କାରରୁ ୧ କୁଇଣ୍ଟାଲ ଗଞ୍ଜେଇ ଜବତ, ୨ ଜଣଙ୍କୁ ଧରିଲା ଅବକାରୀ ବିଭାଗ

ସମ୍ବଲପୁର,୧୮ା୯(ବ୍ୟୁରୋ): ସମ୍ବଲପୁର ଜିଲା ଶାସନ ଥାନା ଅଧୀନ ଶାସନ ଛକ ନିକଟରେ ରବିବାର ଜିଲା ଅବକାରୀ ଗୋଇନ୍ଦା ବିଭାଗ ଯାଞ୍ଚ ବେଳେ ଏକ କାର୍‌ରୁ ୧ କୁଇଣ୍ଟାଲ ୨ କେଜି ଗଞ୍ଜେଇ ଜବତ କରିଛି। ଏଥିସହ ଘଟଣାରେ ସମ୍ପୃକ୍ତ ଉତ୍ତରପ୍ରଦେଶର ମନୋଜ ରାଜବର ଓ ସନ୍ତୋଷ ପାଠକଙ୍କୁ ଗିରଫ କରାଯାଇଛି। ଜବତ ଗଞ୍ଜେଇର ମୂଲ୍ୟ ୧୦ ଲକ୍ଷ ହୋଇଥିବା ବେଳେ ଗାଡ଼ିର ଦାମ୍‌ ୫ ଲକ୍ଷ ଟଙ୍କା ହେବ ବୋଲି ଗୋଇନ୍ଦା ବିଭାଗ ଡେପୁଟି କମିଶନର ରବୀନ୍ଦ୍ର ବାତ୍ରା ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, ସକାଳେ ଅବକାରୀ ବିଭାଗର ଏକ ସ୍ବତନ୍ତ୍ର ସ୍କ୍ବାଡ୍‌ ସମ୍ବଲପୁର-ସୁନ୍ଦରଗଡ଼ ବିଜୁ ଏକ୍ସପ୍ରେସ୍‌ ୱେର ଶାସନଠାରେ ଗାଡ଼ି ଯାଞ୍ଚ କରୁଥିଲା। ଏହି ସମୟରେ ଉତ୍ତରପ୍ରଦେଶ ନମ୍ବର ଥିବା ଏକ ଟାଟା ସୁମୋ (ନଂ.ୟୁପି ୬୩ ଜି ୦୧୭୯)କୁ ସନ୍ଦେହ କରି ଯାଞ୍ଚ କରାଯାଇଥିଲା। ଯାଞ୍ଚବେଳେ ଅଧିକାରୀମାନେ କାରରେ ଗଞ୍ଜେଇ ଥିବା ଜାଣିବାକୁ ପାଇଥିଲେ। ଏହି ଗଞ୍ଜେଇ କୋରାପୁଟରୁ ଉତ୍ତରପ୍ରଦେଶ ଚାଲାଣ ହେଉଥିବା ଅବକାରୀ ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?