ଭୁବନେଶ୍ୱର, ୨୪ା୨(ବ୍ୟୁରୋ): ରାଜ୍ୟରେ ଏବେ ୧ମରୁ ୮ମ ଶ୍ରେଣୀ ଖୋଲିବ ନାହିଁ। ମହାରାଷ୍ଟ୍ର, କେରଳ, ଗୁଜରାଟ ଆଦି କେତେକ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ସହ ପୁଣି ଲକ୍ଡାଉନ୍ ଆରମ୍ଭ ହୋଇଥିବାରୁ ଓଡ଼ିଶାରେ ମଧ୍ୟ ଛନକା ପଶିଛି। ବିଶେଷକରି ରାଜ୍ୟର ଶିକ୍ଷା ବ୍ୟବସ୍ଥା ସ୍ବାଭାବିକ ସ୍ଥିତିକୁ ଆସୁଥିବାବେଳେ ୧ରୁ ୮ମ ଶ୍ରେଣୀ ଖୋଲିବା ନେଇ ଆଶଙ୍କା ଦେଖାଦେଇଛି। ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ରାଜ୍ୟର ୧ମରୁ ୮ମ ଶ୍ରେଣୀ ଖୋଲିବା ନେଇ କୌଣସି ନୀତିଗତ ନିଷ୍ପତ୍ତି ନିଆଯାଇ ନାହିଁ। ଏନେଇ ବିଚାର ବିମର୍ଷ ଚାଲିଛି। କିନ୍ତୁ କିଛି ଚୂଡ଼ାନ୍ତ ନିଷ୍ପତ୍ତି ହୋଇ ନ ଥିବା ମନ୍ତ୍ରୀ ଦାଶ ସ୍ପଷ୍ଟ କରିଛନ୍ତି। ରାଜ୍ୟରେ କରୋନା କୋପ କମିବା ପରେ ଦୀର୍ଘ ୯ ମାସ ପରେ ଜାନୁୟାରୀ ମାସରୁ ଧୀରେ ଧୀରେ ଶିକ୍ଷାନୁଷ୍ଠାନ ଖୋଲିଥିଲା। ପ୍ରଥମେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କୁ ସ୍କୁଲ ଯିବାକୁ ଅନୁମତି ମିଳିଥିଲା। ପରେ ନବମ ଓ ଏକାଦଶ ସହିତ ଅଙ୍ଗନଓ୍ବାଡ଼ିଗୁଡ଼ିକ ଖୋଲିଥିଲା। ଖୁବ୍ଶୀଘ୍ର ଅର୍ଥାତ୍ ଚଳିତ ମାସ ଶେଷ ଆଡ଼କୁ କିମ୍ବା ମାର୍ଚ୍ଚ ପହିଲାବେଳକୁ ସ୍କୁଲ ଖୋଲିଯିବ ବୋଲି ଆଶା କରାଯାଉଥିଲା। ଏଥିପାଇଁ ବିଭାଗ ପକ୍ଷରୁ ଏସ୍ଓପି ପ୍ରସ୍ତୁତି ମଧ୍ୟ ହେଉଥିଲା। କିନ୍ତୁ ଅନ୍ୟ ରାଜ୍ୟରେ କରୋନାର ନୂଆ ଷ୍ଟ୍ରେନ୍ ଦେଖାଦେବା ପରେ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ନେଇ ଚିନ୍ତା ବଢ଼ିଛି। ସ୍କୁଲରେ କରୋନା ଯେପରି ନ ବ୍ୟାପେ ସେଥିନିମନ୍ତେ କଟକଣା କଡ଼ାକଡ଼ି ଭାବେ ପାଳନ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ
ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...
ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ
ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...
ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍ ଗଲେ ମହିଳା ଅଭିଯୁକ୍ତ
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...
ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…
ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...
ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ
ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...
ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...
ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…
ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...
ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ
ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ...
Archives


