୧୦.୩୧ ଲକ୍ଷ ହିତାଧିକାରୀଙ୍କୁ ମିଳିବ କାର୍ଡ

ବରଗଡ,୧୨।୪(ପ୍ରେମାନନ୍ଦ ଖମାରୀ): ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା (ଏବିପିଏମ୍‌ଜେଏଓ୍ବାଇ)ର ନୂଆ ଏକକ କାର୍ଡ ବିତରଣର ଜିଲାସ୍ତରୀୟ କାର୍ଯ୍ୟକ୍ରମ ଶୁକ୍ରବାର ବରଗଡ଼ ଗୋରୁ ମାର୍କେଟ ପରିସରରେ ଅନୁଷ୍ଠିତ ହେଇଯାଇଛି। ବରଗଡ଼ ବିଧାୟକ ଅଶିନୀ କୁମାର ଷଡ଼ଙ୍ଗୀ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ। ରାଜ୍ୟ ସରକାର ସଦାସର୍ବଦା ରାଜ୍ୟର ସାଧାରଣ ଲୋକଙ୍କ ସେବା ପାଇଁ ଚେଷ୍ଟିତ। ଏହି ପ୍ରରିପ୍ରେକ୍ଷୀରେ ଲୋକଙ୍କ ସରକାର ଏହି ଯୋଜନା ମାଧ୍ୟମରେ ଲୋକଙ୍କୁ ଉନ୍ନତ ମାନର ମାଗଣା ସ୍ବାସ୍ଥ୍ୟ ସେବା ଯୋଗାଇ ଦେଉଛନ୍ତି। ପରିବାରର ସମସ୍ତ ବ୍ୟକ୍ତିବିଶେଷଙ୍କୁ ମାଗଣାରେ ଇ-କେୱାଇସି କରିବାଠାରୁ ଆରମ୍ଭ କରି ଏହି ଏକକ କାର୍ଡ ସମସ୍ତଙ୍କ ଘରେ ନେଇ ଦିଆଯିବ। ତେଣୁ କେହି ବ୍ୟସ୍ତ ନ ହୋଇ ସରକାରଙ୍କ ଉପରେ ଭରସା ରଖିବାକୁ ସେ କହିଥିଲେ। ଜିଲାପାଳ ଆଦିତ୍ୟ ଗୋୟଲ ସ୍ବାଗତ କରିବା ସହ ସୂଚାର ରୂପେ ସମସ୍ତଙ୍କ ଘରେ କାର୍ଡ ବଣ୍ଟନ କରିବା ପାଇଁ ଜିଲା ପ୍ରଶାସନ ତତ୍ପରତାର ସହିତ କାର୍ଯ୍ୟ କରିବ ବୋଲି କହିଥିଲେ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ବତନ୍ତ୍ର ସଚିବ ଡା. ଜିତେନ୍ଦ୍ର ମୋହନ ବେବର୍ତ୍ତା, ଜିଲାପାଳ ଗୋୟଲ, ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ପୌରାଧ୍ୟକ୍ଷା କଳ୍ପନା ମାଝି, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା ଏବଂ ଜିଲା ମୁଖ୍ୟ ଚିକିତ୍ସା ତଥା ଜନସ୍ବାସ୍ଥ୍ୟ ଅଧିକାରୀ ଡା.ପ୍ରଶାନ୍ତ କିଶୋର ଦାଶ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗ ଦେଇ କହିଥିଲେ, ଓ ଜନସାଧାରଣଙ୍କ ପାଇଁ ସମନିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ ବୟୋବନ୍ଦନା ଯୋଜନା ସମଗ୍ର ଓଡ଼ିଶାରେ କାର୍ଯ୍ୟକାରୀ କରାଗଲା। ଏହି ସମନିତ ଯୋଜନରେ ରାଜ୍ୟର ୧.୦୩ କୋଟି ପରିବାରର ୩.୦୬ କୋଟି ହିତାଧିକାରୀ ଉପକୃତ ହେବେ। ସେମାନଙ୍କ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ପରିବାରର ମହିଳା ସଦସ୍ୟଙ୍କ ନିମନ୍ତେ ଅତିରିକ୍ତ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିସା ମିଳିବ। ସମସ୍ତ ହିତାଧିକାରୀଙ୍କୁ ସେମାନଙ୍କର କାର୍ଡ ପର୍ଯ୍ୟାୟକ୍ରମେ ଯୋଗାଇ ଦିଆଯିବ। ନୂତନ ଏକକ କାର୍ଡ ପାଇବା ପର୍ଯ୍ୟନ୍ତ ସମସ୍ତ ଜି.ଯେ.ଏ.ୱାଇ ହିତାଧିକାରୀ ତାଲିକା ଭୁକ୍ତ ହସ୍ପିଟାଲ ଗୁଡିକରେ ନିଜର ଆଧାର କାର୍ଡ ଏବଂ ବର୍ତ୍ତମାନ ପାଖରେ ଉପଲବ୍ଧ ଥିବା ପୁରୁଣା ସ୍ବାସ୍ଥ୍ୟ କାର୍ଡ ନମ୍ବର ଦେଇ ଚିକିସା ପାଇପାରିବେ। ସମସ୍ତ ଯୋଗ୍ୟ ହିତାଧିକାରୀମାନେ ସମଗ୍ର ଦେଶରେ ୨୯୦୦୦ ହଜାର ତାଲିକାଭୁକ୍ତ ଘରୋଇ ଓ ସରକାରୀ ହସ୍ପିଟାଲରେ ଦେୟମୁକ୍ତ ଚିକିସା ପାଇପାରିବେ। ଯେକୋଣସି ପ୍ରଶ୍ନ ପାଇଁ, ହିତାଧିକାରୀମାନଙ୍କୁ ଟୋଲ ଫ୍ରି ନମ୍ବର ୧୦୪ ଏବଂ ୧୫୫୩୬୯ରେ ଯୋଗାଯୋଗ କରିବା ନିମନ୍ତେ ପରାମର୍ଶ ଦିଆଯାଉଛି।
ସୂଚନଯୋଗ୍ୟ, ଶୁକ୍ରବାର ବରଗଡ଼ ଜିଲାର ମୋଟ ୪୮ ଗୋଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଆୟୋଜିତ କାର୍ଯ୍ୟକ୍ରମ ଗୁଡିକରେ ହଜାରେରୁ ଅଧିକ ଲୋକ ଯୋଗଦେଇ ଆଭାସୀ ମଧ୍ୟମରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବେଳେ ପ୍ରତି ସଭାସ୍ଥଳରେ ୨୫ଜଣ ଯୋଗ୍ୟ ହିତାଧିକାରୀଙ୍କୁ କମ୍ବୋକିଟ୍ସ ଓ କାର୍ଡ ବଣ୍ଟନ କରାଯାଇଥିଲା। ଏହି କ୍ରମରେ ବରଗଡ ଜିଲାରୁ ସର୍ବମୋଟ ୧୦ ଲକ୍ଷ ୩୧ ହଜାରରୁ ଊର୍ଦ୍ଧ୍ୱ ଯୋଗ୍ୟ ହିତାଧିକାରୀଙ୍କୁ ଏହି କାର୍ଡ ବଣ୍ଟନ କରାଯିବ ବୋଲି ସୂଚନା ଦିଆଯାଇଛି। ଉକ୍ତ କାର୍ଯ୍ୟକ୍ରମର ପରିସମାପ୍ତି ପରେ ମୁଖ୍ୟ ଅତିଥି ଏବଂ ସମସ୍ତ ସମ୍ମାନିତ ଅତିଥିବୃନ୍ଦ ଏକ ସ୍ବାସ୍ଥ୍ୟ ସଚେତନା ରଥର ଶୁଭାରମ୍ଭ କରାଥିଲେ। ଏହି ସଚେତନତା ରଥ ଆସନ୍ତା ଏକ ସପ୍ତାହ ପର୍ଯ୍ୟନ୍ତ ଜିଲାର ସମସ୍ତ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଅଞ୍ଚଳ ପରିସରରେ କାର୍ଡ ସମ୍ବନ୍ଧୀୟ ସମସ୍ତ ତଥ୍ୟ ସମ୍ବଳିତ ଅଡିଓ ବାର୍ତ୍ତା ଏବଂ ପ୍ରଚାର ପତ୍ର ବଣ୍ଟନ କରିବା ସହ ଲୋକଙ୍କୁ ସଚେତନ କରିବ।
ବରପାଲି,(ଚିତ୍ତରଞ୍ଜନ ସାହୁ):
ବରପାଲି ବ୍ଲକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ,ଓଡ଼ିଶା ସରକାରଙ୍କ ପକ୍ଷରୁ ଆୟୋଜିତ ହୋଇଥିବା ଏ.ବି.ପିଏମ୍‌. ଜେ.ଏ.ଓ୍ବାଇ, ଜେ.ଜେ.ଏ.ଓ୍ବାଇ ଏବଂ ଏ.ଭି.ଭି.ଓ୍ବାଇର ଶୁଭାରମ୍ଭ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ କଟକଠାରେ ଉପସ୍ଥିତ ରହି ଶୁଭାରମ୍ଭ କଲାପରେ ଏହାର କାର୍ଡ ପ୍ରଦାନ କାର୍ଯ୍ୟକ୍ରମ ଅତିଥିମାନଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିଲା। ତୁଳଣ୍ଡିରେ ବାରଗୁଡ଼ା, ଭାଟିଗାଁ, କାଇଁଶିର, ଖେମେସରା, ପଟକୁଳୁଣ୍ଡା, ରେମତା, ସତଲମା,ତୁଳଣ୍ଡି ଗ୍ରାମ ପଞ୍ଚାୟତ ଓ ଏନଏସି ବରପାଲିର ୫୨୫ ଜଣ ହିତାଧିକାରୀଙ୍କୁ ଆୟୁଷ୍ମାନ କାର୍ଡ ବଣ୍ଟନ କରିଥିଲେ।
ଝାରବନ୍ଧ:(ଦେବେନ୍ଦ୍ର ସାହୁ):
ଝାରବନ୍ଧଠାରେ ଗ୍ରାମ ପଞ୍ଚାୟତ ସଂପ୍ରସାରଣ ଅଧିକାରୀ ସୁଶାନ୍ତ ପାଣିଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସାଂସଦ ପ୍ରତିନିଧି ଡା ଲମ୍ବୋଦର ପଣ୍ଡା,ବ୍ଲକ ସ୍ବାସ୍ଥ୍ୟ ଅଧିକାରୀ ଅରୁଣ ଭୋଇ ପ୍ରମୁଖ ନେତୃ ମଣ୍ଡଳୀ ଉପସ୍ଥିତ ଥିବା ବେଳେ ଜଗଦଲପୁର ସ୍ବାସ୍ଥ୍ୟ କେନ୍ଦ୍ରରେ ମନୋରଞ୍ଜନ ସୁନାଙ୍କ ସଂଯୋଜନାରେ ଆୟୁଷ୍ମାନ କାର୍ଡ ବଣ୍ଟନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri