Posted inଫୁରସତ

ବିପଦରେ ୧ ନିୟୁତ ପ୍ରାଣୀ

ବ୍ରସିଲିଆ,୨ା୧: ବାୟୁମଣ୍ଡଳ ପ୍ରଦୂଷଣ ଜୀବଜଗତକୁ ପ୍ରଭାବିତ କରିଛି। ପୃଥିବୀରେ ପଶୁଙ୍କ ସଂଖ୍ୟା ଦିନକୁ ଦିନ କମିବାରେ ଲାଗିଛି। କହିବାକୁ ଗଲେ ବହୁ ଦୁର୍ଲଭ ଜୀବଙ୍କ ବିଲୋପ ଘଟିସାରିଥିବାବେଳେ ଅନେକେ ଏବେ ବିପଦସଙ୍କୁଳ ଅବସ୍ଥାରେ ଅଛନ୍ତି। ମନୁଷ୍ୟକୃତ କାରଣ ପାଇଁ ପରିବେଶ ପ୍ରଦୂଷିତ ହେବାରେ ଲାଗିଛି। ପୃଥିବୀରେ ପଶୁଙ୍କ ସଂଖ୍ୟା କମିବାରେ ମଣିଷ ପ୍ରମୁଖ ଭାବେ ଦାୟୀ ବୋଲି ବୈଜ୍ଞାନିକମାନେ କହିଛନ୍ତି। ଯେତେବେଳେ ଗୋଟିଏ ପ୍ରଜାତିର ଜୀବର ବିଲୋପ ଘଟେ ସେତେବେଳେ ସେମାନଙ୍କ ଗୁଣସୂତ୍ର ମଧ୍ୟ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥାଏ। ଫଳରେ ସେହିପରି ପ୍ରାଣୀ ଆଉ ଜୀବଜଗତରେ ଦେଖାଯାନ୍ତି ନାହିଁ। ଗତ ୫୦୦ ବର୍ଷ ଭିତରେ ଲକ୍ଷାଧିକ ଦୁର୍ଲଭ ପ୍ରାଣୀ ଓ ଗଛ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଛି।

ଏହାବାଦ୍‌ ମାଛ ଧରିବା ଓ ଶିକାର କରିବା ଦ୍ୱାରା ଅନେକ ପ୍ରଜାତିର ପଶୁ ଆଉ ଧରାପୃଷ୍ଠରେ ଦେଖାଯାଉ ନାହାନ୍ତି। ଇଣ୍ଟରନ୍ୟାଶନାଲ ୟୁନିୟନ୍‌ ଫର୍‌ କନ୍‌ଜରଭେଶନ୍‌ ଅଫ୍‌ ନେଚର ରିପୋର୍ଟ ଅନୁସାରେ ୧୫୦୦ ମସିହାରୁ ବିଶ୍ୱରେ ୮୮୧ ପ୍ରଜାତିର ପ୍ରାଣୀ ବିଲୁପ୍ତ ହୋଇସାରିଛନ୍ତି। ପାଖାପାଖି ୫ ଦେଶକୁ ନେଇ ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି। ଗତ ୩୦ରୁ ୪୦ ବର୍ଷ ମଧ୍ୟରେ ବିଶ୍ୱରେ ୧୦୦ ପ୍ରକାର ପ୍ରଜାତି ସମ୍ପୂର୍ଣ୍ଣ ଭାବେ ମୂଳପୋଛ ହୋଇଯାଇଛନ୍ତି। ୧୬୬୨ରୁ ବିରଳ ପ୍ରଜାତିର ପକ୍ଷୀ ଡୋଡୋ ବିଲୁପ୍ତ ହୋଇଯାଇଥିବାବେଳେ ପିଣ୍ଟା ଦ୍ୱୀପରେ ଏହା ଶେଷଥର ପାଇଁ ଦେଖିବାକୁ ମିଳିଥିଲା। ବର୍ତ୍ତମାନ ସମୟରେ ପଶୁଙ୍କ ବିଲୋପ ହେବାର ମାତ୍ରା କ୍ରମାଗତ ବଢ଼ିବାରେ ଲାଗିଛି। ୧୦ ନିୟୁତ ବର୍ଷ ତୁଳନାରେ ଏବେ ବହୁ ପ୍ରଜାତିର ପ୍ରାଣୀ ବିନାଶ ହେଉଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri