ଅନାଥ ଆଶ୍ରମରୁ ୧୦ ପଜିଟିଭ୍‌ ଚିହ୍ନଟ

ଝାରସୁଗୁଡ଼ା ଅଫିସ,୧୬।୫: ଝାରସୁଗୁଡା ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏହି ସଂକ୍ରମଣ ଜିଲାର ବିଭିନ୍ନ ଅନୁଷ୍ଠାନରେ ବ୍ୟାପିବାରେ ଲାଗିଛି । ଏଭଳି ଗୋଷ୍ଠୀ ସଂକ୍ରମଣକୁ ନେଇ ଜିଲା ପ୍ରଶାସନ ଚିନ୍ତାରେ ପଡ଼ିଛି। ଏଭଳି ସ୍ଥିତିରେ ଶନିବାର ଝାରସୁଗୁଡ଼ା ଉପକାରାଗାରରେ ୬୮ଜଣ ଅନ୍ତେବାସୀ କୋଭିଡ୍‌ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଏହାର ଗୋଟିଏ ଦିନ ପରେ ରବିବାର ବେଲପାହାଡ଼ ଗରାଖାଇସ୍ଥିତ ଠକ୍କର ବାବା ସେବା ସଦନ ଅନାଥ ଆଶ୍ରମରେ ୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାପଡିଛି । ଏଥିମଧ୍ୟରୁ ୬ଜଣ ଅନ୍ତେବାସୀ ରହିଥିବା ବେଳେ ୪ ଜଣ କର୍ମଚାରୀ ରହିଛନ୍ତି। ଏନେଇ ଆଶ୍ରମ ସମ୍ପାଦକ ନିରାକାର କିଷାନ କହିଛନ୍ତି, ୨ ଦିନ ତଳେ କେତେକ ଅନ୍ତେବାସୀଙ୍କୁ ଜ୍ବର ହୋଇଥିଲା। ଫଳରେ ଶନିବାର ୫୦ଜଣ ଅନ୍ତେବାସୀ ଓ କର୍ମଚାରୀଙ୍କ ସ୍ବାବ୍‌ ପରୀକ୍ଷା ହୋଇଥିଲା। ଏଥିମଧ୍ୟରୁ ୪୨ଜଣଙ୍କ ଆଣ୍ଟିଜେନ୍‌ ଓ ୮ ଜଣଙ୍କ ଆରଟିପିସିଆର ପରୀକ୍ଷା କରାଯାଇଥିଲା । ୪୨ ଜଣ ଆଣ୍ଟିଜେନ୍‌ ପରୀକ୍ଷା ମଧ୍ୟରୁ ୧୦ ଜଣଙ୍କ ପଜିଟିଭ୍‌ ରିପୋର୍ଟ ଆସିଛି । ୮ଜଣଙ୍କ ଆରଟିପିସିଆର ପରୀକ୍ଷା ରିପୋର୍ଟ ଆସିନାହିଁ ବୋଲି ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁନନ୍ଦ ମହାରଣା କହିଛନ୍ତି । ଏନେଇ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ସଂକ୍ରମିତ ଅନ୍ତେବାସୀ ଓ କର୍ମଚାରୀଙ୍କୁ ବେଲପାହାଡ଼ କୋଭିଡ୍‌ କେୟାର ସେଣ୍ଟର ଆଇସୋଲେଶନରେ ରଖାଯାଇ ସେଠାରେ ଚିକିତ୍ସା କରାଯିବ ବୋଲି ଅଧିକାରୀ ମହାରଣା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri