ବରଗଡ଼ରେ ପୁଣି ୧୦ କରୋନା ପଜିଟିଭ୍‌, ୬୪୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼,୧୦ା୮: ବରଗଡ଼ ଜିଲାରେ ସୋମବାର ପୁଣି ୧୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଜିଲାର ପଦ୍ମପୁର ବ୍ଲକ ଅନ୍ତର୍ଗତ ଭେଉଁରିଆର ୨, ବରଗଡ଼ ପୌର ପରିଷଦ ଅଧୀନ ୭ ନଂ ଓ୍ବାର୍ଡ ବିଶିପଡ଼ାର ୨, ୯ ନଂ ଓ୍ବାର୍ଡ ଭିଏସଏସ ନଗରର ଜଣେ, ୧୮ ନଂ. ଓ୍ବାର୍ଡ ବାନ୍ଦୁଟିକ୍ରାର ଜଣେ, ୨ ନଂ ଓ୍ବାର୍ଡ ବେହେରାଟିକ୍ରାର ଜଣେ, ୧ ନଂ ଓ୍ବାର୍ଡ କେଶବ ନଗରର ଜଣେ ଅଛନ୍ତି। ସେହିପରି ଭେଡେନ୍‌ ବ୍ଲକ ଅନ୍ତର୍ଗତ ବହଲପାଲି ଏବଂ ବରପାଲି ବ୍ଲକ ଅନ୍ତର୍ଗତ ବଡ଼ଗାଁର ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି ।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୪୫ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୪୨୦ ଜଣ ସୁସ୍ଥ ହୋଇଛନ୍ତି। ୨୨୨ ଜଣ ଚିକିତ୍ସିତ ହେଉଛନ୍ତି। ୩ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri