Posted inରାଜ୍ୟ

ରାଜ୍ୟସ୍ତରୀୟ ଓଡ଼ିଶା ଦିବସରେ ସମ୍ମାନିତ ହେବେ ୧୦ କୋଭିଡ୍‌ ଯୋଦ୍ଧା

ଭୁବନେଶ୍ୱର,୩୧।୩(ବ୍ୟୁରୋ); ଆସନ୍ତା ୧ ତାରିଖରେ ଓଡ଼ିଶା ଦିବସ। ସାରା ରାଜ୍ୟରେ ଏହି ଦିବସ ପାଳନକୁ ଆକର୍ଷଣୀୟ କରିବା ପାଇଁ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସା ୬ଟାରେ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆଠାରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ପାଳନ ହେବ। ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ଏହାକୁ ଉଦ୍‌ଘାଟନ କରିବେ। ଏହି ଅବସରରେ ଚିକିତ୍ସା ସେବା କ୍ଷେତ୍ରରେ ୧୦ଜଣ କୋଭିଡ୍‌ ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯିବ। ସାଧାରଣ ସଭା ପରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶାର ସ୍ବନାମଧନ୍ୟ କଣ୍ଠଶିଳ୍ପୀଙ୍କ ଦ୍ୱାରା ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯିବ। ଏଥିସହ ଓଡିଶୀ ନୃତ୍ୟ ଓ ସମ୍ବଲପୁରୀ ଲୋକନୃତ୍ୟ ପରିବେଷଣ ହେବ। ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନ ସମ୍ପର୍କିତ ଫଟୋଚିତ୍ର ପ୍ରଦର୍ଶନୀ ଓ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ସ୍ଥପତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ୱାରା ବାଲୁକା କଳା ପ୍ରଦର୍ଶିତ ହେବ। ଲୋକସେବା ଭବନ ସମେତ ବିଭିନ୍ନ ସରକାରୀ କୋଠାବାଡିକୁ ଆଲୋକମାଳାରେ ସଜ୍ଜିତ କରାଯିବ। କୋଭିଡ୍‌ କଟକଣା କୋହଳ ହେବାପରେ ଚଳିତ ବର୍ଷ ଓଡିଶା ଦିବସକୁ ଆକର୍ଷଣୀୟ ଢଙ୍ଗରେ ପାଳନ କରାଯିବାକୁ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ପୂର୍ବରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିସହ ମଙ୍ଗଳବାର ଅପରାହ୍ନରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ସଂସ୍କୃତି ବିଭାଗ ପକ୍ଷରୁ ଭର୍ଚୁଆଲରେ ଏକ ମିଳିତ ବୈଠକ ବସି ଏହି ନିଷ୍ପତ୍ତି ହୋଇଛି। ବୈଠକରେ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶରୀର ପାଇଁ ଉପକାରୀ ପଖାଳ: ମିଳିବ ଏସବୁ ଫାଇଦା

‘ପଖାଳ’ କେବଳ ଏକ ଖାଦ୍ୟ ନୁହେଁ, ବରଂ ଓଡ଼ିଆଙ୍କ ସହ ଜଡ଼ିତ ଏକ ଭାବପ୍ରବଣତା। ସାରା ବିଶ୍ୱରେ ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ ପ୍ରତି…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri