Posted inଜାତୀୟ

ଟିକାକରଣ ସାର୍ଟିଫିକେଟରୁ ପ୍ରଧାନମନ୍ତ୍ରୀଙ୍କ ଫଟୋ ହଟାଇବା ପାଇଁ ଆବେଦନ କରିବାରୁ ଏକ ଲକ୍ଷ ଜରିମାନା

ଥିରୁଭାନନ୍ଥପୁରମ,୨୧।୧୨: କୋଭିଡ୍‌-୧୯ ଟିକାକରଣ ପ୍ରମାଣପତ୍ରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ହଟାଇବା ପାଇଁ କରାଯାଇଥିବା ଆବେଦନକୁ ଖାରଜ କରି ଦେଇଛନ୍ତି କେରଳ ହାଇକୋର୍ଟ। ରାଜନୈତିକ ଉଦ୍ଦେଶ୍ୟ ରଖି ଏହି ଆବେଦନ କରାଯାଇଥିବା କହିବା ସହ କୋର୍ଟ ଆବେଦନକାରୀଙ୍କ ଉପରେ ୧ ଲକ୍ଷ ଟଙ୍କାର ଜରିମାନା ଲଗାଇଛନ୍ତି।

“ପ୍ରଧାନମନ୍ତ୍ରୀଙ୍କୁ କେହି କଂଗ୍ରେସ କିମ୍ବା ଭାଜପା କିମ୍ବା ଅନ୍ୟ କୌଣସି ରାଜନୈତିକ ଦଳର ପ୍ରଧାନମନ୍ତ୍ରୀ କହିପାରିବେ ନାହିଁ। ସମ୍ବିଧାନ ଅନୁଯାୟୀ ଜଣେ ପ୍ରଧାନମନ୍ତ୍ରୀ ନିର୍ବାଚିତ ହେବା ପରେ ସେ ପୂରା ଦେଶର ପ୍ରଧାନମନ୍ତ୍ରୀ। ଆଉ ଏହି ପଦ ପ୍ରତ୍ୟେକ ନାଗରିକଙ୍କ ପାଇଁ ଗର୍ବ ହେବା ଉଚିତ। ସେମାନେ ସରକାରଙ୍କ ନୀତି ଏବଂ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ସହ ଏକ ମତ ନ ହୋଇପାରନ୍ତି। କିନ୍ତୁ ଟିକାକରଣ ପ୍ରମାଣପତ୍ରରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ଥିବାରୁ ନାଗରିକଙ୍କୁ ଲଜ୍ଜିତ ହେବାର ଆବଶ୍ୟକତା ନାହିଁ” ବୋଲି ଜଷ୍ଟିସ ପି ଭି କୁନହିକ୍ରିଷ୍ଣନ କହିଛନ୍ତି।

ଆବେଦନକାରୀଙ୍କୁ ଆଗାମୀ ୬ ସପ୍ତାହ ମଧ୍ୟରେ କେରଳ ରାଜ୍ୟ ଆଇନ ସେବା ପ୍ରାଧିକରଣ (କେଲସା) ନିକଟରେ ଜରିମାନା ରାଶି ୧ ଲକ୍ଷ ଟଙ୍କା ଜମା କରିବାକୁ ପଡ଼ିବ। ଯଦି ଆବେଦନକାରୀ ସମୟରେ ଜରିମାନା ରାଶି ଜମା କରିବାରେ ବିଫଳ ହୁଅନ୍ତି, ତେବେ ତାଙ୍କର ସମ୍ପତ୍ତି ବିକ୍ରି କରି ଏହି ରାଶି ଆଦାୟ କରାଯିବ ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri