ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ନେଟ ଲାଭରେ ୧୦.୯% ବୃଦ୍ଧି

ଭୁବନେଶ୍ୱର,୨୦।୧: ଭାରତର ସର୍ବବୃହତ ଘରୋଇ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ଼ ପକ୍ଷରୁ ଚଳିତ ଆର୍ଥତ୍କ ବର୍ଷର ତୃତୀୟ ତ୍ରୈମାସିକ ଆର୍ଥତ୍କ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ୨୨୩ ଅକ୍ଟୋବରରୁ ଡିସେମ୍ବର ତ୍ରୈ ମାସରେ କମ୍ପାନୀର ନେଟ ଲାଭ ପୂର୍ବ ବର୍ଷ ସମାନ ଅବଧି ତୁଳନାରେ ୧୦.୯% ବୃଦ୍ଧି ପାଇଛି ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷ କରି କମ୍ପାନୀର ତୈଳ ବ୍ୟବସାୟ କ୍ଷେତ୍ରରେ ପଡିଥିବା ପ୍ରଭାବ ଆୟ ଉପରେ ପୂର୍ବ ନିର୍ଦ୍ଧାରିତ ମେଣ୍ଟେନାନ୍ସ (ରକ୍ଷଣାବେକ୍ଷଣ) କାର୍ଯ୍ୟ ପାଇଁ ହୋଇଥିବା ହ୍ରାସର ପ୍ରଭାବ ରିଟେଲ ଏବଂ ଟେଲିକମ ବ୍ୟବସାୟର ସ୍ଥିର ପ୍ରଦର୍ଶନ ବଳରେ ଭରଣା ହୋଇପାରିଛି। ଏପରିକି ୨୦୨୩ଅକ୍ଟୋବରରୁ ଡିସେମ୍ବର ତ୍ରୈମାସରେ କମ୍ପାନୀର ନେଟ ଲାଭ ପୂର୍ବ ବର୍ଷ ସମାନ ଅବଧି ତୁଳନାରେ ୧୦.୯% ବୃଦ୍ଧି ପାଇ ୧୯,୬୪୧ କୋଟି ଟଙ୍କା ହୋଇଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି। ଗତ ଆର୍ଥତ୍କ ବର୍ଷର ସମାନ ତ୍ରୈମାସରେ କମ୍ପାନୀର ନେଟ ଲାଭ ୧୭,୭୦୬ କୋଟି ଟଙ୍କା ରହିଥିଲା। ଚଳିତ ଆର୍ଥତ୍କ ବର୍ଷର ତୃତୀୟ ତ୍ରୟମାସରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ମୋଟ ଆୟ ପୂର୍ବ ବର୍ଷ ତୁଳନାରେ ୩.୨% ବୃଦ୍ଧି ସହିତ ୨.୪୮ଲକ୍ଷ କୋଟି ରହିଥିବା କମ୍ପାନୀ ପକ୍ଷରୁ କୁହାଯାଇଛି। ଏହି ଅବଧିରେ ରିଲାଏନ୍ସ ରିଟେଲର ନେଟ ଲାଭ ପୂର୍ବ ବର୍ଷ ତୁଳନାରେ ୩୧.୯% ବୃଦ୍ଧି ପାଇ ୩୧୬୫ କୋଟି ଟଙ୍କା ହୋଇଥିବା ବେଳେ ତ୍ରୈମାସିକ ରାଜସ୍ବ ୨୨.୮% ବୃଦ୍ଧି ପାଇ ରେକର୍ଡ ୮୩୦୮୩ କୋଟି ଟଙ୍କା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri