Posted inଜାତୀୟ

ଆତଙ୍କବାଦୀ-ଯବାନ ମୁହାଁମୁହିଁ: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୬।୫:ଜମ୍ମୁ-କଶ୍ମୀରର ରାଜୌରି ଜିଲାର କାଣ୍ଡି ଜଙ୍ଗଲରେ ଶନିବାର ଏନ୍‌କାଉଣ୍ଟର ଘଟି ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଥିବା ଜଣାପଡିଛି। ଏନେଇ ଅଞ୍ଚଳରେ ସର୍ଚ୍ଚ ଅପରେଶନକୁ କଡାକଡି କରିଦିଆଯାଇଛି।

ସୂଚନା ଯୋଗ୍ୟ, ଜମ୍ମୁ-କଶ୍ମୀରର ରାଜୌରି ଜିଲାରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣରେ ୫ ଯବାନ ଶହୀଦ ହୋଇଥିଲେ। ଏଥିରେ ଅନ୍ୟ ଜଣେ ଯବାନ ଆହତ ହୋଇଛନ୍ତି। ଏପ୍ରିଲ ୨୦ରେ ରାଜୌରିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୫ ଯବାନଙ୍କ ଜୀବନ ଯାଇଥିଲା। ସେହି ଆକ୍ରମଣ ଘଟାଇଥିବା ଆତଙ୍କବାଦୀମାନେ କାଣ୍ଡି ଅଞ୍ଚଳର କେଶରୀ ହିଲ୍‌ସ୍ଥିତ ଏକ ଗୁମ୍ଫାରେ ଲୁଚି ରହିଥିବା ନେଇ ସେନାକୁ ଗୋଇନ୍ଦା ସୂଚନା ମିଳିଥିଲା। ଯବାନମାନେ ସେମାନଙ୍କୁ ଧରିବା ପାଇଁ ଶୁକ୍ରବାର ଉକ୍ତ ସ୍ଥାନରେ ତଲାସି ଅଭିଯାନ ଚଳାଇଥିବାବେଳେ ଆତଙ୍କବାଦୀମାନେ ପ୍ରତିଶୋଧ ପରାୟଣ ହୋଇ ବିସ୍ଫୋରଣ ଘଟାଇଥିଲେ। ଘଟଣାସ୍ଥଳରେ ୨ ଯବାନ ଶହୀଦ ହୋଇଥିବା ବେଳେ ୪ ଆହତଙ୍କୁ ଉଦ୍ଧମପୁରସ୍ଥିତ କମାଣ୍ଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଆଉ ୩ଜଣ ଯବାନ ଚିକିତ୍ସାଧୀନ ଅବସ୍ଥାରେ ଶହୀଦ ହୋଇଯାଇଥିଲା। ଅନ୍ୟପକ୍ଷେ ଶନିବାର ଯବାନଙ୍କ ପୁଣି ସର୍ଚ୍ଚ ଅପରେଶନ ଚାଳିଥିବା ବେଳେ ଏହି ଗୁଳିବିନିମୟ ହୋଇଛି। ଏଥିରେ ଜଣେ ଆତଙ୍କବାସୀ ନିହିତ ହୋଇଥିବା ସୂଚନା ମିଳିଛି।

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନବାର ରାଜୌରି ଗସ୍ତରେ ଆସି ସ୍ଥିତିର ସମୀକ୍ଷା କରିବେ ବୋଲି ଆଶା କରାଯାଉଛି। ଆତଙ୍କବାଦୀ ବିରୋଧୀ ଅପରେଶନ ଉପରେ ଉତ୍ତର ସେନା କମାଣ୍ଡର ଲେଫ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ, ଜାମ୍ମୁ କାଶ୍ମୀର ପୋଲିସ ଡିଜିପି ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ତଦାରଖ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri