ସଜେଇ ହେଉଛି ମୁକ୍ତାକାଶ ରଙ୍ଗମଞ୍ଚ

କୋଣାର୍କ, ୩୦ା୧୧(ଜ୍ୟୋତିରାଜ ମହାନ୍ତି): ବିଶ୍ବ ଐତିହ୍ୟ ପର୍ଯ୍ୟଟନସ୍ଥଳୀ କୋଣାର୍କ ସୂର୍ଯ୍ୟମନ୍ଦିର ପାଦଦେଶରେ ମୁକ୍ତାକାଶ ରଙ୍ଗମଞ୍ଚ ପରିସରରେ ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ୩୪ତମ କୋଣାର୍କ ଉତ୍ସବ ଏବଂ ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ବେଳାଭୂମିରେ ବିଶିଷ୍ଟ ବାଲୁକା ଶିଳ୍ପୀମାନଙ୍କୁ ନେଇ ୧୩ତମ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ ଆୟୋଜନ ହେବ। ଏଥିପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରସ୍ତୁତି ପର୍ବ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। କୋଣାର୍କ ଉତ୍ସବ ପାଇଁ ମୁକ୍ତାକାଶ ରଙ୍ଗମଞ୍ଚ ଗ୍ରୀନ ରୁମ୍‌, ରଙ୍ଗମଞ୍ଚ ସ୍ଥଳ, ଦର୍ଶକ ଗ୍ୟାଲେରୀ, ମୁଖ୍ୟ ଫାଟକ, କୋଣାର୍କ ଯାତ୍ରୀନିବାସ ପରିସରରେ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ସରିଥିବା ବେଳେ ବ୍ୟାପକ ଆଲୋକ ସଜ୍ଜା କୋଣାର୍କ ଉତ୍ସବର ଶ୍ରୀବର୍ଦ୍ଧନ କରିବ। ଚଳିତ ବର୍ଷ ଓଡ଼ିିଶୀ, ଭାରତନାଟ୍ୟମ, ମୋହିନୀ ଆଟ୍ଟ୍ୟମ, କଥକ ସମେତ ଉଚ୍ଚମାନର ନୃତ୍ୟ ପରିବେଷଣ କରାଯିବ। ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଚନ୍ଦ୍ରଭାଗା ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ ଆୟୋଜନ ଅବସରରେ ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗ ଆନୁକୁଲ୍ୟରେ ପ୍ରଥମ ଥର ପାଇଁ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ସାମଗ୍ରୀ ମେଳା ଆୟୋଜନ ହୋଇଛି। କୋଣାର୍କ ଏନ୍‌ଏସି ପକ୍ଷରୁ ହେଲିପ୍ୟାଡ଼ ପଡିଆରେ ୪ଟି ଅପେରା ପାର୍ଟି ସାମାଜିକ ଓ ଚେତନାଧର୍ମୀ ନାଟକ ପରିବେଷଣ କରିବେ। ସେହିପରି ମିନାବଜାର ମୁଖ୍ୟ ଆକର୍ଷଣ ପାଲଟିବ। ପର୍ଯ୍ୟଟକଙ୍କ ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ଟୁର ପ୍ୟାକେଜ ବ୍ୟବସ୍ଥା ସହ କୋଣାର୍କ-ବେଳାଭୂମି ମାର୍ଗରେ ଇକୋ ରିଟ୍ରିଟ ମହୋତ୍ସବ ଆୟୋଜନ ହେଉଛି। ଏହାଦ୍ୱାରା ରାଜ୍ୟ ପର୍ଯ୍ୟଟନ ବିଭାଗର ଅର୍ଥନୈତିକ ଅଭିବୃଦ୍ଧି ସହ ଓଡ଼ିିଶା ପର୍ଯ୍ୟଟନ ଶିଳ୍ପ ଭାରତ ତଥା ସମଗ୍ର ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି ଦିଗରେ ଉଲ୍ଲେଖନୀୟ ପଦକ୍ଷେପ ଗ୍ରହଣ କରିବ ବୋଲି ପର୍ଯ୍ୟଟନ ଓ ସଂସ୍କୃତିପ୍ରେମୀ ମହଲରେ ଆଲୋଚନା ହେଉଛି। ଚଳିତ ବର୍ଷ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। କୋଣାର୍କ ଉତ୍ସବ ଅବସରରେ ସୂର୍ଯ୍ୟମନ୍ଦିର ପରିସରରେ ପର୍ଯ୍ୟଟକଙ୍କ ନିମନ୍ତେ ହେଉଥିବା ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ ସୋ’ ବନ୍ଦ ରହିବ ବୋଲି ଜଣାପଡ଼ିଛି l


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri