ଆଜି ରାଜଧାନୀରୁ ୧୦ ନୂଆ ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୧୧

ଭୁବନେଶ୍ୱର,୭ା୧(ବ୍ୟୁରୋ): ରାଜଧାନୀରୁ ଗୁରୁବାର ୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। କ୍ୱାରାଣ୍ଟାଇନରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧,୭୦୩ରେ ପହଞ୍ଚିଥିବା ବେଳେ ୩୧,୨୩୭ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ୨୦୨ ଜଣ ଚିକିତ୍ସିତ ହେଉଛନ୍ତି। ତେବେ ରାଜଧାନୀରୁ କରୋନାରେ ୨୪୨ ଜଣଙ୍କ ମୃତ୍ୟୁ ହୋଇଛି।