ନିଆଁରେ ପୋଡ଼ି ୧୦ ଗୋରୁ ମଇଁଷି ମୃତ

ବିନିକା,୧୨।୬(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାବୁପାଲି ପଞ୍ଚାୟତ ଅଧୀନ ପଲସାପାଲି ଗାଁରେ ଚାଷଜମିରେ ଲଗାଯାଇଥିବା ନିଆଁ ଧାନ ଖଳାକୁ ବ୍ୟାପି ଗୋରୁ ମଇଁଷି ପୋଡି ଯିବା ସହ ବହୁ ପରିମାଣର କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି।

ପଲସାପାଲି ଗ୍ରାମର ଚୈତନ୍ୟ ମେଲ୍ଲୀ, ସୁଦର୍ଶନ ମେଲ୍ଲୀ, କୃପା ମେଲ୍ଲୀ, ବଲି ମେଲ୍ଲୀ, କଲି ମେଲ୍ଲୀ ଓ ଅଷାଡୁ ମେଲ୍ଲୀ ତାଙ୍କ ଖଳାରେ ଗୁହାଳ ଓ ଘର ତିଆରି କରି ଗାଈ, ମଇଁଷି ପାଳନ କରୁଛନ୍ତି। ଏହା ସହ ଧାନ, ଗାଈଗୋରୁଙ୍କ ପାଇଁ ପୁଆଳ, ଚାଷ ବ୍ୟବହୃତ ସାମଗ୍ରୀ ତଥା ଅନ୍ୟାନ୍ୟ ସାମଗ୍ରୀ ରଖିଥିଲେ। ସୋମବାର ମଧ୍ୟାହ୍ନରେ କାମ ସାରି ଘରକୁ ଯାଇଥିବାବେଳେ ନିକଟସ୍ଥ ଚାଷଜମିରେ କେହି ଜଣେ ନିଆଁ ଲଗାଇ ଦେଇଥିଲେ। ସେହି ନିଆଁ ଖଳାକୁ ଚାଲିଆସି ଘର ଗୁହାଳ ପୋଡିଯିବା ସହ ଦଶଟି ଗାଈମଇଁଷି ପୋଡି ମୃତ୍ୟୁବରଣ କରିଥିଲେ। ଆମ୍ବ, ପଣସ, କଦଳୀ, ନଡ଼ିଆ ଇତ୍ୟାଦି ମୂଲ୍ୟବାନ ଗଛ ପୋଡି ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି।

ଖବରପାଇ ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ଅଶୋକ ନନ୍ଦ, ବାବୁପାଲି ସମିତିସଭ୍ୟ ସତ୍ୟନାରାୟଣ ସୁନା, ବିଜୟ ପଧାନ ଅଗ୍ନିଶମ ବାହିନୀକୁ ଫୋନ କରି ଜଣାଇଥିଲେ। ଅଗ୍ନିଶମ ବାହିନୀ ଘଟଣାସ୍ଥଳକୁ ପହଞ୍ଚିବା ବେଳକୁ ସବୁ ଧ୍ୱଂସ ହୋଇଥିଲା। ସେମାନେ ଜଳୁଥିବା ନିଆଁକୁ ଆୟତ୍ତ କରିଥିଲେ। କ୍ଷତିଗ୍ରସ୍ତ ଚାଷୀମାନେ ଆବଶ୍ୟକ ତଦନ୍ତ କରି ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ବିନିକା ଥାନାରେ ଏତଲା ଦେଇଛନ୍ତି। ନିକଟରେ ଥିବା ଚାଷୀ ଜଗଦୀଶ ପଧାନ, ମୁରଳି ମେଲ୍ଲୀଙ୍କ ସହ ଅନ୍ୟ ଚାଷୀଙ୍କ ମଧ୍ୟ କ୍ଷୟକ୍ଷତି ହୋଇଛି। ଅଞ୍ଚଳରେ ପ୍ରତ୍ୟହ ଚାଷଜମିରେ ନିଆଁ ଲଗାଯାଉଥିବା ବେଳେ ଗଛଲତା ପୋଡି ଯାଇ କ୍ଷୟକ୍ଷତି ହେଉଛି ଏବଂ ତାପମାତ୍ରା ମଧ୍ୟ ବୃଦ୍ଧି ପାଉଛି। ପୋଲିସ ପ୍ରଶାସନ ପକ୍ଷରୁ ଘଟଣା ତଦନ୍ତ କରି ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ଗରିବ କ୍ଷତିଗ୍ରସ୍ତମାନଙ୍କୁ କ୍ଷତିପୂରଣ ପ୍ରଦାନ କରାଯିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri