କରୋନା ନେଲା ଆଉ ୧୦ ଜୀବନ: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟରେ ଶନିବାର ୧୩୨୦ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗୋଟିଏ ଦିନରେ ସର୍ବାଧିକ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ୩ ରହିଥିବା ବେଳେ ସୁନ୍ଦରଗଡ଼ ଓ ବାଲେଶ୍ୱରରୁ ୨ ଜଣ ଲେଖାଏ, ଗଜପତି, ଝାରସୁଗୁଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏ ରହିଛନ୍ତି । ତେବେ ଆଜିର ୩ ମୃତକଙ୍କୁ ମିଶାଇ ଗଞ୍ଜାମ ଜିଲାରେ ମୃତ୍ୟୁ ସଂଖ୍ୟା ୭୩ରେ ପହଞ୍ଚିଛି।