ଭୁବନେଶ୍ୱର, ୨୪ା୨(ବ୍ୟୁରୋ): ରାଜ୍ୟରେ ଏବେ ୧ମରୁ ୮ମ ଶ୍ରେଣୀ ଖୋଲିବ ନାହିଁ। ମହାରାଷ୍ଟ୍ର, କେରଳ, ଗୁଜରାଟ ଆଦି କେତେକ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ସହ ପୁଣି ଲକ୍ଡାଉନ୍ ଆରମ୍ଭ ହୋଇଥିବାରୁ ଓଡ଼ିଶାରେ ମଧ୍ୟ ଛନକା ପଶିଛି। ବିଶେଷକରି ରାଜ୍ୟର ଶିକ୍ଷା ବ୍ୟବସ୍ଥା ସ୍ବାଭାବିକ ସ୍ଥିତିକୁ ଆସୁଥିବାବେଳେ ୧ରୁ ୮ମ ଶ୍ରେଣୀ ଖୋଲିବା ନେଇ ଆଶଙ୍କା ଦେଖାଦେଇଛି। ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ରାଜ୍ୟର ୧ମରୁ ୮ମ ଶ୍ରେଣୀ ଖୋଲିବା ନେଇ କୌଣସି ନୀତିଗତ ନିଷ୍ପତ୍ତି ନିଆଯାଇ ନାହିଁ। ଏନେଇ ବିଚାର ବିମର୍ଷ ଚାଲିଛି। କିନ୍ତୁ କିଛି ଚୂଡ଼ାନ୍ତ ନିଷ୍ପତ୍ତି ହୋଇ ନ ଥିବା ମନ୍ତ୍ରୀ ଦାଶ ସ୍ପଷ୍ଟ କରିଛନ୍ତି। ରାଜ୍ୟରେ କରୋନା କୋପ କମିବା ପରେ ଦୀର୍ଘ ୯ ମାସ ପରେ ଜାନୁୟାରୀ ମାସରୁ ଧୀରେ ଧୀରେ ଶିକ୍ଷାନୁଷ୍ଠାନ ଖୋଲିଥିଲା। ପ୍ରଥମେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କୁ ସ୍କୁଲ ଯିବାକୁ ଅନୁମତି ମିଳିଥିଲା। ପରେ ନବମ ଓ ଏକାଦଶ ସହିତ ଅଙ୍ଗନଓ୍ବାଡ଼ିଗୁଡ଼ିକ ଖୋଲିଥିଲା। ଖୁବ୍ଶୀଘ୍ର ଅର୍ଥାତ୍ ଚଳିତ ମାସ ଶେଷ ଆଡ଼କୁ କିମ୍ବା ମାର୍ଚ୍ଚ ପହିଲାବେଳକୁ ସ୍କୁଲ ଖୋଲିଯିବ ବୋଲି ଆଶା କରାଯାଉଥିଲା। ଏଥିପାଇଁ ବିଭାଗ ପକ୍ଷରୁ ଏସ୍ଓପି ପ୍ରସ୍ତୁତି ମଧ୍ୟ ହେଉଥିଲା। କିନ୍ତୁ ଅନ୍ୟ ରାଜ୍ୟରେ କରୋନାର ନୂଆ ଷ୍ଟ୍ରେନ୍ ଦେଖାଦେବା ପରେ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ନେଇ ଚିନ୍ତା ବଢ଼ିଛି। ସ୍କୁଲରେ କରୋନା ଯେପରି ନ ବ୍ୟାପେ ସେଥିନିମନ୍ତେ କଟକଣା କଡ଼ାକଡ଼ି ଭାବେ ପାଳନ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ
କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…
ମଦ ପିଇ ବସ୍ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍ ଆନାଲାଇଜର୍ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍ ସସ୍ପେଣ୍ଡ ସହ…
ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…
ଫାସଡ୍ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍ପର…
ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍ ଶୁକତେଲ ନଦୀ…
ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…
ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…
ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍ଓ ନିଲମ୍ବିତ
ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…
ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…
ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…
ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…
ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…
ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…
ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…
Archives

