ଶିଳ୍ପ ପାଇଁ ୧ ଲକ୍ଷ ହେକ୍ଟର ଜମି

ଭୁବନେଶ୍ୱର,୩୦।୭(ବ୍ୟୁରୋ): ରାଜ୍ୟରେ ବିଭିନ୍ନ ଶିଳ୍ପ ପ୍ରତିଷ୍ଠା ପାଇଁ ଜମି ଯୋଗାଇଦେବା ତଥା ଶିଳ୍ପ ଭିତ୍ତିଭୂମି ଉନ୍ନୟନ ନିମନ୍ତେ ଇଡ୍‌କୋ ଦ୍ୱାରା ଲ୍ୟାଣ୍ଡ ବ୍ୟାଙ୍କ ଗଠନ କରାଯାଇଛି। ଇଡ୍‌କୋ ଏଥିପାଇଁ ୧ ଲକ୍ଷ ହେକ୍ଟର ଜମି ଅଧିଗ୍ରହଣ କରିବ। ବିଜେଡି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ମୂଳ ପ୍ରଶ୍ନର ଉତ୍ତରରେ ଶୁକ୍ରବାର ପ୍ରଶ୍ନକାଳରେ ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ ଏହା କହିଛନ୍ତି। ମୂଳ ପ୍ରଶ୍ନକର୍ତ୍ତା ପଚାରିଥିଲେ ରାଜ୍ୟରେ ନୂତନ ଶିଳ୍ପ ପ୍ରତିଷ୍ଠା ଲାଗି ସରକାର ଇଡ୍‌କୋ ଜରିଆରେ ଲ୍ୟାଣ୍ଡ ବ୍ୟାଙ୍କ ସୃଷ୍ଟି କରୁଛନ୍ତି। ଏହି ଯୋଜନାରେ ଭତରକନିକା ନିକଟସ୍ଥ ଡାଙ୍ଗମାଳ, ଖମାରସାହି, ବଗପାଟିଆ ଓ ପେଣ୍ଠ ବେଳାଭୂମି ନିକଟରେ ପରିବେଶ ଅନୁକୂଳ ଇକୋ କଟେଜ୍‌, ରିସର୍ଟ ପ୍ରତିଷ୍ଠା ପାଇଁ ସରକାର କି ପଦକ୍ଷେପ ନେଇଛନ୍ତି।
ମନ୍ତ୍ରୀ କହିଛନ୍ତି, ରାଜ୍ୟ ପର୍ଯ୍ୟଟନ ଶିଳ୍ପର ବିକାଶ ପାଇଁ ଲ୍ୟାଣ୍ଡ ବ୍ୟାଙ୍କ କାଟେଗୋରି-ଏ ଅଧୀନରେ ଭିତରକନିକା ନିକଟସ୍ଥ ଖମାରସାହିଠାରେ ୨୩.୨୯ ଏକର ଓ ଦୁର୍ଗାପ୍ରସାଦଠାରେ ୮.୧୪ ଏକର ଜମି ଚିହ୍ନଟ କରାଯାଇ ଏହାର ଲିଜ୍‌ ପାଇଁ ଇଡ୍‌କୋ ତରଫରୁ ଜିଲା କର୍ତ୍ତୃପକ୍ଷଙ୍କୁ ଆବେଦନ କରାଯାଇଛି। ଏହାଛଡ଼ା ପର୍ଯ୍ୟଟନ ବିଭାଗ ତରଫରୁ ଭିତରକନିକା ମାଷ୍ଟର ପ୍ଲାନ୍‌ ମାଧ୍ୟମରେ ଉକ୍ତ ଅଞ୍ଚଳର ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ କରିବା ସହ ପେଣ୍ଠ ବେଳାଭୂମି ନିକଟରେ ଥିବା ସରକାରୀ ଜମିଗୁଡ଼ିକର ବିକାଶ ନିମନ୍ତେ ପ୍ରୟାସ କରାଯାଇଛି। ଅତିରିକ୍ତ ପ୍ରଶ୍ନରେ ବିଧାୟକ ନାଉରୀ ନାୟକ, ପ୍ରଶାନ୍ତ ବେହେରା, ତାରା ପ୍ରସାଦ ବାହିନୀପତି, ସୁଧାଂଶୁ ଶେଖର ପରିଡ଼ା, କୁସୁମ ଟେଟେ, ଅମର ଶତପଥୀ ପ୍ରମୁଖ ରାଜ୍ୟରେ ଶିଳ୍ପ ସ୍ଥାପନ ଓ କୋଣାର୍କ ଝୋଟକଳ ସମେତ ବନ୍ଦ ହୋଇଥିବା ଶିଳ୍ପର ପୁନରୁଦ୍ଧାର ପାଇଁ ସରକାର କି ପଦକ୍ଷେପ ନେଉଛନ୍ତି ବୋଲି ପଚାରିଥିଲେ। ମନ୍ତ୍ରୀ କହିଥିଲେ, ବିଧାୟକମାନେ ନିଜ ଅଞ୍ଚଳରେ ଶିଳ୍ପ ପାଇଁ ପ୍ରସ୍ତାବ ଦେଲେ ତା’ ଉପରେ ସରକାର ବିଚାର କରିବେ। କେବଳ ଦାବି କଲେ ହେବନାହିଁ, ନିଜ ନିର୍ବାଚନ ମଣ୍ଡଳୀରେ ଜମି ଅଧିଗ୍ରହଣରେ ଯେପରି ସମସ୍ୟା ନ ହେବ ସେଥିପ୍ରତି ଦୃଷ୍ଟି ଦେବାକୁ ହେବ। ଏହା ହେଲେ ଶିଳ୍ପ ପ୍ରତିଷ୍ଠା ପାଇଁ ବିଭାଗ ପଦକ୍ଷେପ ନେବ। କୋଣାର୍କ ଝୋଟକଳ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଘରୋଇ ସଂସ୍ଥାକୁ ବିକ୍ରି କରିଦିଆଯାଇଛି। ତା’ ଉପରେ ରାଜ୍ୟ ସରକାରଙ୍କର କିଛି କରିବାର ନାହିଁ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?