Posted inଜାତୀୟ

ସରକାରୀ ଚାକିରିରେ କିନ୍ନରଙ୍କୁ ଦିଆଯାଉ ୧ ପ୍ରତିଶତ ସଂରକ୍ଷଣ: ହାଇକୋର୍ଟଙ୍କ ନିର୍ଦ୍ଦେଶ

କୋଲକାତା,୧୬।୬: ରାଜ୍ୟର ସମସ୍ତ ସରକାରୀ ଚାକିରିରେ ଟ୍ରାନ୍ସଜେଣ୍ଡର ବା କିନ୍ନରଙ୍କ ପାଇଁ ଏକ ପ୍ରତିଶତ ସଂରକ୍ଷଣ ନିଶ୍ଚିତ କରିବାକୁ କଲିକତା ହାଇକୋର୍ଟ ପଶ୍ଚିମବଙ୍ଗ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଦାଲତ ଦର୍ଶାଇଛନ୍ତି ଯେ ଟ୍ରାନ୍ସଜେଣ୍ଡର ବ୍ୟକ୍ତିଙ୍କ ପାଇଁ ନିଯୁକ୍ତି କ୍ଷେତ୍ରରେ ରାଜ୍ୟ ସମାନ ବ୍ୟବହାର ନୀତି ଆପଣେଇଛନ୍ତି। ତେବେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଟ୍ରାନ୍ସଜେଣ୍ଡର ବ୍ୟକ୍ତିଙ୍କ ପାଇଁ ସଂରକ୍ଷଣ ଏପର୍ଯ୍ୟନ୍ତ ରାଜ୍ୟରେ କରାଯାଇ ନାହିଁ।

ଜଷ୍ଟିସ ରାଜଶେଖର ମଂଥା ପଶ୍ଚିମବଙ୍ଗ ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କୁ ସମସ୍ତ ପ୍ରକାର ନିଯୁକ୍ତି କ୍ଷେତ୍ରରେ ଟ୍ରାନ୍ସଜେଣ୍ଡର ବ୍ୟକ୍ତିଙ୍କ ପାଇଁ ଏକ ପ୍ରତିଶତ ସଂରକ୍ଷଣ ନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଟ୍ରାନ୍ସଜେଣ୍ଡର ବ୍ୟକ୍ତିଙ୍କ ଆବେଦନ ଉପରେ ହାଇକୋର୍ଟଙ୍କ ଏହି ଆଦେଶ ପାରିତ ହୋଇଛି। ଆବେଦନକାରୀ, ଜଣେ ଟ୍ରାନ୍ସଜେଣ୍ଡର ବ୍ୟକ୍ତି, ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଟିଇଟି) ୨୦୧୪ଏବଂ ଟିଇଟି ୨୦୨୨କୁ କ୍ଲିୟର କରିଥିଲେ, କିନ୍ତୁ ତାଙ୍କୁ କାଉନସିଲିଂ କିମ୍ବା ସାକ୍ଷାତକାର ପାଇଁ ଡକାଯାଇ ନଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୁତୁହୁତୁ ଜଳିଗଲା ବସ: ପୁରୀ ବସଷ୍ଟାଣ୍ଡରେ ଅଘଟଣ

ପୁରୀ,୨୩।୩: ବସ୍‌ଷ୍ଟାଣ୍ଡରେ ଅଗ୍ନିକାଣ୍ଡ। ହୁତୁହୁତୁ ଜଳିଗଲା ବସ। ପୁରୀ ବସଷ୍ଟାଣ୍ଡରେ ଏକ ଘରୋଇ ବସରେ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ଜଳିଯାଇଥିଲା ବସ। ଅଗ୍ନିଶମ ବାହିନୀ ପହଞ୍ଚି…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଅର୍ଦ୍ଧାଧିକ ଦେଶ ସ୍କୁଲରେ ଫୋନ୍‌ ନିଷେଧ କଲେଣି: ୟୁନେସ୍କୋ

ନୂଆଦିଲ୍ଲୀ,୨୩ା୩(ପି.ଟି.): ଶ୍ରେଣୀଗୃହରେ ପିଲାମାନଙ୍କ ଧ୍ୟାନ ହ୍ରାସ ପାଇବା ସହ ଇଣ୍ଟରନେଟ୍‌, ସୋସିଆଲ ମିଡିଆ ଏବଂ ମେସେଜିଂ ଆପ୍‌ ଜରିଆରେ ସେମାନଙ୍କୁ ଡରାଇବା, ଅପମାନିତ କରିବା ଓ ବଦନାମ କରିବା…

ବାଇକକୁ ଧକ୍କା ଦେଲା ବୋଲେରୋ: ଚାଲିଗଲା ୨ ଜଣଙ୍କ ଜୀବନ

ଜୟପୁର,୨୩।୩(ପବନ ପାଣିଗ୍ରାହୀ): ଜୟପୁର ସଦର ଥାନା ଅନ୍ତର୍ଗତ ଥୋଡରିପୁଟ ନିକଟରେ ବାଇକକୁ ଧକ୍କା ଦେଇଛି ଏକ ବୋଲେରୋ ଗାଡି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ…

୨ ଗୁଣା ତରଳୁଛି ହିମାଳୟ ଗ୍ଲେସିୟର

କାଠମାଣ୍ଡୁ,୨୩ା୩(ପି.ଟି.): ହିନ୍ଦୁକୁଶ ହିମାଳୟରେ ଥିବା ଗ୍ଲେସିୟର ୨୦୦୦ରୁ ପୂର୍ବାପେକ୍ଷା ୨ ଗୁଣ ହାରରେ ତରଳୁଛି। ୧୯୯୦ରୁ ୨୦୨୦ ମଧ୍ୟରେ ୧୨ ପ୍ରତିଶତ ଅଞ୍ଚଳ ଗ୍ଲେସିୟର ହରାଇଲାଣି ବୋଲି ଆଇସିଆଇଏମ୍‌ଓଡି…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି

ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ…

୩ ହଜାର ଟଙ୍କାରେ ବିକ୍ରି ହେଉଛି ଗ୍ୟାସ ସିଲିଣ୍ଡର: କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ-ଆମେରିକା ମଧ୍ୟରେ ଲାଗିଥିବା ଯୁଦ୍ଧର ପରିଣାମ ଆମ ଦେଶ ସମେତ ଅନ୍ୟାନ୍ୟ ଦେଶକୁ ମଧ୍ୟ ଭୋଗିବାକୁ ପଡ଼ୁଛି। ଗ୍ୟାସ, ପେଟ୍ରୋଲ, ଡିଜେଲ ଆମଦାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri