ବିଜେଡିରେ ମିଶିଲେ ୧୦ କଂଗ୍ରେସ ପରିବାର

ରାଜନଗର, ୯।୯ (ଭାସ୍କର ରାଉତରାୟ)

ରାଜନଗର ବିଜେଡିରେ ଏବେ ହଟଚମଟ ଜାରି ରହିଛି। ବ୍ଲକ ବିଜେଡି ସଭାପତି ଅଶୋକ କୁମାର ପ୍ରତିହାରୀଙ୍କୁ ସଭାପତି ପଦରୁ ବରଖାସ୍ତ କରାଯିବା ପରେ ଦଳରେ କଂଗ୍ରେସ କର୍ମୀଙ୍କ ସାମିଲ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ବ୍ଲକର ହାତିନା ପଞ୍ଚାୟତ ଏଣ୍ଡୁଳାପୁର ଗ୍ରାମର ୧୦ କଂଗ୍ରେସ ପରିବାର ଦଳ ତ୍ୟାଗ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୁଶାସନ ଓ ରାଜନଗର ବିଧାୟକ ଧ୍ରୁବ ସାହୁଙ୍କ ବିକାଶମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଛନ୍ତି। ଗଁାର ନନ୍ଦ କିଶୋର ଦାସ, ଅଜାମ୍ବର ରାଉତ, ଉଦ୍ଧବ ଚରଣ ରାଉତ, ସଚ୍ଚିଦାନନ୍ଦ ଦାସ, କୃଷ୍ଣ ଚନ୍ଦ୍ର ରାଉତ, ଦିବାକର ସେଠୀ, ଅକ୍ଷୟ ରାଉତ, ବିଚିତ୍ର କୁମାର ସେଠୀ, ବାମନ ଚରଣ ରାଉତ, ଚନ୍ଦ୍ରମଣି ବଳ ପ୍ରମୁଖ କଂଗ୍ରେସ ଦଳ ଛାଡି ବିଜେଡିରେ ମିଶିଛନ୍ତି। ଏଣ୍ଡୁଳାପୁରଠାରେ ପଞ୍ଚାୟତ ବିଜେଡି ସଭାପତି ଘନଶ୍ୟାମ ବଳଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜନଗର ବିଧାୟକ ସାହୁ ଓ ବ୍ଲକ ବିଜେଡିର ସଭାପତି ନିରଞ୍ଜନ ରାଉତ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ହାତିନା ପଞ୍ଚାୟତର ସମିତିସଭ୍ୟା ଉତ୍ତମା ସେଠୀ, କୁରୁଣ୍ଟି ସେବା ସମବାୟ ସମିତିର ସଭାପତି ଶ୍ରୀକାନ୍ତ କୁମାର ପ୍ରଧାନ, ବିଜୁ ଛାତ୍ର ଜନତା ଦଳର ସଭାପତି ମନୋଜ ମଲ୍ଲିକ, ବିଜୁ ଛାତ୍ର ଜନତା ଦଳର ଉପସଭାପତି ତଥା ୩୧ ନଂ. ଜୋନ ସୋସିଆଲ ମିଡିଆ ସଂଯୋଜକ ଅଂଶୁମାନ ପରିଡା, ବିଜୁ ଛାତ୍ର ଜନତା ଦଳର ସୋସିଆଲ ମିଡିଆ ସଂଯୋଜକ ଜୟରାମ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri