Posted inଜାତୀୟ

ଗୋଖର ସାପକୁ କାମୁଡ଼ି ମାରିଦେଲା ଏକ ବର୍ଷର ଶିଶୁ

ବେଟିଆ,୨୭।୭: ବିହାରର ଏକ ଦୁର୍ଗମ ଗାଁରେ ଜଣେ ଏକ ବର୍ଷର ଶିଶୁ ଗୋଖର ସାପକୁ କାମୁଡ଼ି ମାରିଦେଇଥିବା ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଏହି ଆଶ୍ଚର୍ତ୍ୟଜନକ ଘଟଣା ପଶ୍ଚିମ ଚମ୍ପାରଣ ଜିଲାରେ ଘଟିଛି।

ଶିଶୁଟିକୁ ତା’ର ପରିବାର ଲୋକେ ବେଟିଆ ସହରର ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲକୁ ଆଣିଥିଲେ। ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ ଦୁବାକାନ୍ତ ମିଶ୍ରାଙ୍କ କହିବା ଅନୁଯାୟୀ, “ଗୋବିନ୍ଦ କୁମାର ନାମକ ଏହି ଶିଶୁଟିକୁ ଗତକାଲି ତା’ର ଗାଁ ନିକଟସ୍ଥ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରୁ ଏଠାକୁ ରେଫର କରାଯାଇଥିଲା। ସେ ଏକ ଜୀବନ୍ତ ସାପକୁ କାମୁଡିବା ପରେ ମୂର୍ଚ୍ଛା ଯାଇଥିଲା।”

ମିଶ୍ରା ଆହୁରି କହିଛନ୍ତି, “ପରିବାର ଲୋକେ ଦାବି କରୁଛନ୍ତି ଯେ ମଝାଉଲିଆ ବ୍ଲକ ଅନ୍ତର୍ଗତ ମୋହଚ୍ଛି ବାଙ୍କଟୱା ଗାଁରେ ଥିବା ସେମାନଙ୍କ ଘରେ ଶିଶୁଟି ସାପଟିକୁ ଧରିଥିଲା। ତା’ର ଜେଜୀମା ତାକୁ ସାପ ସହ ଦେଖିଥିଲେ, କିନ୍ତୁ ସେ ହସ୍ତକ୍ଷେପ କରିବା ଆଗରୁ ଶିଶୁଟି ସାପକୁ କାମୁଡ଼ି ଦେଇଥିଲା। ସାପଟି ମୃତ ଅବସ୍ଥାରେ ଚଟାଣରେ ପଡ଼ିଥିଲା, ଏବଂ ଶିଶୁଟି ମଧ୍ୟ ମୂର୍ଚ୍ଛା ଯାଇଥିଲା।”

ଡାକ୍ତରମାନେ ଶିଶୁଟିକୁ ନିରୀକ୍ଷଣରେ ରଖିଛନ୍ତି ଏବଂ ଯଦି କୌଣସି ବିଷକ୍ରିୟାର ଲକ୍ଷଣ ଦେଖାଦିଏ, ତେବେ ଚିକିତ୍ସା ଆରମ୍ଭ କରାଯିବ ବୋଲି ମିଶ୍ରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?