ସଜେଇ ହେଉଛି ମୁକ୍ତାକାଶ ରଙ୍ଗମଞ୍ଚ

କୋଣାର୍କ, ୩୦ା୧୧(ଜ୍ୟୋତିରାଜ ମହାନ୍ତି): ବିଶ୍ବ ଐତିହ୍ୟ ପର୍ଯ୍ୟଟନସ୍ଥଳୀ କୋଣାର୍କ ସୂର୍ଯ୍ୟମନ୍ଦିର ପାଦଦେଶରେ ମୁକ୍ତାକାଶ ରଙ୍ଗମଞ୍ଚ ପରିସରରେ ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ୩୪ତମ କୋଣାର୍କ ଉତ୍ସବ ଏବଂ ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ବେଳାଭୂମିରେ ବିଶିଷ୍ଟ ବାଲୁକା ଶିଳ୍ପୀମାନଙ୍କୁ ନେଇ ୧୩ତମ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ ଆୟୋଜନ ହେବ। ଏଥିପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରସ୍ତୁତି ପର୍ବ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। କୋଣାର୍କ ଉତ୍ସବ ପାଇଁ ମୁକ୍ତାକାଶ ରଙ୍ଗମଞ୍ଚ ଗ୍ରୀନ ରୁମ୍‌, ରଙ୍ଗମଞ୍ଚ ସ୍ଥଳ, ଦର୍ଶକ ଗ୍ୟାଲେରୀ, ମୁଖ୍ୟ ଫାଟକ, କୋଣାର୍କ ଯାତ୍ରୀନିବାସ ପରିସରରେ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ସରିଥିବା ବେଳେ ବ୍ୟାପକ ଆଲୋକ ସଜ୍ଜା କୋଣାର୍କ ଉତ୍ସବର ଶ୍ରୀବର୍ଦ୍ଧନ କରିବ। ଚଳିତ ବର୍ଷ ଓଡ଼ିିଶୀ, ଭାରତନାଟ୍ୟମ, ମୋହିନୀ ଆଟ୍ଟ୍ୟମ, କଥକ ସମେତ ଉଚ୍ଚମାନର ନୃତ୍ୟ ପରିବେଷଣ କରାଯିବ। ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଚନ୍ଦ୍ରଭାଗା ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ ଆୟୋଜନ ଅବସରରେ ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗ ଆନୁକୁଲ୍ୟରେ ପ୍ରଥମ ଥର ପାଇଁ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ସାମଗ୍ରୀ ମେଳା ଆୟୋଜନ ହୋଇଛି। କୋଣାର୍କ ଏନ୍‌ଏସି ପକ୍ଷରୁ ହେଲିପ୍ୟାଡ଼ ପଡିଆରେ ୪ଟି ଅପେରା ପାର୍ଟି ସାମାଜିକ ଓ ଚେତନାଧର୍ମୀ ନାଟକ ପରିବେଷଣ କରିବେ। ସେହିପରି ମିନାବଜାର ମୁଖ୍ୟ ଆକର୍ଷଣ ପାଲଟିବ। ପର୍ଯ୍ୟଟକଙ୍କ ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ଟୁର ପ୍ୟାକେଜ ବ୍ୟବସ୍ଥା ସହ କୋଣାର୍କ-ବେଳାଭୂମି ମାର୍ଗରେ ଇକୋ ରିଟ୍ରିଟ ମହୋତ୍ସବ ଆୟୋଜନ ହେଉଛି। ଏହାଦ୍ୱାରା ରାଜ୍ୟ ପର୍ଯ୍ୟଟନ ବିଭାଗର ଅର୍ଥନୈତିକ ଅଭିବୃଦ୍ଧି ସହ ଓଡ଼ିିଶା ପର୍ଯ୍ୟଟନ ଶିଳ୍ପ ଭାରତ ତଥା ସମଗ୍ର ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି ଦିଗରେ ଉଲ୍ଲେଖନୀୟ ପଦକ୍ଷେପ ଗ୍ରହଣ କରିବ ବୋଲି ପର୍ଯ୍ୟଟନ ଓ ସଂସ୍କୃତିପ୍ରେମୀ ମହଲରେ ଆଲୋଚନା ହେଉଛି। ଚଳିତ ବର୍ଷ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। କୋଣାର୍କ ଉତ୍ସବ ଅବସରରେ ସୂର୍ଯ୍ୟମନ୍ଦିର ପରିସରରେ ପର୍ଯ୍ୟଟକଙ୍କ ନିମନ୍ତେ ହେଉଥିବା ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ ସୋ’ ବନ୍ଦ ରହିବ ବୋଲି ଜଣାପଡ଼ିଛି l


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri