ନିଜେ ମରି ୨ଜଣଙ୍କ ଜୀବନ ବଞ୍ଚାଇଲେ ୧ବର୍ଷର ଶିଶୁ

ଭୁବନେଶ୍ୱର,୩।୩: ସାନ ସିନା, ଦାନ ତା ମହାନ। ନିଜେ ଏ ଦୁନିଆରୁ ବିଦାୟ ନେଲେ ସତ ମାତ୍ର ପ୍ରତିବଦଳରେ ଦେଇଗଲେ ଅନ୍ୟକୁ ଜୀବନ। ରାଉରକେଲାର ଜନ୍ମେଶ ଏବେ ସମସ୍ତଙ୍କ ମୁହଁରେ, ଆଉ ତାଙ୍କ ପରିବାରର ନିଷ୍ପତ୍ତିକୁ ମିଳୁଛି ବାହାବା। ବର୍ଷକର ଶିଶୁ ଜନ୍ମେଶଙ୍କର ୨ଟି କିଡନୀ, ଗୋଟିଏ ଲିଭର୍‌ ଦାନ କରିଛନ୍ତି ତାଙ୍କ ପରିବାର। କିଡନୀ ଦୁଇଟି ଭୁବନେଶ୍ବରରେ ଏମ୍ସରେ ରହିଥିବାବେଳେ ଲିଭରକୁ ଦିଲ୍ଲୀ ଏମ୍ସକୁ ପଠାଯାଇଛି। ରାଉରକେଲାର ଅଶୋକ ଲେଙ୍କା ଓ ପ୍ରତିଭା ନାୟକଙ୍କ ବର୍ଷକର ପୁଅ ଜନ୍ମେଶ ଲେଙ୍କା ଶାରୀରିକ ଅସୁସ୍ଥତାରୁ ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଥିଲେ। ତେବେ ଚିକିତ୍ସା ପରେ ବ୍ରେନ ଡେଡ୍‌ ଘୋଷଣା କରିଥିଲେ ଡାକ୍ତର। ଏହାପରେ ପରିବାର ଲୋକଙ୍କ ନିଷ୍ପତ୍ତି କ୍ରମେ ଶିଶୁର ଅଙ୍ଗଦାନ କରାଯାଇଛି। ଏହାସହିତ ରାଜ୍ୟସରକାରଙ୍କ ନିୟମ ମୁତାବକ ପୋଲିସ ପକ୍ଷରୁ ମୃତକଙ୍କୁ ଗାର୍ଡ ଅଫ ଅନର୍‌ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …

ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri