ମାସକର ଶିଶୁକୁ ନିଆଁ ଚେଙ୍କ

ଉମରକୋଟ,୨।୩ (ସନ୍ତୋଷ ଶତପଥୀ) ଆଜିର ଆଧୁନିକ ଯୁଗରେ ଏବେ ବି ଅନେକ କୁପ୍ରଥା ଏବଂ ଅନ୍ଧବିଶ୍ୱାସ ରହିଛି। ପିଲାଟି କାନ୍ଦୁଥିବା ଏବଂ ମୋଡିମାଡି ହେଉଥିବାରୁ ପରିବାର ଲୋକେ ମାତ୍ର ୧ ମାସର ଶିଶୁ ଦେହରେ ୪୦ରୁ ଊର୍ଦ୍ଧ୍ୱ ନିଆଁ ଚେଙ୍କ ଦେଇଛନ୍ତି। ଫଳରେ ଶିଶୁଟି ଏବେ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛି। ଏପରି ଏକ ଘଟଣା ନବରଙ୍ଗପୁର ଜିଲା ଉମରକୋଟ ଚନ୍ଦାହାଣ୍ଡି ବ୍ଲକର ଗମ୍ଭାରୀଗୁଡ଼ା ଗ୍ରାମପଞ୍ଚାୟତର ଫୁଣ୍ଡେଲପଡ଼ା ଗ୍ରାମରେ ଦେଖିବାକୁ ମିଳିଛି।

ମିଳିଥିବା ସୂଚନା ଅନୁସାରେ, ଫୁଣ୍ଡେଲପଡ଼ା ଗ୍ରାମର ସରୋଜ କୁମାର ନାୟକଙ୍କ ପୁଅ ଜନ୍ମ ହେବାର ୧୦ ଦିନ ପରେ ଦେହ ମୋଡିମୋଡି ହେବା ସହ ସବୁବେଳେ କାନ୍ଦୁଥିଲା। ପିଲାର ପେଟରେ ଏବଂ ମୁଣ୍ଡରେ ନିଆଁ ଚେଙ୍କ ଦେଲେ ଦେହ ମୋଡିମୋଡି ଏବଂ କାନ୍ଦ ବନ୍ଦ ହୋଇଯିବ ବୋଲି କାହାଠାରୁ ଶୁଣି ପିଲାର ମୁଣ୍ଡ ଓ ପେଟରେ ୪୦ରୁ ଊର୍ଦ୍ଧ୍ୱ ଚେଙ୍କ ଦେଇଥିଲେ। ପରିବାର ଲୋକଙ୍କ କହିବା ଅନୁଯାୟୀ, ନିଆଁ ଚେଙ୍କ ମାରିବା ପରେ କିଛି ଦିନ ପୁଅ ଆଉ କାନ୍ଦି ନ ଥିଲା, କିନ୍ତୁ ବର୍ତ୍ତମାନ ଦୁଇ ଦିନ ହେଲା ଚେଙ୍କର ଯନ୍ତ୍ରଣା ସମ୍ଭାଳି ନ ପାରି ପୁଅ କାନ୍ଦିବା ଆରମ୍ଭ କରିଥିଲା ।

ତେଣୁ ବାଧ୍ୟ ହୋଇ ରବିବାର ମଧ୍ୟାହ୍ନ ୧ଟାରେ ଉମରକୋଟ ଚିକିତ୍ସାଳୟକୁ ଆଣିଛୁ। ତେବେ ବରିଷ୍ଠ ଶିଶୁ ରୋଗ ବିଶେଷଜ୍ଞ ତଥା ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ସନ୍ତୋଷ କୁମାର ପଣ୍ଡା ଶିଶୁର ଅବସ୍ଥା ଦେଖି ତୁରନ୍ତ ଚିକିତ୍ସା ଆରମ୍ଭ କରି ଦେଇଥିଲେ। ତେବେ ଚିକିତ୍ସା ପରେ ଶିଶୁ ସୁସ୍ଥ ଥିବା ଶିଶୁ ରୋଗ ବିଶେଷଜ୍ଞ ଡାକ୍ତର ପଣ୍ଡା କହିଛନ୍ତି। ତେବେ ନବରଙ୍ଗପୁର ଜିଲାରେ ଦୀର୍ଘ ଦିନ ପରେ ଚେଙ୍କ ଘଟଣା ସାମ୍ନାକୁ ଆସୁଥିବାରୁ ଡାକ୍ତର ପଣ୍ଡା ଦୁଃଖ ପ୍ରକାଶ କରିବା ସହ ଜିଲାରେ ଚେଙ୍କ ବିରୋଧରେ ପୁଣି ସଚେତନତା ଆରମ୍ଭ କରିବା ଆବଶ୍ୟକତା ଅଛି ବୋଲି କହିଥିଲେ। ଶିଶୁ ଯେପରି ଅତିଶୀଘ୍ର ଭଲ ହୋଇ ଘରକୁ ଫେରିବ, ସେଥିପାଇଁ ଚେଷ୍ଟା କରାଯାଉଛି ବୋଲି ଡାକ୍ତର ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri