିର୍ଦ୍ଦେଶ ଦିଆଯାଇଛି। ସରକାର ଅନୁଶ୍ରବଙ୍କୁ ୨୦୨୪ ଜୁଲାଇ ୨୪ରେ ଟ୍ରେନିଂ ରିଜର୍ଭ ଅଫିସର ଭାବେ ପୁରୀରେ ନିଯୁକ୍ତି ଦେଇଥିବାବେଳେ ହାଇକୋର୍ଟଙ୍କ ଆଦେଶ ସମ୍ପୂର୍ଣ୍ଣ ପାଳନ ହୋଇନାହିଁ।
ସୂଚନାନୁସାରେ, ୨୦୧୭ ବ୍ୟାଚ୍‌ର ଓଡ଼ିଶା ସିଭିଲ୍‌ ସର୍ଭିସ୍‌ ପରୀକ୍ଷାରେ ଭଲ ପ୍ରଦର୍ଶନ କରିଥିବା ଅନୁଶ୍ରବଙ୍କ ପ୍ରାର୍ଥିତ୍ୱକୁ ମୌଖିକ ପରୀକ୍ଷା ପରେ ଆୟୋଗ ନାକଚ କରିଦେଇଥିଲେ। ସେ ୧୩୬୫ ନମ୍ବର ରଖିଥିବାବେଳେ ୧୩୦୨ ନମ୍ବର ରଖିଥିବା ଅଣସଂରକ୍ଷିତ ଓ ୧୦୬୫ ନମ୍ବର ରଖିଥିବା ସଂରକ୍ଷିତ ବର୍ଗର ପ୍ରାର୍ଥୀଙ୍କୁ ଯୋଗ୍ୟତା ତାଲିକାରେ ସ୍ଥାନ ଦିଆଯାଇଥିଲା। ସାଧାରଣ ପ୍ରଶାସନ ବିଭାଗ, ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏବଂ ନିଜେ ମୁଖ୍ୟ ଶାସନ ସଚିବ ବାରମ୍ବାର ଏ ପ୍ରସଙ୍ଗ ଆୟୋଗଙ୍କ ଦୃଷ୍ଟିକୁ ଆଣିବା ସହିତ ଏହି ବଞ୍ଚତ୍ତ ପ୍ରାର୍ଥୀଙ୍କ ନାମ ମେଧା ତାଲିକାରେ ସାମିଲ କରିବାକୁ କହିଥିଲେ। ସ୍ୟାଟ୍‌ ମଧ୍ୟ ଅନୁରୂପ ମନ୍ତବ୍ୟ ଦେଇଥିଲେ। ତଥାପି ଆୟୋଗ ଉକ୍ତ ପ୍ରାର୍ଥୀଙ୍କ ନାମ ମେଧା ତାଲିକାରେ ସାମିଲ କରି ନ ଥିଲା। ଫଳରେ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଅପରପକ୍ଷରେ ତାଙ୍କ ବ୍ୟାଚ୍‌ର ଅନ୍ୟ ପ୍ରାର୍ଥୀମାନଙ୍କୁ ୨୦୧୯ ମସିହାରେ ଓଏଏସ୍‌ ପଦବୀରେ ନିଯୁକ୍ତି ଦିଆଯାଇଥିଲା। ୫ ବର୍ଷ ଧରି ମାମଲା ଚାଲିବା ପରେ ୨୦୨୩ ଡିସେମ୍ବର ୧୯ ତାରିଖରେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇ ଏହି ବଞ୍ଚତ୍ତ ପ୍ରାର୍ଥୀଙ୍କ ନାମ ମେଧା ତାଲିକାରେ ସାମିଲ କରିବା ସହ ତାଙ୍କୁ ଓଏଏସ୍‌ ଚାକିରିରେ ନିଯୁକ୍ତି ଦେବାକୁ ଆଦେଶ ଦେଇଥିଲେ। ଏଥିସହ ମେଧା ତାଲିକା ଭିତ୍ତିରେ ତାଙ୍କର ବରିଷ୍ଠତା ନିର୍ଦ୍ଧାରଣ କରିବା, ପିଛିଲା ତାରିଖରୁ ତାଙ୍କ ନିଯୁକ୍ତି ଗଣନା କରିବା ଲାଗି ଆବଶ୍ୟକ ପଡ଼ିଲେ ସୁପରନ୍ୟୁମେରାରୀ ପଦବୀ ସୃଷ୍ଟି କରିବା, ତାଙ୍କ ବ୍ୟାଚ୍‌ର ଅନ୍ୟମାନଙ୍କ ଭଳି ତାଙ୍କ ବେତନ ନୋସନାଲି ନିର୍ଦ୍ଧାରଣ କରିବା ଓ ଆବଶ୍ୟକ ସ୍ଥଳେ ଦରମା ସଂଶୋଧନ କରିବା, ଏମିତିକି ତାଙ୍କଠାରୁ କନିଷ୍ଠ ଯଦି କେହି ପଦୋନ୍ନତି ପାଇଥାନ୍ତି ତେବେ ଆବେଦନକାରୀଙ୍କୁ ପଦୋନ୍ନତି ସହ ଅନ୍ୟାନ୍ୟ ସୁବିଧା ଦେବା ପାଇଁ ହାଇକୋର୍ଟ ରାୟରେ ସ୍ପଷ୍ଟ କରିଥିଲେ। ଏଥିସହ ପ୍ରାର୍ଥୀ ୫ ବର୍ଷ ଧରି ଚାକିରିରୁ ବଞ୍ଚତ୍ତ ହୋଇ ଯେଉଁଭଳି କ୍ଷତି ସହିଛନ୍ତି ତାହାକୁ ଦୃଷ୍ଟିରେ ରଖି ଦୁଇମାସ ମଧ୍ୟରେ ୧ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ହାଇକୋର୍ଟ ସ୍ପଷ୍ଟ ନିର୍ଦ୍ଦେଶ ଦେବା ସହ ରାୟର ଅନୁପାଳନ ସଂକ୍ରାନ୍ତୀୟ ରିପୋର୍ଟ ୨୦୨୪ ମାର୍ଚ୍ଚ ୩୧ ସୁଦ୍ଧା ହାଇକୋର୍ଟରେ ଦାଖଲ କରିବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri