କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ୧ ମିନିଟ୍‌

ଭୁବନେଶ୍ୱର,୬ା୮(ବ୍ୟୁରୋ): କରୋନା ମହାମାରୀର ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ଘର ପରିବାର ଭୁଲି ତ୍ୟାଗ ମନୋଭାବ ନେଇ କୋଭିଡ୍‌ ଯୋଦ୍ଧାମାନେ ଲୋକଙ୍କ ପାଇଁ କାମ କରିଚାଲିଛନ୍ତି। ଏପରିକି ଲୋକଙ୍କ ସେବାରେ ଥାଇ କରୋନାର ଶିକାର ହେବା ପରେ ଜୀବନ ମଧ୍ୟ ହାରିଛନ୍ତି। ସେହି ଯୋଦ୍ଧାଙ୍କ ଯୋଦ୍ଧାଙ୍କ ସମ୍ମାନାର୍ଥେ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ କ୍ରମେ ବୁଧବାର ସନ୍ଧ୍ୟା ୬ଟାରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ତଥା ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ (କାର୍ଯ୍ୟାଳୟ) ସଞ୍ଜୟ ଦାସବର୍ମାଙ୍କ ନେତୃତ୍ୱରେ ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ୧ ମିନିଟ ନୀରବ ପ୍ରାର୍ଥନା କରାଯାଇଛି। ଏଥିରେ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ବିଜୟ ନାୟକ, ସତ୍ୟବ୍ରତ ପାତ୍ର, ଲୋପାମୁଦ୍ରା ବକ୍ସିପାତ୍ର, ଜନ୍ମେଜୟ ଲେଙ୍କା, ଛାତ୍ର ବିଜେଡି ରାଜ୍ୟ ସଭାପତି ରାଣା ପ୍ରତାପ ପାତ୍ର, ଯୁବ ବିଜେଡି ସଭାପତି ଅମରେଶ ପତ୍ରୀ, ମହିଳା ଜନତା ଦଳ ସାଧାରଣ ସମ୍ପାଦକ ସୁଲତା ଦେଓ, ଭାରତୀ ସିଂ, ସଂଯୁକ୍ତା ମହାନ୍ତି ସାମିଳ ଥିଲେ। ଯୁବ ବିଜେଡିର ଦୁର୍ଗା ସାମନ୍ତରାୟ, ମଳୟ ପତି, ଧୂତି ମାର୍ଥା, ସୁନିଲ ନାୟକ, ତାରିଣୀ ନାୟକ, ଛାତ୍ର ବିଜେଡିର ମନୋଜ ସେନାପତି, ସୁଜିତ ପାଲଟାସିଂହ, ପ୍ରମୋଦ ପାତ୍ର, ଧର୍ମେନ୍ଦ୍ର ଧଳ, ସଞ୍ଜୟ ବିଶୋଇ କାର୍ଯ୍ୟକ୍ରମ ସମ୍ପାଦନ କରିଥିଲେ। ସେହିପରି ଛାତ୍ର ବିଜେଡି ପକ୍ଷରୁ ଉତ୍କଳ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ ନୀରବ ପ୍ରାର୍ଥନା ଓ ଶପଥପାଠ କରାଯାଇଛି। ଶହୀଦନଗର ବିଷ୍ଣୁ ମନ୍ଦିରରେ ବିଜୁ ଛାତ୍ର ଜନତା ଦଳର ସାଧାରଣ ସମ୍ପାଦକ ଦୀପକ ବେହେରାଙ୍କ ଅଧ୍ୟକ୍ଷତାରେ ନୀରବ ପ୍ରାର୍ଥନା ସହ ସମୂହ ଦୀପ ଦାନ କରାଯାଇଛି।

କୋଭିଡ୍‌ ନିୟମାବଳୀର ଅନୁପାଳନରେ ସହଯୋଗ ସହ କୋଭିଡ୍‌ ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ପାଇଁ ସମୂହ ଶପଥ ପାଠ ଓ ମୃତ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ୧ ମିନିଟ୍‌ ନୀରବ ପ୍ରାର୍ଥନା କାର୍ଯ୍ୟକ୍ରମ ବୁଧବାର ରାଜ୍ୟବ୍ୟାପୀ ଅନୁଷ୍ଠିତ ହୋଇଯାଇଛି। କୋଭିଡ ଯୋଦ୍ଧାଙ୍କ ପ୍ରତିବଦ୍ଧତା, ନିଷ୍ଠା ଓ ଉତ୍ସର୍ଗୀକୃତ ସେବା ବଳରେ ଓଡ଼ିଶାରେ ଏବେ ଆରୋଗ୍ୟ ସଂଖ୍ୟା ୨୫ ହଜାର ଅତିକ୍ରମ କରିଛି। ମାନବ ଜାତି ପାଇଁ କୋଭିଡ ଯୋଦ୍ଧାଙ୍କ ପ୍ରାଣବଳି ପରି ସର୍ବୋଚ୍ଚ ତ୍ୟାଗକୁ ସମ୍ମାନ ଜଣାଇ ରାଜଧାନୀର ବିଭିନ୍ନ ସ୍ଥାନରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଓ ବହୁ ଅଧିକାରୀ ଶପଥ ପାଠ ସହ ନୀରବ ପ୍ରାର୍ଥନା କରିଥିଲେ। ପୋଲିସ ସେବା ଭବନରେ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ସାମିଲ ହୋଇଥିଲେ। ସେହିପରି ବୀର ସୁରେନ୍ଦ୍ର ସାଏ ନଗର ଉନ୍ନୟନ ପରିଷଦର କର୍ମକର୍ତ୍ତା ଓ ସଦସ୍ୟମାନେ ନିଜ ନିଜ ଘରେ ନୀରବ ପ୍ରାର୍ଥନା କରିବା ସହ ଟିଭି ସମ୍ମୁଖରେ ଠିଆ ହୋଇ ଶପଥପାଠ କରିଥିଲେ। ଏଥିସହ ବିଭିନ୍ନ କାର୍ଯ୍ୟାଳୟ ଓ ଘରେ ମଧ୍ୟ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri