ମାରିଆପୋଲରେ ଫସିରହିଛନ୍ତି ୧ଲକ୍ଷରୁ ଊର୍ଦ୍ଧ୍ୱ ଲୋକ

କ୍ୱିଭ୍‌,୨୨।୪: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୫୮ଦିନରୁ ଅଧିକ ବିତିଲାଣି। ହେଲେ ବି ଯୁଦ୍ଧ ଥମିବାର ନା ନେଉନି। ସମୟକ୍ରମେ ୟୁକ୍ରେନର ଗୋଟିଏ ପରେ ଗୋଟିଏ ସହରକୁ ରୁଷିଆ ନିଜ କବ୍‌ଜାକୁ ନେଉଛି। ଇତିମଧ୍ୟରେ ଗୁରୁବାର ରୁଷିଆ ସୈନ୍ୟ ୟୁକ୍ରେନର ଅନ୍ୟ ସହର ମାରିଆପୋଲକୁ ମଧ୍ୟ କବ୍‌ଜା କରିନେଇଛନ୍ତି। ଉକ୍ତ ସହର ଏବେ ରୁଷୀୟ ସୈନ୍ୟଙ୍କ ନିୟନ୍ତ୍ରଣରେ ରହିଛି ବୋଲି ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କହିଛନ୍ତି। ଅନ୍ୟପଟେ ମାରିଆପୋଲକୁ କବ୍‌ଜା କରିବା ପରେ ଦକ୍ଷିଣ ସହରକୁ ସମ୍ପୂର୍ଣ୍ଣ ଖାଲି କରିବାକୁ ଶୁକ୍ରବାର ମାରିଆପୋଲ ମେୟର ନାଗରିକଙ୍କୁ ନିବେଦନ କରିଛନ୍ତି। ବର୍ତ୍ତମାନ ମାରିଆପୋଲରେ ୧ଲକ୍ଷରୁ ଅଧିକ ଲୋକ ଫସିରହିଛନ୍ତି ବୋଲି ମେୟର ଭାଡିମ ବୋଇଚେଙ୍କୋ କହିଛନ୍ତି। ସେମାନଙ୍କୁ ସମ୍ପୂର୍ଣ୍ଣ ସ୍ଥାନାନ୍ତର କରିବା ନିହାତି ଆବଶ୍ୟକ। ଏଥିସହ ବୋଇଚେଙ୍କୋ ଦାବି କରିଛନ୍ତି ଯେ, ସହରରେ ହଜାର ହଜାର ନାଗରିକଙ୍କ ମୃତ୍ୟୁ ଘଟିଛି। ଅନ୍ୟପଟେ ସାଧାରଣ ନାଗରିକଙ୍କୁ ଟାର୍ଗେଟ କରାଯାଇନାହିଁ ୋବଲି ରୁଷିଆ ସଫା ସଫା ମନା କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକୃତି ଉପାସକ ଆଦିବାସୀ

ପ୍ରାଚୀନ ଯୁଗରୁ ଆଦିବାସୀ ସମ୍ପ୍ରଦାୟଗୁଡ଼ିକ ସ୍ୱାଧୀନ ଭାବେ ଜୀବନଯାପନକରି ଆସୁଛନ୍ତି। ସେମାନଙ୍କୁ ଜଙ୍ଗଲୀ ଓ ଆଦିମ କୁହାଯାଇ ଗାଁ, ରାଜ୍ୟ,ସାମ୍ରାଜ୍ୟରୁ ଦୂରେଇ ରଖାଯାଇଛି। ଫଳରେ ସେମାନେ...

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

କାଲି ବର୍ଷର ଶେଷ ଅମାବାସ୍ୟା, ଭୂଲରେ ବି ଏ କାମ ଜମା କରନ୍ତୁନି, ନ ହେଲେ…

ହିନ୍ଦୁ ଧର୍ମରେ, ଅମାବାସ୍ୟା ତିଥିର ବିଶେଷ ମହତ୍ତ୍ୱ ରହିଛି, ଏବଂ ଯେତେବେଳେ ବର୍ଷର ଶେଷ ଅମାବାସ୍ୟା ଆସେ, ଏହାର ଗୁରୁତ୍ୱ ଆହୁରି ବୃଦ୍ଧି ପାଏ। ଶାସ୍ତ୍ରରେ,...

ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ

ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ...

ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍‌ପି: ୮ ଏମ୍‌ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର

ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍‌ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର...

‘ଆପଣଙ୍କ ସହ ସାକ୍ଷାତ ପରେ ଲାଗିଲା ଯେମିତି ଭଗବାନଙ୍କ ଦର୍ଶନ ମିଳିଗଲା’, ଓମାନରେ ମୋଦିଙ୍କ ସହ ସାକ୍ଷାତ ପରେ…

ମସ୍କଟ,୧୮।୧୨: ବୁଧବାର ଓମାନର ମସ୍କଟରେ ଏକ ହୋଟେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ବାଗତ କରିଥିଲେ। ଶହ ଶହ ଲୋକ ଭାରତୀୟ...

ପ୍ରବଳ ବର୍ଷା, ତୁଷାରପାତ ସହ ଶୀତଳ ଲହରୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ…

ନୂଆଦିଲ୍ଲୀ,୧୮।୧୨: ସାରା ଦେଶରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି, ଏବଂ ଆଗାମୀ ୨୪ରୁ ୪୮ ଘଣ୍ଟା ଅନେକ ରାଜ୍ୟ ପାଇଁ ଚ୍ୟାଲେଞ୍ଜିଂ ସାବ୍ୟସ୍ତ ହୋଇପାରେ।...

୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ

ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri