କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ୧ ମିନିଟ୍‌

ଭୁବନେଶ୍ୱର,୬ା୮(ବ୍ୟୁରୋ): କରୋନା ମହାମାରୀର ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ଘର ପରିବାର ଭୁଲି ତ୍ୟାଗ ମନୋଭାବ ନେଇ କୋଭିଡ୍‌ ଯୋଦ୍ଧାମାନେ ଲୋକଙ୍କ ପାଇଁ କାମ କରିଚାଲିଛନ୍ତି। ଏପରିକି ଲୋକଙ୍କ ସେବାରେ ଥାଇ କରୋନାର ଶିକାର ହେବା ପରେ ଜୀବନ ମଧ୍ୟ ହାରିଛନ୍ତି। ସେହି ଯୋଦ୍ଧାଙ୍କ ଯୋଦ୍ଧାଙ୍କ ସମ୍ମାନାର୍ଥେ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ କ୍ରମେ ବୁଧବାର ସନ୍ଧ୍ୟା ୬ଟାରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ତଥା ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ (କାର୍ଯ୍ୟାଳୟ) ସଞ୍ଜୟ ଦାସବର୍ମାଙ୍କ ନେତୃତ୍ୱରେ ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ୧ ମିନିଟ ନୀରବ ପ୍ରାର୍ଥନା କରାଯାଇଛି। ଏଥିରେ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ବିଜୟ ନାୟକ, ସତ୍ୟବ୍ରତ ପାତ୍ର, ଲୋପାମୁଦ୍ରା ବକ୍ସିପାତ୍ର, ଜନ୍ମେଜୟ ଲେଙ୍କା, ଛାତ୍ର ବିଜେଡି ରାଜ୍ୟ ସଭାପତି ରାଣା ପ୍ରତାପ ପାତ୍ର, ଯୁବ ବିଜେଡି ସଭାପତି ଅମରେଶ ପତ୍ରୀ, ମହିଳା ଜନତା ଦଳ ସାଧାରଣ ସମ୍ପାଦକ ସୁଲତା ଦେଓ, ଭାରତୀ ସିଂ, ସଂଯୁକ୍ତା ମହାନ୍ତି ସାମିଳ ଥିଲେ। ଯୁବ ବିଜେଡିର ଦୁର୍ଗା ସାମନ୍ତରାୟ, ମଳୟ ପତି, ଧୂତି ମାର୍ଥା, ସୁନିଲ ନାୟକ, ତାରିଣୀ ନାୟକ, ଛାତ୍ର ବିଜେଡିର ମନୋଜ ସେନାପତି, ସୁଜିତ ପାଲଟାସିଂହ, ପ୍ରମୋଦ ପାତ୍ର, ଧର୍ମେନ୍ଦ୍ର ଧଳ, ସଞ୍ଜୟ ବିଶୋଇ କାର୍ଯ୍ୟକ୍ରମ ସମ୍ପାଦନ କରିଥିଲେ। ସେହିପରି ଛାତ୍ର ବିଜେଡି ପକ୍ଷରୁ ଉତ୍କଳ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ ନୀରବ ପ୍ରାର୍ଥନା ଓ ଶପଥପାଠ କରାଯାଇଛି। ଶହୀଦନଗର ବିଷ୍ଣୁ ମନ୍ଦିରରେ ବିଜୁ ଛାତ୍ର ଜନତା ଦଳର ସାଧାରଣ ସମ୍ପାଦକ ଦୀପକ ବେହେରାଙ୍କ ଅଧ୍ୟକ୍ଷତାରେ ନୀରବ ପ୍ରାର୍ଥନା ସହ ସମୂହ ଦୀପ ଦାନ କରାଯାଇଛି।

କୋଭିଡ୍‌ ନିୟମାବଳୀର ଅନୁପାଳନରେ ସହଯୋଗ ସହ କୋଭିଡ୍‌ ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ପାଇଁ ସମୂହ ଶପଥ ପାଠ ଓ ମୃତ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ୧ ମିନିଟ୍‌ ନୀରବ ପ୍ରାର୍ଥନା କାର୍ଯ୍ୟକ୍ରମ ବୁଧବାର ରାଜ୍ୟବ୍ୟାପୀ ଅନୁଷ୍ଠିତ ହୋଇଯାଇଛି। କୋଭିଡ ଯୋଦ୍ଧାଙ୍କ ପ୍ରତିବଦ୍ଧତା, ନିଷ୍ଠା ଓ ଉତ୍ସର୍ଗୀକୃତ ସେବା ବଳରେ ଓଡ଼ିଶାରେ ଏବେ ଆରୋଗ୍ୟ ସଂଖ୍ୟା ୨୫ ହଜାର ଅତିକ୍ରମ କରିଛି। ମାନବ ଜାତି ପାଇଁ କୋଭିଡ ଯୋଦ୍ଧାଙ୍କ ପ୍ରାଣବଳି ପରି ସର୍ବୋଚ୍ଚ ତ୍ୟାଗକୁ ସମ୍ମାନ ଜଣାଇ ରାଜଧାନୀର ବିଭିନ୍ନ ସ୍ଥାନରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଓ ବହୁ ଅଧିକାରୀ ଶପଥ ପାଠ ସହ ନୀରବ ପ୍ରାର୍ଥନା କରିଥିଲେ। ପୋଲିସ ସେବା ଭବନରେ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ସାମିଲ ହୋଇଥିଲେ। ସେହିପରି ବୀର ସୁରେନ୍ଦ୍ର ସାଏ ନଗର ଉନ୍ନୟନ ପରିଷଦର କର୍ମକର୍ତ୍ତା ଓ ସଦସ୍ୟମାନେ ନିଜ ନିଜ ଘରେ ନୀରବ ପ୍ରାର୍ଥନା କରିବା ସହ ଟିଭି ସମ୍ମୁଖରେ ଠିଆ ହୋଇ ଶପଥପାଠ କରିଥିଲେ। ଏଥିସହ ବିଭିନ୍ନ କାର୍ଯ୍ୟାଳୟ ଓ ଘରେ ମଧ୍ୟ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri