ନଷ୍ଟ କରାଗଲା ୧ କୁଇଣ୍ଟାଲ ଆଇସ୍‌କ୍ରିମ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ବିନା ଲାଇସେନ୍ସ ଏବଂ ଅସ୍ବାସ୍ଥ୍ୟକର ପରିବେଶରେ ଆଇସ୍‌କ୍ରିମ୍‌ ପ୍ରସ୍ତୁତ କରି ମାର୍କେଟକୁ ବିକ୍ରି ପାଇଁ ପଠାଯାଉଥିଲା। ଆଇସ୍‌କ୍ରିମ୍‌ ପ୍ୟାକେଟ୍‌ ଉପରେ ବ୍ୟାଚ୍‌ ନମ୍ବର, ପ୍ରସ୍ତୁତ ତାରିଖ ଓ ବ୍ୟବହାର ତାରିଖ ଆଦି ଲେଖା ଯାଇ ନ ଥିଲା। ପ୍ରାୟ ୨ ମାସ ହେଲା ରାଉରକେଲା ମହାନଗର ନିଗମ (ଆର୍‌ଏମ୍‌ସି) ଓ ଖାଦ୍ୟ ନିରାପତ୍ତା ବିଭାଗ ଦୃଷ୍ଟିରେ ଥିଲେ ମଧ୍ୟ ନିଜର ତ୍ରୁଟି ସଂଶୋଧନ କରାଯାଇ ନ ଥିଲା। ଏ ନେଇ ଆରଏମ୍‌ସି ଏବଂ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ନୋଟିସ ମଧ୍ୟ ଜାରି କରାଯାଇଥିଲା।

ଶେଷରେ ଗୁରୁବାର ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ଅତିରିକ୍ତ ତହସିଲଦାର ସୁଦକ୍ଷ ପଟେଲଙ୍କ ଉପସ୍ଥିତିରେ ଆର୍‌ଏମ୍‌ସି ସହାୟକ ଆୟୁକ୍ତ ଅଜିତ ପଟ୍ଟନାୟକ, ଖାଦ୍ୟ ନିରାପତ୍ତା ଅଧିକାରୀ ସ୍ବାଗତିକା ବେହେରା, ଦୀକ୍ଷା ଦେ, ମୋନାଲିସା ଟପ୍ପୋ ପ୍ରମୁଖ ରାଉରକେଲା ଇଣ୍ଡଷ୍ଟ୍ରିଆଲ ଅଞ୍ଚଳରେ ଥିବା ରେନ୍‌ବୋ ଆଇସ୍‌କ୍ରିମ୍‌ ଫ୍ୟାକ୍ଟ୍ରିକୁ ଅର୍ନିଦ୍ଦିଷ୍ଟକାଳ ପାଇଁ ସିଲ୍‌ କରିଛନ୍ତି।

ଖାଦ୍ୟ ନିରାପତ୍ତା ଅଧିକାରୀ ବେହେରା ସୂଚନା ଦେଇ କହିଛନ୍ତି, ପ୍ରାୟ ୨ ବର୍ଷ ହେଲା ପ୍ରଭାତ ସାହୁ ନାମକ ବ୍ୟକ୍ତି ରେନ୍‌ବୋ ଆଇସ୍‌କ୍ରିମ୍‌ ଫ୍ୟାକ୍ଟ୍ରି ଚଳାଇ ଆସୁଥିଲେ। ବଜାରରେ ଏହି ଆଇସ୍‌କ୍ରିମ୍‌ ବିକ୍ରି ହେଉଥିଲା। ଏହାର ଗୁଣବତ୍ତା ଓ ସ୍ବଚ୍ଛତା ନେଇ ପ୍ରାୟ ୨ ମାସ ହେଲା ଅନେକ ଅଭିଯୋଗ ଆସୁଥିଲା। ଏଥିପାଇଁ ପୂର୍ବରୁ ଉକ୍ତ ଫ୍ୟାକ୍ଟ୍ରିକୁ ନୋଟିସ୍‌ ଜାରି କରାଯାଇଥିଲା। ହେଲେ ଫ୍ୟାକ୍ଟ୍ରି କର୍ତ୍ତୃପକ୍ଷ ତ୍ରୁଟି ସଂଶୋଧନ କରି ନ ଥିଲେ। ଫଳରେ ଉକ୍ତ ଫ୍ୟାକ୍ଟ୍ରିକୁ ସିଲ୍‌ କରାଯାଇଛି।

ଫ୍ୟାକ୍ଟ୍ରି ମାଲିକଙ୍କୁ ଫୁଡ୍‌ ଲାଇସେନ୍ସ ମଗାଯାଇଥିଲା। ସେ ଏହାକୁ ଦେଖାଇପାରି ନ ଥିଲେ। ପ୍ରାୟ ୧୦ଟି ଫ୍ରିଜରରେ ଥିବା ଏକ କୁଇଣ୍ଟାଲ ଆଇସ୍‌କ୍ରିମ୍‌ ଏବଂ ବିଭିନ୍ନ ସାମଗ୍ରୀ ଜବତ କରି ନଷ୍ଟ କରାଯାଇଛି ବୋଲି ବେହେରା କହିଥିଲେ। ସେହିପରି ଆର୍‌ଏମ୍‌ ସହାୟକ ଆୟୁକ୍ତ ପଟ୍ଟନାୟକ କହିଥିଲେ, ସହରରେ ଏପରି ଆହୁରି କିଛି ଆଇସ୍‌କ୍ରିମ ଫ୍ୟାକ୍ଟ୍ରି ଠାବ କରାଯାଉଛି। ଖାଦ୍ୟ ସୁରକ୍ଷା ଦୃଷ୍ଟିରୁ ପୂଜା ପାର୍ବଣ ପାଇଁ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ବୋଲି ପଟ୍ଟନାୟକ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri