୩୯ ଡିଗ୍ରୀ ଉପରେ ୧୦ ସହର: ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୧୪।୪(ଅନୁରାଧା ମହାରଣା)- ରାଜ୍ୟ ମଧ୍ୟକୁ ଉତ୍ତର ତଥା ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ ଦିଗରୁ ଶୁଷ୍କ ପବନର ପ୍ରବାହ ଧୀରେ ଧୀରେ ବୃଦ୍ଧି ପାଉଥିବାରୁ ଦିନ ତାପମାତ୍ରାରେ ଧୀରେ ଧୀରେ ବୃଦ୍ଧି ଘଟୁଛି। ଏହି ପବନର ପ୍ରଭାବ ଆଗାମୀ ଦିନରେ ଆହୁରି ବୃଦ୍ଧି ହେବାର ସମ୍ଭାବନା ଥିବାରୁ ଆଗାମୀ ୪ରୁ୫ ଦିନ ମଧ୍ୟରେ ରାଜ୍ୟରେ ୪ ରୁ ୬ ଡିଗ୍ରୀ ଯାଏଁ ତାପମାତ୍ରା ବୃଦ୍ଧି ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରବିବାର ରାଜ୍ୟର ୧୦ସହରରେ ତାପମାତ୍ରା ୩୯ଡ଼ିଗ୍ରୀ କିମ୍ବା ଅଧିକ ରେକର୍ଡ ହୋଇଥିତ୍ବାବେଳେ ୪୦.୫ ଡ଼ିଗ୍ରୀ ସହ ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର ପାଲଟିଥିଲା। ଏହା ପଛକୁ ମାଲକାନଗିରିରେ ୩୯.୯ ଡିଗ୍ରୀ ସେଲସିୟସ୍‌, ଭୁବନେଶ୍ୱରରେ ୩୯.୬, ଜଗତସିଂହପୁର ଓ ନୟାଗଡ଼ରେ ୩୯.୫ ଡିଗ୍ରୀ ସେଲସିୟସ୍‌, ଭବାନୀପାଟଣା ଓ ଚାନ୍ଦବାଲିରେ ୩୯.୪ ଡିଗ୍ରୀ ସେଲସିୟସ୍‌ ବାରିପଦାରେ ୩୯.୨ ଡିଗ୍ରୀ ସେଲସିୟସ୍‌ ଏବଂ କେନ୍ଦ୍ରାପଡ଼ା ଓ ଭଦ୍ରକରେ ୩୯ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ରେକର୍ଡ ହୋଇଛି।
ସୂଚନାଥାଉ କି, ସୋମବାର ଗଜପତି ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଜିଲାରେ ଘଡଘଡ଼ି ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ମାତ୍ର ଉତ୍ତାପ ଓ ଆଦ୍ର ପାଣିପାଗ ନେଇ ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ ଭଦ୍ରକ ଆଦି ଜିଲାରେ ଗୋଟିଏ ୨ଟି ସ୍ଥାନରେ ଅନୁଭୂତ ହୋଇପାରେ ଏଥିପାଇଁ ସଂପକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମପ୍ରବାହ ଜାରି ରହିବ ଏଥିପାଇଁ ରାଜ୍ୟର ବିଭିନ୍ନ ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଆସନ୍ତା ୨ ଦିନ ମଧ୍ୟରେ ତାପମାତ୍ରା ୩୬ଂରୁ ୩୮ଂ ସେଲସିୟସ୍‌ ରହିବାକୁ ଥିବାବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୩୮ଂରୁ ୪୦ଂ ମଧ୍ୟରେ ରହିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri